ଚିଚୈଗୁଡା ମଣ୍ଡି ନିର୍ମାଣ କାମରେ ଅନିୟମିତତା, ଉପଜିଲାପାଳଙ୍କୁ ଲିଖିତ ଅଭିଯୋଗ

ଜୁନାଗଡ଼,୬।୫(ସୁନୀଲ କୁମାର ସିଂହ): ଧାନ ମଣ୍ଡି ନିର୍ମାଣ ନାମରେ ଚାଷୀଙ୍କ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ କିଛି ଅସାଧୁ ଠିକାଦାର ଓ ବିଭାଗୀୟ ଅଧିକାରୀଙ୍କ ମଧୁଚନ୍ଦ୍ରିକା ଯୋଗୁଁ ନିମ୍ନମାନର କାମ ହେଉଥିବା ଅଭିଯୋଗ ହେଉଛି । ଏପରି ଏକ ଅନିୟମିତତା ଆସିଛି କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଚିଚୈଗୁଡା ମଣ୍ଡି ନିର୍ମାଣ କାମରେ। ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି (ଆର ଏମ ସି) ପକ୍ଷରୁ ଏଠାରେ ଚାଷୀଙ୍କ ରହିବା ପାଇଁ ପ୍ରାୟ କୋଟିଏ ଟଙ୍କାରେ ଘର, ପାଚେରୀ ଓ ଧାନ ରଖିବା ପାଇଁ ପିଣ୍ଡା (ଫଡ) ନିର୍ମାଣ ହେଉଛି। ହେଲେ ବିଭାଗୀୟ ଯନ୍ତ୍ରୀ କିମ୍ବା ଦାୟିତ୍ବରେ ଥିବା ଆର ଏମ ସି କର୍ମଚାରୀ କାମ ନିର୍ମାଣ ସମୟରେ ଉପସ୍ଥିତ ରହୁ ନଥିବାରୁ ଠିକାଦାର ମନ ଇଚ୍ଛା କାର୍ଯ୍ୟ କରିଥିବା ନେଇ ଅଭିଯୋଗ ହୋଇଛି ।

ଵିଶେଷ କରି ପ୍ଲିନ୍ଥ ବିମ୍‌ରେ ନିର୍ଦ୍ଧାରିତ ୬ ଇଞ୍ଚରେ ରଡ୍ ପରିବର୍ତ୍ତେ ୯ ଇଞ୍ଚ ଦୂରତାରେ ରଡ୍ ବ୍ୟବହାର ହେଉଥିବା ସହିତ ବିନା ସୂଚନା ଫଳକରେ କାମ ଚାଲିଥିବା ଦେଖିବାକୁ ମିଳିଛି । କଙ୍କ୍ରିଟ୍ କାମ ସମୟରେ ଭାଇବ୍ରେଟର ବ୍ୟବହାର ପାଇଁ ନିୟମ ଥିବା ବେଳେ ଠିକାଦାର ଭାଇବ୍ରେଟର ବ୍ୟବହାର ନ କରିବାରୁ ରଡ୍ ବାହାରକୁ ଦେଖାଯାଉଛି । ସେହିପରି ଚୋରାରେ ବିଦ୍ୟୁତ ନେଇ ଏହି ସବୁ କାର୍ଯ୍ୟ କରାଯାଉଛି। ଯାହାଫଳରେ ଏହାର ସ୍ଥାୟିତ୍ୱକୁ ନେଇଁ ସ୍ଥାନୀୟ ଲୋକେ ପ୍ରଶ୍ନ ଉଠାଇଛନ୍ତି ।

ଏପରିକି ଖବର ସଂଗ୍ରହ ପାଇଁ ଯାଇଥିବା ଗଣମାଧ୍ୟମ ପ୍ରତିନିଧିଙ୍କୁ କିଛି କାର୍ଯ୍ୟରତ ବ୍ୟକ୍ତି ଦୁର୍ବ୍ୟବହାର କରିଥିବା ଓ ପ୍ରତିକ୍ରିୟା ମାଗିବା ସମୟରେ ଉତକ୍ଷୀପ୍ତ ହୋଇ ତାଙ୍କର ବୁମ୍‌କୁ ଠେଲା-ପେଲା କରାଯାଇଥିବା ମଧ୍ୟ ଅଭିଯୋଗ ହୋଇଛି । ଏହାକୁ ନେଇ ବୁଧବାର ଜୁନାଗଡ଼ ମିଡିଆ କ୍ଳବ ପକ୍ଷରୁ ଧର୍ମଗଡ଼ ଉପଜିଲାପାଳ ପ୍ରେକ୍ଷା ଅଗ୍ରୱାଲଙ୍କୁ ସାକ୍ଷାତ କରି ନିମ୍ନ ମାନର କାମ ସମ୍ପର୍କରେ ଏକ ଲିଖିତ ଅଭିଯୋଗ ଦିଆଯାଇଛି । ତେବେ ଉପଜିଲାପାଳ ଅଗ୍ରୱାଲ ଘଟଣା ସ୍ଥଳକୁ ତଦନ୍ତ କରିବାକୁ ଯିବି ଓ ପରେ ଠିକାଦାରଙ୍କ ଉପରେ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି କହିଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧଦେବ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ଆମେରିକାରେ ହଇଚଇ: ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର! ଗଲ୍ଫ କ୍ଲବ ନିକଟରୁ ବନ୍ଧୁକଧାରୀ ସନ୍ଦିଗ୍ଧ ଗିରଫ

ଓ୍‌ବାଶିଂଟନ୍‌,୫।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କାଲିଫର୍ଣ୍ଣିଆସ୍ଥିତ ଗଲ୍ଫ କ୍ଲବ ନିକଟରୁ ୩୮ ବର୍ଷୀୟ ଜଣେ ବ୍ୟକ୍ତିଙ୍କୁ ପୋଲିସ ହେପାଜତକୁ ନେଇଛି। ଯାଞ୍ଚ ବେଳେ ତାଙ୍କ ନିକଟରୁ…

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି…

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି…

ରାଜନୈତିକ ଦଳ ନୁହେଁ, ଏହି ରୂପରେ ମଇଦାନକୁ ଆସିବ CJP: ବଡ଼ ଖୁଲାସା କଲେ ସିଜେପି ପ୍ରବକ୍ତା

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହ ସଫଳ ହୋଇଥିଲା। ଏହି ଆନ୍ଦୋଳନର ଆରମ୍ଭ କରିଥିବା କକରୋଚ ଜନତା ପାର୍ଟି (CJP) ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri