ଝିଅ ଜନ୍ମ ପରେ ଦେଉଥିଲେ ଯୌତୁକ ନିର୍ଯାତନା, ବାପଘରକୁ ଯିବା ପରେ ଦ୍ୱିତୀୟ ବିବାହ: ଥାନାରେ ସ୍ତ୍ରୀ ଦେଲେ…

ଦିଗପହଣ୍ଡି,୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏନ୍‌.ପୁଷ୍ପା ରେଡ୍ଡୀଙ୍କୁ ତାଙ୍କ ସ୍ବାମୀ ଏନ୍‌. ସୂର୍ଯ୍ୟ ରେଡ୍ଡୀ ଏବଂ ଶାଶୁ, ଶ୍ବଶୁର, ନଣନ୍ଦ ଅଧିକ ଯୌତୁକ ପାଇଁ ଶାରୀରିକ ଓ ମାନସିକ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ପୁଷ୍ପା ଏନେଇ ଦିଗପହଣ୍ଡି ଥାନାରେ ଏତଲା ଦେବାପରେ ଭାର ପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର ମାମଲା ନଂ.୧୦/୨୬ ଅନୁଯାୟୀ ସମସ୍ତ ଅଭିଯୁକ୍ତ ମାନଙ୍କ ବିରୋଧରେ ମକଦ୍ଦମା ରୁଜୁ କରି ତଦନ୍ତ ନିମନ୍ତେ ଏସ୍‌ଆଇ ସୋଫିଆ ମିଶ୍ରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ପ୍ରାୟ ୧୦ ବର୍ଷ ପୂର୍ବେ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ପୁଷ୍ପା ବଜାପଲ୍ଲୀ ଗ୍ରାମର ଏନ୍‌. ବାଲାଜୀଙ୍କ ପୁଅ ସୂର୍ଯ୍ୟଙ୍କୁ ବିବାହ କରିଥିଲେ। ବିବାହ ସମୟରେ ସ୍ବାମୀ ଓ ଶ୍ବଶୁର ଘର ଲୋକଙ୍କ ଦାବି ପ୍ରକାରେ ୬୦ ହଜାର ଟଙ୍କା ,ବିଭିନ୍ନ ସୁନା ଗହଣା ଓ ଘରକରଣା ଆସବାବ ପତ୍ର ଦିଆଯାଇଥିଲା। ଉଭୟଙ୍କ ଔରସରୁ ଗୋଟିଏ ପୁତ୍ର ଓ କନ୍ୟା ସନ୍ତାନ ଜନ୍ମ ହୋଇଥିଲେ। କନ୍ୟା ଜନ୍ମ ହେବା ପରେ ତାଙ୍କୁ ବାପ ଘରୁ ଅଧିକା ଯୌତୁକ ଆଣିବା ପାଇଁ ସ୍ବାମୀ ଓ ଶ୍ବଶୁର ଘର ଲୋକେ ନିର୍ଯାତନା ଦେବା ଆରମ୍ଭ କରିଥିଲେ। ଏପରିକି ସେମାନେ ଜନ୍ମିତ କନ୍ୟାର ଉପଯୁକ୍ତ ଚିକିତ୍ସା ନ କରିବାରୁ ୧୭ ମାସ ପରେ କନ୍ୟା ସନ୍ତାନର ମୃତ୍ୟୁ ଘଟିଥିଲା। ପୁଷ୍ପା ୪୦ ହଜାର ଟଙ୍କା ଗ୍ରୁପ ଲୋନ ଆଣିଥିବା ବେଳେ ତାଙ୍କ ସ୍ବାମୀ ସମସ୍ତ ଟଙ୍କା ଛଡାଇ ନେଇଥିଲେ। ସ୍ବାମୀ ଓ ଶ୍ବଶୁର ଘର ଲୋକେ ତାଙ୍କୁ ଅକାରଣରେ ସଦାସର୍ବଦା ମାଡ଼ ମାରିବାରୁ ସେ ଝରିପଦର ଗ୍ରାମ ସ୍ଥିତ ବାପ ଘରକୁ ଚାଲିଆସିଥିଲେ। ଏହାର ସୁଯୋଗ ନେଇ ସ୍ବାମୀ ଗୋକର୍ଣ୍ଣପୁର ଗ୍ରାମର ଅନ୍ୟ ଜଣେ ଯୁବତୀ ସନ୍ତୋଷୀ ରେଡ୍ଡୀଙ୍କୁ ଦ୍ୱିତୀୟ ବିବାହ କରି ଘରେ ରଖିଥିବା ଏତଲାରେ ଉଲ୍ଲେଖ ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

ଅରୁଣାଚଳରେ ପ୍ରଥମ ପ୍ରମୁଖ ଭାରତ-ଚାଇନା କୋର କମାଣ୍ଡରସ୍ତରୀୟ ବୈଠକ; ଜାଣନ୍ତୁ କ’ଣ ରହିଛି ଏଜେଣ୍ଡା

ନୂଆଦିଲ୍ଲୀ,୬।୯: ଅରୁଣାଚଳ ପ୍ରଦେଶରେ ଭାରତ ଏବଂ ଚାଇନା କୋର କମାଣ୍ଡରମାନଙ୍କ ମଧ୍ୟରେ ଏକ ପ୍ରମୁଖ ସୀମା କର୍ମଚାରୀ ବୈଠକ (BPM) ଅନୁଷ୍ଠିତ ହେବାକୁ ଯାଉଛି। ରବିବାର (ସେପ୍ଟେମ୍ବର…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ତାଣ୍ଡବ ରଚିଲା ବର୍ଷା! ରାଜଧାନୀରେ ଭୁଶୁଡ଼ିଲା କୋଠା; ଅନେକ ଲୋକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୬।୯: ରାଜଧାନୀ ଦିଲ୍ଲୀରେ ପୁଣି ଥରେ ପ୍ରବଳ ବର୍ଷା ଯୋଗୁ ତାଣ୍ଡବ ସୃଷ୍ଟି ହୋଇଛି। ଦକ୍ଷିଣ ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ରବିବାର ହଠାତ ଏକ କୋଠା…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri