ବିଏସ୍‌କେୱାଇ କାର୍ଡରେ ଚିକିତ୍ସା ବିଫଳ ଅଭିଯୋଗ

ବ୍ରହ୍ମପୁର ଅଫିସ୍‌,୧୩।୫: ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ)ରେ ମାଗଣା ସ୍ବାସ୍ଥ୍ୟଗତ ଚିକିତ୍ସା ସେବା ପାଇବା ନିମନ୍ତେ ଅନୁମୋଦନ ପ୍ରଦାନ କରିବା ଦାୟିତ୍ୱରେ ଥିବା ଅଧିକାରୀଙ୍କ ଦାୟିତ୍ୱହୀନତା ଓ ଅବହେଳା ଯୋଗୁଁ ସହରରେ ବିଭିନ୍ନ ରୋଗୀ ସମସ୍ୟାର ସମ୍ମୁଖୀନ ହେଉଥିବା ସହରତଳି ଅଞ୍ଚଳ ମିଳିତ କ୍ରିୟାନୁଷ୍ଠାନ କମିଟି ଅଭିଯୋଗ କରିଛି। ଏ ନେଇ କମିଟି ପକ୍ଷରୁ ଶୁକ୍ରବାର ବ୍ରହ୍ମପୁର ଉପଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। କମିଟି ପକ୍ଷରୁ କୁହାଯାଇଛି ଯେ, ରାଜ୍ୟ ସରକାର ଦରିଦ୍ର ଓ ଆର୍ଥିକ ଅନଗ୍ରସର ଶ୍ରେଣୀର ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟ ଏବଂ ଚିକିତ୍ସା ସେବା ସୁବିଧା ଯୋଗାଇ ଦେବା ନିମନ୍ତେ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ନିରାମୟ ଯୋଜନାରେ ମାଗଣା ଔଷଧ ଓ ମମତା ଯୋଜନାଠାରୁ ଆରମ୍ଭ କରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା କାର୍ଡ ମାଧ୍ୟମରେ ବିଭିନ୍ନ ଅପରେଶନ, ମାଗଣା ରହିବା ଓ ସ୍ବାସ୍ଥ୍ୟ ସେବା ପାଇବାର ବ୍ୟବସ୍ଥା ରହିଛି। ବିଏସ୍‌କେୱାଇ କାର୍ଡ ମାଧ୍ୟମରେ ମାଗଣା ସ୍ବାସ୍ଥ୍ୟ ଓ ଚିକିତ୍ସା ସେବା ସୁବିଧା କେବଳ ସରକାରୀ ଡାକ୍ତରଖାନା ନୁହେଁ ବରଂ ସରକାରଙ୍କ ସହ ସହବନ୍ଧିତ କିଛି ଘରୋଇ ଡାକ୍ତରଖାନା ଓ କ୍ଲିନିକରେ ମଧ୍ୟ ଉପଲବ୍ଧ ରହିଛି। କିନ୍ତୁ ଘରୋଇ ଡାକ୍ତରଖାନାରେ କିଛି ରୋଗର ଚିକିତ୍ସା ଓ ଅପରେଶନ ନିମନ୍ତେ ଏଥିପାଇଁ ନିଯୁକ୍ତ କିଛି ଅଧିକାରୀଙ୍କ ଅନୁମୋଦନର ଆବଶ୍ୟକତା ରହିଛି। କାର୍ଡ ମାଧ୍ୟମରେ ଘରୋଇ ଡାକ୍ତରଖାନା ଓ ଚିକିତ୍ସାଳୟରେ ଚିକିତ୍ସା ନିମନ୍ତେ ଅନୁମୋଦନ ଆଣିବା ବାଧ୍ୟତାମୂଳକ ଆବଶ୍ୟକତା ରହିଛି। କିନ୍ତୁ ଅନୁମୋଦନ ଦେବା ନିମନ୍ତେ ଉଦ୍ଦିଷ୍ଟ ଅଧିକାରୀଙ୍କ ଠାରୁ ରୋଗୀଟି ଅନୁମୋଦନ ନେବାକୁ ଗଲା ବେଳେ ସଂପୃକ୍ତ ଅଧିକାରୀମାନେ ଅଧିକାଂଶ ସମୟ ଅନୁପସ୍ଥିତ ରହୁଛନ୍ତି। ଫଳରେ ରୋଗୀ ଓ ତାଙ୍କ ସମ୍ପର୍କୀୟ ଅନେକ ସମୟରେ ହଇରାଣ ହରକତ ହେଉଛନ୍ତି। ଏଥିସହ ଅଧିକାରୀମାନେ ଅନୁମୋଦନ ଦେବାରେ ଟାଳ ଟୁଳ ନୀତି ଆପଣାଇ ପରିଶେଷରେ ବିଭିନ୍ନ ଆଳ ଦେଖାଇ ମନା କରିଦେବାରୁ ସଂପୃକ୍ତ କାର୍ଡରେ ପାଇବାକୁ ଥିବା ସୁବିଧାରୁ ଲୋକଙ୍କୁ ବଞ୍ଚିତ କରୁଥିବା ଅଭିଯୋଗ ହୋଇଛି। ଏଣୁ ଜିଲା ପ୍ରଶାସନ ଏହାର ତଦନ୍ତ କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସହର ତଳି ଅଞ୍ଚଳ ମିଳିତ କ୍ରିୟାନୁଷ୍ଠାନ କମିଟି ସଭାପତି ସଞ୍ଜୀବ କୁମାର ପଟ୍ଟନାୟକଙ୍କ ସମେତ ସାଧାରଣ ସମ୍ପାଦକ ଶିବ ପ୍ରସାଦ ମିଶ୍ର, ସଂଗଠନ ସମ୍ପାଦକ ଶ୍ରୀକାନ୍ତ ପଢ଼ିହାରୀ, ସହ ସମ୍ପାଦକ ବି.ଭି ସାଗର, ଉପଦେଷ୍ଟା ଦେବୀ ପ୍ରସାଦ ଦାସ, ଅଜିତ ପଟ୍ଟନାୟକ ଓ କାହୁଚରଣ ପତି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri