ଜମିମାଫିଆଙ୍କ କବଜାରେ ରାଧାକୃଷ୍ଣଙ୍କ ଜମିକୁ ନେଇ ଅଭିଯୋଗ  

ପୁରୁଷୋତ୍ତମପୁର,୨୭/୧୨(ଡିଏନ୍ଏ) ଗଞ୍ଜାମ ଜିଲା ପୁରୁଷୋତ୍ତମ ପୁର ସହର ଉପକଣ୍ଠରେ ରାଧାକୃଷ୍ଣ ମହାପ୍ରଭୁବିଜେ ନାମରେ ଥିବା ପ୍ରାୟ ଏକ ଏକରରୁ ଉର୍ଦ୍ଧ ଜମିକୁ ଜମି ମାଫିଆ ମାନେ କବଜା କରିନେଇଥିବା ଅଭିଯୋଗ ହୋଇଛି । ଏହି ଜମିକୁ ଜୈନିକ ବ୍ୟକ୍ତି ତହସିଲରେ କୁଆଡେ  ନିଜ ନାମରେ ପଟ୍ଟା କରାଇ ନେଇଥିଲେ। ଯାହାକି ସେହି ଜମିକୁ ଗତ କିଛିଦିନ ତଳେ ବିକ୍ରି ମଧ୍ୟ କରିଛନ୍ତି। ଏଥିନେଇ ପୁରୁଷୋତ୍ତମପୁର ସବରେଜିଷ୍ଟରଙ୍କ କାର୍ଯ୍ୟାଳୟରେ କୁଆଡେ ଭିତିରିଆ ଭାବେ ରେଜିଷ୍ଟ୍ରେଶନ ମଧ୍ୟ  ହୋଇଥିବା ନେଇ ଅଭିଯୋଗ ହୋଇଛି । ଏହି ଘଟଣା ଲୋକ ଲୋଚନକୁ ଆସିବା ପରେ ଏହା ଏଠାରେ ଚର୍ଚ୍ଚାର ବିଷୟ ପାଲଟିଛି।
ଏହାକୁ ନେଇ  ଜନସାଧାରଣଙ୍କ ମଧ୍ୟରେ  ଅସନ୍ତୋଷ ଦେଖା ଦେଇଛି । ଏହି ଘଟଣାକୁନେଇ କିଛି ବ୍ୟକ୍ତି ଗଞ୍ଜାମ  ଜିଲ୍ଲାପାଳ, ଦେବୋତ୍ତର କମିଶନରଙ୍କ ନିକଟକୁ ଯାଇ ଫେରାଦ ହେବେ। ଏପରିକି ଆବଶ୍ୟକ ପଡିଲେ  ରାଧାକୃଷ୍ଣଙ୍କ ଲାଗି ଅଦାଲତର ମଧ୍ୟ  ଆଶ୍ରୟ ନେଇ ଯେ କୌଣସି ମତେ  ଜମି ଫେରାଇ ଆଣିବା ଲାଗି ପ୍ରସ୍ତୁତ ହୋଇଛନ୍ତି। ଏଥିନେଇ ସବ ରେଜିଷ୍ଟର କାଳିପ୍ରସାଦ ଧଳଙ୍କ ସହ ଯୋଗାଯୋଗ କରାଯିବାରେ  କହିଛନ୍ତି ଯେ ସେ ଛୁଟିରେ ଅଛନ୍ତି। ଏଭଳି ଘଟଣା ତାଙ୍କର ଜ୍ଞାତ ସାରରେ ହୋଇନାହିଁ। ଛୁଟିରୁ ଫେରିବା ପରେ ଏହାର ତଦନ୍ତ କରି ସତ୍ୟତା ଥିଲେ ପଦକ୍ଷେପ ନେବେ ବୋଲି କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri