ବଢିଲା କଙ୍ଗନାଙ୍କ ଅଡୁଆ: କୋର୍ଟରେ ମାମଲା

ପାଟନା,୧୮ ।୧୨: ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାନାୱତ ଆଜିକାଲି ନିଜ ଫିଲ୍ମ ଅପେକ୍ଷା ରାଜନୈତିକ ବୟାନ ବାଜିକୁ ନେଇ ରହୁଛନ୍ତି ଚର୍ଚ୍ଚାରେ । ଏମିତି କେତେଥର ଦେଖାଗଲାଣି ସେ ନିଜ ବୟାନକୁ ନେଇ ଆସିଯାଉଛନ୍ତି ବିବାଦ ଘେରକୁ । ନିକଟରେ ବିହାର ଗୟା ଜିଲାରେ ରାଷ୍ଟ୍ରୀୟ ଲୋକ ସମତା ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଉପେନ୍ଦ୍ର କୁଶାୱାହଙ୍କ ଉପରେ ଟିପ୍ପଣି ଦେଇ ଫସି ଯାଇଛନ୍ତି ଅଭିନେତ୍ରୀ । ଏହାକୁ ନେଇ କଙ୍ଗନାଙ୍କ ନାଁରେ ଗୟା ସିଭିଲ କୋର୍ଟରେ ମାମଲା ରୁଜୁ କରାଯାଇଛି । ସୂଚନାଯୋଗ୍ୟ, କଙ୍ଗନା ନିକଟରେ ଉପେନ୍ଦ କୁଶାସ୍ୱାହଙ୍କ ଉପରେ ଟିପ୍ପଣି ପରେ ଟିପ୍ପଣି ଦେଇ ଚାଲିଥିଲେ । ଏହା ଆପତ୍ତି ଜନକ ଓ ମାନ-ସମ୍ମାନ ହାନି ବୋଲି ଦର୍ଶାଇ କୋର୍ଟରେ ମାମଲା ରୁଜୁ କରାଯାଇଥିବା କହିଛନ୍ତି ଆଇନଜୀବୀ ଶମ୍ଭୁ ପ୍ରସାଦ । ସୂଚନା ଅନୁଯାୟୀ, କଙ୍ଗନା ଉପେନ୍ଦ୍ରଙ୍କ ନିର୍ବାଚନ ସଭାର ବ୍ୟଙ୍ଗ କରାଯାଇଥିବା ଏକ ଟୁଇଟ୍‌କୁ ରିଟୁଇଟ୍ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri