ସରକାରୀ ଅନୁଦାନ ଆତ୍ମସାତ୍‌ ଅଭିଯୋଗ: ଲୋକାୟୁକ୍ତ ପକ୍ଷରୁ ହେବ ତଦନ୍ତ

ହାଟଡିହୀ,୧ା୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡଅଁର ପଞ୍ଚାୟତରେ ସରକାରୀ ଅନୁଦାନ ଆତ୍ମସାତ ହୋଇଥିବା ନେଇ ଓଡ଼ିଶା ଲୋକାୟୁକ୍ତଙ୍କ ତଦନ୍ତକାରୀ ଦଳ ସେପ୍ଟେମ୍ବର ୨ରେ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ପ୍ରାଥମିକ ତଦନ୍ତ କରିବେ। ଏ ବାବଦରେ ଲୋକାୟୁକ୍ତଙ୍କ କାର୍ଯ୍ୟାଳୟ ପକ୍ଷରୁ ଜଣାଯାଇଛି। ଚିଠି ନଂ ୬୬୯୯ ଏବଂ ୬୭୦୧/୩୦.୮.୨୨ରେ ପୂର୍ବତନ ପିଇଓ ରମେଶ ମାଝି ଏବଂ ଜିଆରଏସ୍‌ ବିନୟ ମଲିକଙ୍କୁ ବିଡିଓଙ୍କ ଜରିଆରେ ନୋଟିସ ଜାରି କରାଯାଇଛି। ଉଭୟ ପିଇଓ ଏବଂ ଜିଆରଏସ୍‌ଙ୍କ ବୟାନ ସଂଗ୍ରହ କରାଯିବ ବୋଲି ନୋଟିସ୍‌ରେ ଉଲ୍ଲେଖ ରହିଛି। ସେହିପରି ଚିଠି ନଂ ୬୬୯୮/୩୦.୦୯.୨୨ (ତାରିଖକୁ ନେଇ ସନ୍ଦେହ) ଅନୁସାରେ ସେପ୍ଟେମ୍ବର ୨ ଏବଂ ୩ ତାରିଖ ବ୍ଲକ କାର୍ଯ୍ୟାଳୟରେ ତଦନ୍ତ ହେବା ସହ ଇନ୍‌କ୍ୱାରୀ ଦଳ ଘଟଣାସ୍ଥଳ ପରିଦର୍ଶନ କରିବ। ତଦନ୍ତ ସମୟରେ ଏବିଡିଓ ଏବଂ ଅନ୍ୟ ସମ୍ପୃକ୍ତ କର୍ମଚାରୀ ଉପସ୍ଥିତ ରହିବା ପାଇଁ ବିଡିଓଙ୍କୁ ଜଣାଯାଇଛି। ଏଥିସହ ସମ୍ପୃକ୍ତ ପଞ୍ଚାୟତର ସରପଞ୍ଚ ଏବଂ ପିଇଓ ଧାର୍ଯ୍ୟ ତାରିଖରେ ଉପସ୍ଥିତ ରହିବା ପାଇଁ ସେମାନଙ୍କୁ ସୂଚନା ଦେବାକୁ ମଧ୍ୟ କୁହାଯାଇଛି।

ସୂଚନାଯୋଗ୍ୟ, ପୂର୍ବତନ ସରପଞ୍ଚ ହିସି ହେମ୍ବ୍ରମ ପଞ୍ଚାୟତରେ ଭତ୍ତା, ଏସ୍‌ଏଫ୍‌ସି, ସିଏଫ୍‌ସି, ପ୍ରଧାନମନ୍ତ୍ରୀ ଆବାସ ଅନୁଦାନ ଆତ୍ମସାତ ହୋଇଥିବା ନେଇ ଅଭିଯୋଗ କରିଥିଲେ। ଏଥିରେ ଜିଲାପାଳ ଏବଂ ଅନ୍ୟମାନଙ୍କୁ ପକ୍ଷଭୁକ୍ତ କରାଯାଇଛି। କେସ ନଂ ଏଲଓ୍ବାଇ ୭୫୮/୨୦୨୧ ଅଟେ।

ସମ୍ପୃକ୍ତ ସରପଞ୍ଚ ଜଣକ ପୂର୍ବରୁ ଜଣେ ଜିଆରଏସ୍‌ଙ୍କୁ ମାଡ଼ ମାରିବା ଅଭିଯୋଗରେ ତାଙ୍କ ନାମରେ ମାମଲା ରୁଜୁ ହେବା ସହ ସେ ନିଲମ୍ବିତ ହୋଇଥିଲେ। ପରେ ଓଡ଼ିଶା ହାଇକୋର୍ଟ ଏହି ନିଲମ୍ବନ ଉପରେ ସ୍ଥଗିତାଦେଶ ଜାରି କରିଥିଲେ। ପିଇଓ ରମେଶ ମାଝି ଏବଂ ଜିଆରଏସ୍‌ ବିନୟ ମଲିକ କହିଛନ୍ତି, ସରକାରୀ ଅନୁଦାନ ଆତ୍ମସାତ ହୋଇନି। ପୂର୍ବତନ ସରପଞ୍ଚ ଜଣକ ଏପରି ମିଥ୍ୟା ଅଭିଯୋଗ ଆଣି ଅଯଥା ହଇରାଣ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ

ବାରଙ୍ଗ,୨୯।୪(ଲିଙ୍ଗରାଜ ରାଉତ): ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ସୋମବାର ଅପରାହ୍ନରେ ଜଣେ ଯୁବକ ଉତ୍ପାତ କରି କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ ଅନ୍ୟାନ୍ୟ ସାମଗ୍ରୀ ଭାଙ୍ଗିବା ସହ...

ପହଞ୍ଚିଲେ ନିର୍ବାଚନୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ

କଟକ,୨୯ା୪(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ କଟକ ଜିଲାରେ ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୋମବାର ପହଞ୍ଚିଛନ୍ତି। ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ  ସୁରେଶ...

ପଞ୍ଜୀକରଣର ୧୦୦ ମିନିଟ୍‌ ମଧ୍ୟରେ ହେବ କାର୍ଯ୍ୟାନୁଷ୍ଠାନ

କଟକ,୨୯ା୪(କାର୍ତ୍ତିକ ସାହୁ): ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ସମ୍ବନ୍ଧିତ ଅଭିଯୋଗ ଦାଖଲ ପାଇଁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ୨୪ ଘଣ୍ଟିଆ ସମନ୍ବିତ କଣ୍ଟ୍ରୋଲ ରୁମ୍‌...

ଭାଜପା ଛାଡିବା ଖବରକୁ ଖଣ୍ଡନ କଲେ ନୀତେଶ, କହିଲେ ମୋ ଆକାଉଣ୍ଟ…

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ତେବେ ଏଭଳି ଏକ ଖବରକୁ ଖଣ୍ଡନ କରିଛନ୍ତି ନୀତେଶ। ସେ କହିଛନ୍ତି, ତାଙ୍କ ଫେସବୁକ୍‌ ଆକାଉଣ୍ଟ...

ଆତ୍ମସମର୍ପଣ କଲେ ୨୩ ମାଓବାଦୀ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍‌ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା...

ଆସନ୍ତା ୨ରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ

ଭୁବନେଶ୍ୱର,୨୯।୪: ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨ ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ଏଥିସହ...

ଭାଜପାରୁ ଇସ୍ତଫା ଦେଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ସୋମବାର ନୀତେଶ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଏମ୍‌ପି...

ଯବାନଙ୍କ ସହ ଗୁଳି ବିନିମୟ, ଜଣେ ମାଓବାଦୀ ମୃତ, ଅନେକ ଆହତ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନପାତ୍ର): ମାଲକାନଗିରି ଜିଲା ସୀମାନ୍ତ ସୁକ୍‌ମା ଜିଲାରେ ସୋମବାର ଡିଆର୍‌ଜି ଯବାନଙ୍କ ସହ ଗୁଳି ବିନିମୟରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନେକେ ଆହତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri