ପାରିଶ୍ରମିକ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀଙ୍କ ପାଖରେ ଅଭିଯୋଗ ଆଣିଲେ ସ୍ବେଚ୍ଛାଗ୍ରାହୀ

କୋକସରା,୨୮ା୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ପାରିଶ୍ରମିକ ବୃଦ୍ଧି ଓ ଥଇଥାନ ନେଇ କଳାହାଣ୍ଡି ଜିଲା ସ୍ବେଚ୍ଛାଗ୍ରାହୀ ସଂଘ ପକ୍ଷରୁ ସଭାପତି ତେଜରାଜ ଦୁରିଆଙ୍କ ନେତୃତ୍ୱରେ ଭୁବନେଶ୍ୱରଠାରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିରରେ ଲିଖିତ ଅଭିଯୋଗ କରାଯାଇଛି।

ସୂଚନା ଯୋଗ୍ୟ, ଓଡ଼ିଶା ପଞ୍ଚାୟତିରାଜ ଓ ଜଳ ପରିମଳ ବିଭାଗ ଦ୍ୱାରା ୨୦୧୭ ରୁ ରାଜ୍ୟର ପ୍ରତି ପଞ୍ଚାୟତରେ ଜଣେ ଲେଖାଏ ସ୍ବେଚ୍ଛାଗ୍ରାହୀଙ୍କୁ ନିଯୁକ୍ତି ଦିଆଯାଇଛି। ସ୍ବଚ୍ଛ ଭାରତ ମିଶନରେ ଏହି କର୍ମଚାରୀମାନେ କାର୍ଯ୍ୟ ସମ୍ପାଦନ କରିଆସୁଛନ୍ତି। ପ୍ରଥମ ପର୍ଯ୍ୟାୟରେ ମୋଟିଭେଟର ଭାବେ ନିୟୋଜିତ କରାଯିବା ସହ ସ୍ବଚ୍ଛ ଭାରତ ମିଶନରେ ପ୍ରତି ପଞ୍ଚାୟତରେ ଲୋକଙ୍କୁ ପାଇଖାନା ନିର୍ମାଣ ଓ ପରିମଳ ବ୍ୟବସ୍ଥା ଉପରେ ସଚେତନ କରି ଗ୍ରାମକୁ ବାହ୍ୟ ମଳମୁକ୍ତ କରିବାରେ ପ୍ରମୁଖ ଭୂମିକା ରହିଥିଲା।

ଦ୍ୱିତୀୟ ପର୍ଯ୍ୟାୟରେ ସ୍ବେଚ୍ଛାଗ୍ରାହୀ ଭାବେ ନିୟୋଜିତ କରି ପ୍ରତି ପଞ୍ଚାୟତର ସ୍ବଚ୍ଛ ଭାରତ ସମ୍ବନ୍ଧୀୟ କାଗଜପତ୍ର ସଂଗ୍ରହକରି ବ୍ଲକ୍‌କୁ ଦେବା ସହ ମୋବାଇଲ ଆପ୍‌ରେ ଅପ୍‌ଡେଟ୍‌ କରୁଥିଲେ। ତେବେ ବର୍ତ୍ତମାନ ସ୍ଥିତିରେ ସେମାନଙ୍କୁ ଅଣଦେଖାକରି କୌଣସି କାର୍ଯ୍ୟରେ ସାମିଲ କରାଯାଉ ନାହିଁ କିମ୍ବା ପାରିଶ୍ରମିକ ମଧ୍ୟ ଦିଆଯାଉ ନାହିଁ। ପୂର୍ବରୁ ଅଭିଯୋଗ ଶୁଣାଣିରେ ଦାବି ଉପସ୍ଥାପନ କରିବା ସତ୍ତ୍ୱେ କୌଣସି ପଦକ୍ଷେପ ନିଆଯାଇ ନାହିଁ। ଫଳରେ ପରିବାର ପ୍ରତିପୋଷଣ କଷ୍ଟସାଧ୍ୟ ହେଉଛି ବୋଲି ସ୍ବେଚ୍ଛାଗ୍ରାହୀମାନେ କହିଛନ୍ତି। ଦାବି ପ୍ରଦାନ ସମୟରେ ଜିଲା ସଭାପତି ଦୁରିଆଙ୍କ ସମେତ ଧର୍ମେନ୍ଦ୍ର କୁମାର ନାଗ, ସୁଶାନ୍ତ ବାଗ, ସୁକାନ୍ତି ନାଏକ, ଉପେନ୍ଦ୍ର ସୁନାନୀ, ଜିତେନ୍ଦ୍ର ପ୍ରଧାନ, ମଳୟ ନିଆଲ, ସୁନୀଲ ନାଏକ, ଗୋପବନ୍ଧୁ ସାହୁ, ଗୌରଚନ୍ଦ୍ର କର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?