ବିଏସ୍‌କେୱାଇ କାର୍ଡରେ ଚିକିତ୍ସା ବିଫଳ ଅଭିଯୋଗ

ବ୍ରହ୍ମପୁର ଅଫିସ୍‌,୧୩।୫: ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ)ରେ ମାଗଣା ସ୍ବାସ୍ଥ୍ୟଗତ ଚିକିତ୍ସା ସେବା ପାଇବା ନିମନ୍ତେ ଅନୁମୋଦନ ପ୍ରଦାନ କରିବା ଦାୟିତ୍ୱରେ ଥିବା ଅଧିକାରୀଙ୍କ ଦାୟିତ୍ୱହୀନତା ଓ ଅବହେଳା ଯୋଗୁଁ ସହରରେ ବିଭିନ୍ନ ରୋଗୀ ସମସ୍ୟାର ସମ୍ମୁଖୀନ ହେଉଥିବା ସହରତଳି ଅଞ୍ଚଳ ମିଳିତ କ୍ରିୟାନୁଷ୍ଠାନ କମିଟି ଅଭିଯୋଗ କରିଛି। ଏ ନେଇ କମିଟି ପକ୍ଷରୁ ଶୁକ୍ରବାର ବ୍ରହ୍ମପୁର ଉପଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। କମିଟି ପକ୍ଷରୁ କୁହାଯାଇଛି ଯେ, ରାଜ୍ୟ ସରକାର ଦରିଦ୍ର ଓ ଆର୍ଥିକ ଅନଗ୍ରସର ଶ୍ରେଣୀର ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟ ଏବଂ ଚିକିତ୍ସା ସେବା ସୁବିଧା ଯୋଗାଇ ଦେବା ନିମନ୍ତେ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ନିରାମୟ ଯୋଜନାରେ ମାଗଣା ଔଷଧ ଓ ମମତା ଯୋଜନାଠାରୁ ଆରମ୍ଭ କରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା କାର୍ଡ ମାଧ୍ୟମରେ ବିଭିନ୍ନ ଅପରେଶନ, ମାଗଣା ରହିବା ଓ ସ୍ବାସ୍ଥ୍ୟ ସେବା ପାଇବାର ବ୍ୟବସ୍ଥା ରହିଛି। ବିଏସ୍‌କେୱାଇ କାର୍ଡ ମାଧ୍ୟମରେ ମାଗଣା ସ୍ବାସ୍ଥ୍ୟ ଓ ଚିକିତ୍ସା ସେବା ସୁବିଧା କେବଳ ସରକାରୀ ଡାକ୍ତରଖାନା ନୁହେଁ ବରଂ ସରକାରଙ୍କ ସହ ସହବନ୍ଧିତ କିଛି ଘରୋଇ ଡାକ୍ତରଖାନା ଓ କ୍ଲିନିକରେ ମଧ୍ୟ ଉପଲବ୍ଧ ରହିଛି। କିନ୍ତୁ ଘରୋଇ ଡାକ୍ତରଖାନାରେ କିଛି ରୋଗର ଚିକିତ୍ସା ଓ ଅପରେଶନ ନିମନ୍ତେ ଏଥିପାଇଁ ନିଯୁକ୍ତ କିଛି ଅଧିକାରୀଙ୍କ ଅନୁମୋଦନର ଆବଶ୍ୟକତା ରହିଛି। କାର୍ଡ ମାଧ୍ୟମରେ ଘରୋଇ ଡାକ୍ତରଖାନା ଓ ଚିକିତ୍ସାଳୟରେ ଚିକିତ୍ସା ନିମନ୍ତେ ଅନୁମୋଦନ ଆଣିବା ବାଧ୍ୟତାମୂଳକ ଆବଶ୍ୟକତା ରହିଛି। କିନ୍ତୁ ଅନୁମୋଦନ ଦେବା ନିମନ୍ତେ ଉଦ୍ଦିଷ୍ଟ ଅଧିକାରୀଙ୍କ ଠାରୁ ରୋଗୀଟି ଅନୁମୋଦନ ନେବାକୁ ଗଲା ବେଳେ ସଂପୃକ୍ତ ଅଧିକାରୀମାନେ ଅଧିକାଂଶ ସମୟ ଅନୁପସ୍ଥିତ ରହୁଛନ୍ତି। ଫଳରେ ରୋଗୀ ଓ ତାଙ୍କ ସମ୍ପର୍କୀୟ ଅନେକ ସମୟରେ ହଇରାଣ ହରକତ ହେଉଛନ୍ତି। ଏଥିସହ ଅଧିକାରୀମାନେ ଅନୁମୋଦନ ଦେବାରେ ଟାଳ ଟୁଳ ନୀତି ଆପଣାଇ ପରିଶେଷରେ ବିଭିନ୍ନ ଆଳ ଦେଖାଇ ମନା କରିଦେବାରୁ ସଂପୃକ୍ତ କାର୍ଡରେ ପାଇବାକୁ ଥିବା ସୁବିଧାରୁ ଲୋକଙ୍କୁ ବଞ୍ଚିତ କରୁଥିବା ଅଭିଯୋଗ ହୋଇଛି। ଏଣୁ ଜିଲା ପ୍ରଶାସନ ଏହାର ତଦନ୍ତ କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସହର ତଳି ଅଞ୍ଚଳ ମିଳିତ କ୍ରିୟାନୁଷ୍ଠାନ କମିଟି ସଭାପତି ସଞ୍ଜୀବ କୁମାର ପଟ୍ଟନାୟକଙ୍କ ସମେତ ସାଧାରଣ ସମ୍ପାଦକ ଶିବ ପ୍ରସାଦ ମିଶ୍ର, ସଂଗଠନ ସମ୍ପାଦକ ଶ୍ରୀକାନ୍ତ ପଢ଼ିହାରୀ, ସହ ସମ୍ପାଦକ ବି.ଭି ସାଗର, ଉପଦେଷ୍ଟା ଦେବୀ ପ୍ରସାଦ ଦାସ, ଅଜିତ ପଟ୍ଟନାୟକ ଓ କାହୁଚରଣ ପତି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri