କ୍ୟାବିନ୍‌ ଗୃହ ଉଦ୍‌ଘାଟନକୁ ନେଇ ଉତ୍ତେଜନା

ସଜନାଗଡ଼, ୮।୪(ଡି.ଏନ.ଏ.)- ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ ବୁଧବାର କ୍ୟାବିନ୍‌ ଗୃହ ଉଦ୍‌ଘାଟନକୁ ନେଇ ଉତ୍ତେଜନା ଦେଖାଦେଇଛି। ସ୍ଥାନୀୟ ଟ୍ରକ୍‌ ମାଲିକ ସଂଘ ପକ୍ଷରୁ ମେଡିକାଲ ପରିସରରେ ୪ଟି କ୍ୟାବିନ୍‌ ନିର୍ମାଣ କରାଯାଇଥିଲା। ବୁଧବାର ପୂର୍ବାହ୍ନରେ ଏହି କ୍ୟାବିନ୍‌ ଗୃହ ଉଦ୍‌ଘାଟନ ଲାଗି ସ୍ଥିର କରାଯାଇଥିଲା। ଉଦ୍‌ଘାଟକ ଭାବେ ନୀଳଗିରି ବିଧାୟକ ଇଂ. ସୁକାନ୍ତ କୁମାର ନାୟକ, ନୀଳଗିରି ଟ୍ରକ୍‌ ମାଲିକ ସଂଘର ସଭାପତି ସୁରଞ୍ଜନ ମହାପାତ୍ର, ସମ୍ପାଦକ ଶାନ୍ତନୁ କୁମାର ବିଶ୍ୱାଳ ଓ ସଂଘର ଉପଦେଷ୍ଟା ତଥା ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ ଉପସ୍ଥିତ ଥିଲେ। ବିଧାୟକ ନାୟକ ଉଦ୍‌ଘାଟନ କରି ଯିବା ପରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ସମର୍ଥକମାନେ ଫଳକରେ କେନ୍ଦ୍ରମନ୍ତ୍ରୀଙ୍କ ନାଁ ନ ଥିବା ନେଇ ଏସ୍‌ଡିଏମ୍‌ଓ ଡା. ଅଜୟ କୃଷ୍ଣ ସାମଲଙ୍କ ନିକଟରେ ଅଭିଯୋଗ କରିଥିଲେ। ଏହାକୁ ନେଇ ମେଡିକାଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା। ସମ୍ପୃକ୍ତ ସମର୍ଥକମାନେ ସୂଚନା ଫଳକକୁ ଭାଙ୍ଗି ଦେଇଥିଲେ। ଫଳକ ଭଙ୍ଗା ଘଟଣାକୁ ନେଇ ଟ୍ରକ୍‌ ମାଲିକ ସଂଘର ସମ୍ପାଦକ ଶାନ୍ତନୁ କୁମାର ବିଶ୍ୱାଳ ନୀଳଗିରି ଥାନାରେ ଏତଲା ଦେଇଥିବାବେଳେ ମେଡିକାଲ ପକ୍ଷରୁ ମଧ୍ୟ ଏକ ଏତଲା ଦିଆଯାଇଛି। ତେବେ ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଥିବାରୁ ପୋଲିସ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛି।
ଏ ନେଇ ଗୁରୁବାର ମେଡିକାଲ କର୍ମଚାରୀ କଳାବ୍ୟାଜ୍‌ ପରିଧାନ କରିବେ ବୋଲି ଏସ୍‌ଡିଏମ୍‌ଓ ସାମଲ ସୂଚନା ଦେଇଛନ୍ତି। ଏ ସମ୍ପର୍କରେ କେନ୍ଦ୍ରମନ୍ତ୍ରୀଙ୍କ ବ୍ୟକ୍ତିଗତ ସହାୟକ ଚନ୍ଦ୍ରବିନ୍ଦୁ ଦାସ କହନ୍ତି, ଟ୍ରକ୍‌ ମାଲିକ ସଂଘ ରାସ୍ତାରେ ଯାଉଥିବା ଟ୍ରକ୍‌ଗୁଡ଼ିକୁ ଅଟକାଇ ଚାନ୍ଦା ଆଦାୟ କରି ନୀଳଗିରି ଉପଖଣ୍ଡ ଚିକିତ୍ସାଳୟ ପରିସରରେ କ୍ୟାବିନ୍‌ ଗୃହ ନିର୍ମାଣ କରିଛି। ଯେଉଁଥିରେ ସର୍ବସାଧାରଣଙ୍କ ଅର୍ଥ ବ୍ୟବହାର ହୋଇଛି। ନିୟମ ଅନୁଯାୟୀ ଫଳକରେ ସ୍ଥାନୀୟ ବିଧାୟକ ଏବଂ ଏମ୍‌ପିଙ୍କ ନାମ ରହିବା ଆବଶ୍ୟକ ଥିବାବେଳେ ହୀନ ରାଜନୀତି ଦୃଷ୍ଟିରୁ ଉକ୍ତ ଫଳକରେ ଏମ୍‌ପିଙ୍କ ନାମ ନ ଥିବାରୁ ଜନସାଧାରଣ ଏହାକୁ ବିରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଖାଉଥିଲେ ପରିବାର ଲୋକେ: ହଠାତ୍‌ ଘରେ ପଶିଲେ ୬ ଲୋକ, ଆଉ ତା’ପରେ ଘଟିଗଲା…

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ):ବାଲେଶ୍ୱର ଜିଲାର ନୀଳଗିରିରେ ଏକ ଅଜବ ଚୋରି ଘଟଣା ଦେଖିବାକୁ ମିଳିଛି। ବୁଧବାର ରାତିରେ ପରିବାର ଲୋକେ ଘର ଭିତରେ ଖାଉଥିଲେ। ହଠାତ୍‌ ୬ଜଣ…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…

ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ…

ପୁଅର ବର୍ବରକାଣ୍ଡ: ବାପାଙ୍କୁ ବାଡେଇ ବାହାରୁ ତାଲାଦେଇ ଘର ଭାଙ୍ଗିଲେ ପୁଅ

ଖଇରା,୨୪।୩(ଉତ୍କଳ ବନ୍ଧୁ ପଣ୍ଡା ): ବାଲେଶ୍ବର ଜିଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଅଧୀନ ମୁସ୍ତଫାବାଦ ଗ୍ରାମରେ ପୁଅର ଆକ୍ରମଣରେ ବାପା ଲହୁଲୁହାଣ ହେବା ପରେ ବାପାର…

ବାଲେଶ୍ଵର ଅରଡ ବଜାରରେ ଗୁଳିକାଣ୍ଡ, ଦୁଇ ଯୁବକ…

ବାଲେଶ୍ଵର,୨୪।୩( ବାଞ୍ଛାନିଧି ଦେ): ଅଶାନ୍ତ ହୋଇପଡିଛି ବାଲେଶ୍ଵର ସହର । ସହଦେଵଖୁଣ୍ଟା ଥାନା ଅନ୍ତର୍ଗତ ଅରଡ ବଜାର ଅଞ୍ଚଳରେ ପୁଣିଥରେ ଗୁଳିକାଣ୍ଡ ହୋଇଛି। ସୋମବାର ମଧ୍ୟରାତିରେ ଫୁଟିଲା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri