ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ଫଟୋକୁ ବିକୃତ କରିବା ନେଇ ଥାନାର ଦ୍ୱାରସ୍ଥ ହେଲା ଭାଜପା

କେନ୍ଦୁଝର,୨୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଉପନିର୍ଦ୍ଦେଶକ,ଉଦ୍ୟାନ କୃଷିବିଭାଗ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଫୋଟଚିତ୍ରକୁ ବିକୃତ କରାଯାଇଥିବା ନେଇ ଭାଜପା ପକ୍ଷରୁ ଟାଉନଥାନାରେ ଅଭିଯୋଗ ହୋଇଛ।
ସୂଚନାଯୋଗ୍ୟ, ରାଧାକାନ୍ତ ମହାନ୍ତ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲାକାର୍ଯ୍ୟାଳୟ ସମ୍ପାଦକ ପ୍ରକାଶ ଚନ୍ଦ୍ର ସୂତ୍ରଧର ଓ ଅନ୍ୟମାନେ ଉପନିର୍ଦ୍ଦେଶକ,ଉଦ୍ୟାନ କୃଷିବିଭାଗ କାର୍ଯ୍ୟାଳୟକୁ ଯାଇଥିଲେ। ତେବେ ସେଠାରେ ଚାଷୀମାନଙ୍କ ପାଇଁ ଆଳୁଚାଷ ପାଇଁ ଆସିଥିବା ବିହନ ପଚିସଢି ନଷ୍ଟ ହୋଇଯାଇଥିବା ଦେଖିବାକୁ ମିଳିଥିଲା। ଏହାଦ୍ୱାରା ସରକାରଙ୍କର ବହୁମୂଲ୍ୟ ବିହନ ଜାଣିଶୁଣି ନଷ୍ଟ କରାଯାଉଥିବା ଯୋଗୁ ଆଳୁ ବିହନର କୃତ୍ରିମ ଅଭାବ ଦେଖାଦେଉଥିବା ଅଭିଯୋଗ ହୋଇଛି। ଏହାଛଡ଼ା ଉପନିର୍ଦ୍ଦେଶକ ଉଦ୍ୟାନ କୃଷିବିଭାଗ ସୌମେନ୍ଦ୍ର ନାରାୟଣ ପାଣିଗ୍ରାହୀଙ୍କ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଫଟୋରେ ନିଶଦାଢ଼ି କରି ବିକୃତ କରି ପ୍ରଦର୍ଶନ କରିଛନ୍ତି। ଏହା ସରକାରଙ୍କ ସମସ୍ତ ମାର୍ଗ ଦର୍ଶିକା ଏବଂ ନିୟମକୁ ଉଲ୍ଲଘଂନ କରୁଛି। ତେବେ ଏହାର ଫଟୋ ଏବଂ ଭିଡିଓ ଟାଉନ ଥାନା ଅଧିକାରୀଙ୍କୁ ପଠାଇବା ସହିତ ସଙ୍ଗୀନ ଘଟଣା ଘଟାଇଥିବା ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଅଭିଯୋଗ ହୋଇଛି। ଆଜି ପୋଲିସ ଉକ୍ତ ଅଫିସକୁ ଯାଇ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ଉକ୍ତ ସ୍ଥାନରେ ସିସିଟିଭି ନ ଥିବା ଜଣାପଡ଼ିଛି। ଏନେଇ ଟାଉନ ଥାନା ଅଧିକାରୀ ଶ୍ରୀକାନ୍ତ ସାହୁ କହିଛନ୍ତି. ଅଭିଯୋଗ ପରେ କେସ୍‌ ରୁଜୁ ହୋଇ ଘଟଣାର ତଦନ୍ତ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri