ବର୍ଷାଙ୍କ ବିରୋଧରେ ପୁଣି ଅଭିଯୋଗ

କଟକ ଅଫିସ, ୯ା୭:ପାରିବାରିକ ବିବାଦ ମାମଲାରେ କେନ୍ଦ୍ରାପଡା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଗୁରୁବାର କଟକ ପୁରୀଘାଟ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ସେ ଅଭିଯୋଗପତ୍ରରେ ଦର୍ଶାଇଛନ୍ତି, ଅଭିନେତ୍ରୀ ତଥା ସ୍ତ୍ରୀ ବର୍ଷା ତାଙ୍କ ବିରୋଧରେ ଷଡଯନ୍ତ୍ର କରିବା ସହ ଘର ଭାଙ୍ଗିବାକୁ ଚେଷ୍ଟା କରୁଛନ୍ତି। କିଛିଦିନ ହେଲା ତାଙ୍କ ଘର ଆଗରେ କେତେଜଣ ଅଚିହ୍ନା ଲୋକ ହେଲ୍‌ମେଟ୍‌ ପିନ୍ଧି ବୁଲୁଥିବା ଦେଖିବାକୁ ମିଳୁଛି। ଏହାଦ୍ୱାରା ତାଙ୍କ ପରିବାର ଲୋକଙ୍କ ପ୍ରତି ବିପଦ ରହିଛି। ସେହିପରି ସିସିଟିଭି ଫୁଟେଜକୁ ଆଧାର କରି ଅନୁଭବ କହିଛନ୍ତି, ତାଙ୍କ ଘରର ଅନେକ ନକଲି ଚାବି ପ୍ରସ୍ତୁତ ହୋଇଛି। ଫଳରେ ତାଙ୍କ ଘରୁ ବହୁ ମୂଲ୍ୟବାନ ଜିନିଷ ଚୋରି ହେବା ସମ୍ଭାବନା ରହିଛି। ଏ ନେଇ ପୁରୀଘାଟ ଥାନାଧିକାରୀ ଦାୟିତ୍ୱରେ ଥିବା ତେରୋସ୍କୋଭା ମହାପାତ୍ର କହିଛନ୍ତି, ଅନୁଭବଙ୍କ ଘରର ସିସିଟିଭି ଫୁଟେଜ୍‌ ଯାଞ୍ଚ କରାଯିବା ସହ ଅଭିଯୋଗ ଆଧାରରେ ତଦନ୍ତ ଜାରି ରହିଛି। ସୂଚନାଯୋଗ୍ୟ, କିଛି ମାସ ଧରି ବର୍ଷା ଓ ଅନୁଭବଙ୍କ ମଧ୍ୟରେ ପାରିବାରିକ ବିବାଦ ଲାଗି ରହିଛି। ଏ ନେଇ ପୂର୍ବରୁ ଅନେକ ଥର ପୁରୀଘାଟ ଥାନାରେ ଅଭିଯୋଗ ହୋଇଛି। ପରବର୍ତ୍ତୀ ସମୟରେ କୋର୍ଟରେ ଏହି ମାମଲାର ବିଚାର ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଦ୍‌ରେ ଅଟଳ ସୋନମ ୱାଙ୍ଗଚୁକ: କହିଲେ- ମୋତେ ଅନଶନ ଭାଙ୍ଗିବାକୁ କୁହନ୍ତୁ ନାହିଁ…

ନୂଆଦିଲ୍ଲୀ,୧୬।୭: ଜନ୍ତର-ମନ୍ତରଠାରେ ଅର୍ନିଦ୍ଦିଷ୍ଟ କାଳ ପାଇଁ ଭୋକ ଉପବାସରେ ବସିଥିବା ସାମାଜିକ କର୍ମୀ ତଥା ଶିକ୍ଷା ସଂସ୍କାରବାଦୀ ସୋନମ ୱାଙ୍ଗଚୁକଙ୍କ ଅନଶନ ଗୁରୁବାର ୧୯ ଦିନରେ ପ୍ରବେଶ…

କେ.ସମାସିଂହାରୁ ଆସିଲା ସାଙ୍ଘାତିକ ଦୃଶ୍ୟ: ଘର କାନ୍ଥ ଭାଙ୍ଗି ଧାନ ବସ୍ତା ଟେକିନେଲା ଦନ୍ତା

କୋଲାବିରା,୧୬।୭(ସଞ୍ଜୟ ପୂଜାରୀ ): ଝାରସୁଗୁଡ଼ା ଜିଲା କୋଲାବିରା ଓ ବାଗଡିହି ବନାଞ୍ଚଳରେ ବିଗତ ୩/୪ ଦିନ ହେଲା ଗୋଟିଏ ଦନ୍ତା ହାତୀ ଘୂରି ବୁଲୁଥିବା ବେଳେ ଜନସାଧାରଣ…

ଯାହାଙ୍କୁ ଦିନେ କୋଳରେ ଧରିଥିଲେ ଲିଓନେଲ ମେସି, ଫାଇନାଲରେ ତାଙ୍କ ସହ କରିବେ ମୁକାବିଲା: ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ନୂଆଦିଲ୍ଲୀ,୧୬।୭: ୨୦୨୬ ଫିଫା ବିଶ୍ୱକପ ଫାଇନାଲ ପାଇଁ ଲାଇନ ଅପ ସ୍ଥିର ହୋଇଛି। ଟାଇଟଲ ମୁକାବିଲା ସ୍ପେନ ଏବଂ ଆର୍ଜେଣ୍ଟିନା ମଧ୍ୟରେ ହେବ। ପ୍ରଥମ ସେମିଫାଇନାଲ୍‌ରେ ଫ୍ରାନ୍ସକୁ…

ବିଦେଶୀ ମଦ ଦୋକାନକୁ ତୁରନ୍ତ ସ୍ଥାନାନ୍ତର କରିବା ଦାବି: ଶତାଧିକ ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କ ବିରାଟ ରାଲି

ଅମରପାଲି, ୧୬।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ନୂଆପଡା ମୌଜାରେ ନିକଟରେ ଖୋଲାଯାଇଥିବା ବିଦେଶୀ ମଦ ଦୋକାନକୁ ତୁରନ୍ତ ସ୍ଥାନାନ୍ତର କରିବା…

ଝୁଲି ଝୁଲି ଆସୁଛନ୍ତି ବଡଠାକୁର, ହରିବୋଲ ଧ୍ୱନିରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ

ପୁରୀ,୧୬।୭: ଆରମ୍ଭ ହୋଇଛି ପ୍ରଭୁ ଶ୍ରୀବଳଭଦ୍ରଙ୍କ ପବିତ୍ର ପହଣ୍ଡି । ଶଙ୍ଖ, ଘଣ୍ଟ, ମୃଦଙ୍ଗ ଓ “ହରିବୋଲ” ଧ୍ୱନିରେ ପ୍ରକମ୍ପିତ ହେଉଛି ସମଗ୍ର ବଡ଼ଦାଣ୍ଡ। ଭକ୍ତିରେ ମୁଖରିତ…

ଇତିହାସରେ ପ୍ରଥମଥର ପାଇଁ ଆର୍ଜେଣ୍ଟିନା-ସ୍ପେନ୍‌ ମଧ୍ୟରେ ବିଶ୍ୱକପ ଫାଇନାଲ

ଆଟଲାଣ୍ଟା, ୧୬।୭: ୭ ମିନିଟ ବ୍ୟବଧାନରେ ୨ ଗୋଲ ବଳରେ ଗତଥରର ଚାମ୍ପିୟନ ଆର୍ଜେଣ୍ଟିନା ଏଥର ପୁଣି ଫିଫା ବିଶ୍ୱକପର ଫାଇନାଲରେ ପ୍ରବେଶ କରିଛି। ବୁଧବାର ଅନୁଷ୍ଠିତ…

୪୧ ବର୍ଷରେ ପୁଣି ବିବାହ କରିବାକୁ ଯାଉଛନ୍ତି ଏହି ଅଭିନେତ୍ରୀ: ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍‌

ଲୋକପ୍ରିୟ ଟେଲିଭିଜନ ଅଭିନେତ୍ରୀ ଜେନିଫର ୱିଙ୍ଗେଟ ପୁଣି ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସିଙ୍ଗାପୁରର ବ୍ୟବସାୟୀ ୱିଲିୟମ ଇସମାଏଲଙ୍କୁ ସେ ଜୀବନସାଥୀ ଭାବେ ବାଛିଛନ୍ତି। ଜେନିଫରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri