ଆଇପିଏଲ ନାଁରେ ଏନଏଚଆରସିରେ ଅଭିଯୋଗ: ଦୂଷିତ ପାଣି ଗନ୍ଧରେ ଫାଟି ପଡୁଛି ଅଞ୍ଚଳ

ଭବାନୀପାଟଣା,୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗରେ ଅବସ୍ଥାପିତ ଥିବା ଆଇପିଏଲ (ଇଣ୍ଡିଆନ ପଟାସ ଲିମିଟେଡ) କମ୍ପାନୀ ଇଥାନଲ ଉତ୍ପାଦନ କରୁଥିବା ସମୟରେ ସ୍ଥାନୀୟ ଖମାର ନାଳରେ ଦୂଷିତ କେମିକାଲ ପାଣି ଛଡାଯାଉଛି। ଫଳରେ ଗନ୍ଧ ଯୋଗୁ ସ୍ଥାନୀୟ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ ସାମ୍ନାକୁ ଆସିଥିଲା। ଏହାକୁ ନେଇ ସେପ୍ଟେମ୍ବର ୨୨ ତାରିଖ “ଧରିତ୍ରୀ”ରେ ଏକ ରିପୋର୍ଟ ପ୍ରକାଶ ପାଇଥିଲା। ଏହାପରେ ଅଞ୍ଚଳର ସାମାଜିକ କର୍ମୀ ଦିଲ୍ଲୀପ କୁମାର ନାୟକ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼ରେ ଅଭିଯୋଗ କରିଥିଲେ। ସେହିପରି ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ଏହି ସମସ୍ୟା ବିଷୟରେ ସେ ଟୁଇଟ କରିଥିଲେ। ଆଇପିଏଲ କିପରି ଲୋକଙ୍କ ଜୀବନ ସହ ଖେଳି ନାଳରେ ଦୂଷିତ ପାଣି ଛାଡୁଥିବା ଓ ଦୂଷିତ ବାଷ୍ପ ଯୋଗୁ ପରିବେଶ କିପରି ଦୂଷିତ ହେବା ସହ ଅଞ୍ଚଳରେ କିପରି ଶ୍ୱାସ ଜନିତ ସମସ୍ୟା ହେଉଛି ତାହା ଉପରେ ସେ ଅଭିଯୋଗରେ ଦର୍ଶାଇଥିଲେ। ତେବେ ରାଜ୍ୟ ପ୍ରଦୂଷଣ ବୋର୍ଡ ସ୍ଥାନୀୟ ଲୋକଙ୍କ ସମସ୍ୟାକୁ ଗୁରୁତ୍ୱ ନ ଦେଇ ପୁରୁଣା (ମାର୍ଚ୍ଚ ମାସର) ରିପୋର୍ଟ ପ୍ରଦାନ କରି କମ୍ପାନୀକୁ ବଞ୍ଚାଇ ନିଜ ଦାୟିତ୍ୱ ସାରିଦେଇଥିଲେ। ଫଳରେ ରାଜ୍ୟ ପ୍ରଦୂଷଣ ବୋର୍ଡ ଏହି ଘଟଣାରେ କୋଣସି କାର୍ଯ୍ୟାନୁଷ୍ଠାନ ନ ନେବା ସାଧାରଣରେ ସନ୍ଦେହ ପ୍ରକାଶ ପାଇଛି। ପ୍ରଦୂଷଣ ବୋର୍ଡ଼ କର୍ତ୍ତୃପକ୍ଷଙ୍କ ଅପାରଗତା ତଥା କମ୍ପାନୀ ପ୍ରତି ତାଙ୍କର ଆନୁଗତ୍ୟ ଥିବା ସ୍ପଷ୍ଟ ସୂଚାଇ ଦେଉଛି ।
ଏପରି ଅବହେଳାକୁ ନେଇ ସୋମବାର ସାମାଜିକ କର୍ମୀ ଦିଲ୍ଲୀପ କୁମାର ଦାସ ଆଇପିଏଲ ନାଁରେ ଜାତୀୟ ମାନବ ଅଧିକାର କମିଶନ(ଏନ ଏଚ ଆର ସି)ଙ୍କ ନିକଟରେ ଅଭିଯୋଗ ଦାଖଲ କରିଛନ୍ତି । କମିଶନଙ୍କ ଦ୍ୱାରା ଡାଏରୀ ନମ୍ବର ୨୮୧୪୯ / ଆଇ ଏନ/ ୨୦୨୫ ଭାବରେ ଗୃହୀତ ହୋଇଛି। ତେବେ ଏନଏଚଆରସି ଏହି ଘଟଣାରେ କେତେ ଦୂର କାର୍ଯ୍ୟନୁଷ୍ଠାନ ନେଉଛନ୍ତି ତାହା ଦେଖିବାକୁ ବାକି ରହିଲା।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯…

୧୬ରେ କଂଗ୍ରେସର ସଂସଦ ଘେରାଉ ଆନ୍ଦୋଳନ

ନୂଆଦିଲ୍ଲୀ,୧୪ା୩: କେନ୍ଦ୍ର ସରକାର ନିକଟରେ କରିଥିବା ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା ଦେଶ ପାଇଁ କ୍ଷତିକାରକ ହେବ ବୋଲି କଂଗ୍ରେସ ଅଭିଯୋଗ କରିଛି। ଏହାର ପ୍ରତିବାଦ ସ୍ବରୁପ…

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା! ଲିଗ୍‌ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ…

ଚାଷୀଙ୍କ ଦୁଃଖ: ଅମଳ ବେଳେ କଲରା କିଆରୀ ଉଜାଡ଼ିଲେ ଦୁର୍ବୃତ୍ତ, ଜମୁର୍ଡା ଗ୍ରାମରେ ଉତ୍ତେଜନା!

ବରଗଡ଼, ୧୪/୦୩ (ପ୍ରେମାନନ୍ଦ ଖମାରୀ): ଜଣେ ଚାଷୀ ରକ୍ତକୁ ପାଣି କରି ଫସଲ ଉଜେଇଥିବା ବେଳେ, ଅମଳ ସମୟରେ ଦୁର୍ବୃତ୍ତଙ୍କ କଳା ପାହାର ଚାଷୀର ମେରୁଦଣ୍ଡ ଭାଙ୍ଗି…

ଛାତ୍ରୀଙ୍କ ଅସଦାଚରଣ ଭିଡିଓ ଭାଇରାଲ ମାମଲା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

କାକଟପୁର/ଅସ୍ତରଙ୍ଗ,୧୪ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା): ପୁରୀ ଜିଲା କାକଟପୁର ଥାନା ଅଞ୍ଚଳର ଏକ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ସ୍କୁଲର ଅବସରପ୍ରାପ୍ତ କର୍ମଚାରୀ ଅସଦାଚରଣ କରିଥିବା ଭିଡିଓ…

ଗ୍ୟାସ, ପେଟ୍ରୋଲ କଳାବଜାର କରୁଥିଲେ ସାବଧାନ: ନିୟମିତ ଯାଞ୍ଚ କରିବ କମିଟି

ନନ୍ଦପୁର,୧୪ା୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକ ଅଞ୍ଚଳର ପେଟ୍ରୋଲ ଟାଙ୍କି, ଗ୍ୟାସ ବିତରଣ କେନ୍ଦ୍ରଗୁଡ଼ିକ ନିୟମିତ ଯାଞ୍ଚ କରିବାକୁ କମିଟି ଗଠନ ପାଇଁ…

ବଡ଼ ଧରଣର ପୋଲିସ ଚଢ଼ାଉ: ବିପୁଳ ପରିମାଣର ବିସ୍ଫୋରକ ସହ ୨ ଗିରଫ

ବେଲଗୁଣ୍ଠା,୧୪।୩(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବେଲଗୁଣ୍ଠା ଥାନା ଅଧିକାରୀ…

ଭେଟିବାକୁ ଆସିଲେନି ପ୍ରେମିକ, ବୈତରଣୀ ପୋଲ ଉପରୁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ପୋଲିସ ପହଞ୍ଚି…

ପାଟଣା, ୧୪।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ନିକଟସ୍ଥ ବୈତରଣୀ ନଦୀ ପୋଲ ଉପରେ ଶନିବାର ଏକ ଚକିତ କଲାଭଳି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri