ସରକାରୀ ଅନୁଦାନ ଆତ୍ମସାତ୍‌ ଅଭିଯୋଗ: ଲୋକାୟୁକ୍ତ ପକ୍ଷରୁ ହେବ ତଦନ୍ତ

ହାଟଡିହୀ,୧ା୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡଅଁର ପଞ୍ଚାୟତରେ ସରକାରୀ ଅନୁଦାନ ଆତ୍ମସାତ ହୋଇଥିବା ନେଇ ଓଡ଼ିଶା ଲୋକାୟୁକ୍ତଙ୍କ ତଦନ୍ତକାରୀ ଦଳ ସେପ୍ଟେମ୍ବର ୨ରେ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ପ୍ରାଥମିକ ତଦନ୍ତ କରିବେ। ଏ ବାବଦରେ ଲୋକାୟୁକ୍ତଙ୍କ କାର୍ଯ୍ୟାଳୟ ପକ୍ଷରୁ ଜଣାଯାଇଛି। ଚିଠି ନଂ ୬୬୯୯ ଏବଂ ୬୭୦୧/୩୦.୮.୨୨ରେ ପୂର୍ବତନ ପିଇଓ ରମେଶ ମାଝି ଏବଂ ଜିଆରଏସ୍‌ ବିନୟ ମଲିକଙ୍କୁ ବିଡିଓଙ୍କ ଜରିଆରେ ନୋଟିସ ଜାରି କରାଯାଇଛି। ଉଭୟ ପିଇଓ ଏବଂ ଜିଆରଏସ୍‌ଙ୍କ ବୟାନ ସଂଗ୍ରହ କରାଯିବ ବୋଲି ନୋଟିସ୍‌ରେ ଉଲ୍ଲେଖ ରହିଛି। ସେହିପରି ଚିଠି ନଂ ୬୬୯୮/୩୦.୦୯.୨୨ (ତାରିଖକୁ ନେଇ ସନ୍ଦେହ) ଅନୁସାରେ ସେପ୍ଟେମ୍ବର ୨ ଏବଂ ୩ ତାରିଖ ବ୍ଲକ କାର୍ଯ୍ୟାଳୟରେ ତଦନ୍ତ ହେବା ସହ ଇନ୍‌କ୍ୱାରୀ ଦଳ ଘଟଣାସ୍ଥଳ ପରିଦର୍ଶନ କରିବ। ତଦନ୍ତ ସମୟରେ ଏବିଡିଓ ଏବଂ ଅନ୍ୟ ସମ୍ପୃକ୍ତ କର୍ମଚାରୀ ଉପସ୍ଥିତ ରହିବା ପାଇଁ ବିଡିଓଙ୍କୁ ଜଣାଯାଇଛି। ଏଥିସହ ସମ୍ପୃକ୍ତ ପଞ୍ଚାୟତର ସରପଞ୍ଚ ଏବଂ ପିଇଓ ଧାର୍ଯ୍ୟ ତାରିଖରେ ଉପସ୍ଥିତ ରହିବା ପାଇଁ ସେମାନଙ୍କୁ ସୂଚନା ଦେବାକୁ ମଧ୍ୟ କୁହାଯାଇଛି।

ସୂଚନାଯୋଗ୍ୟ, ପୂର୍ବତନ ସରପଞ୍ଚ ହିସି ହେମ୍ବ୍ରମ ପଞ୍ଚାୟତରେ ଭତ୍ତା, ଏସ୍‌ଏଫ୍‌ସି, ସିଏଫ୍‌ସି, ପ୍ରଧାନମନ୍ତ୍ରୀ ଆବାସ ଅନୁଦାନ ଆତ୍ମସାତ ହୋଇଥିବା ନେଇ ଅଭିଯୋଗ କରିଥିଲେ। ଏଥିରେ ଜିଲାପାଳ ଏବଂ ଅନ୍ୟମାନଙ୍କୁ ପକ୍ଷଭୁକ୍ତ କରାଯାଇଛି। କେସ ନଂ ଏଲଓ୍ବାଇ ୭୫୮/୨୦୨୧ ଅଟେ।

ସମ୍ପୃକ୍ତ ସରପଞ୍ଚ ଜଣକ ପୂର୍ବରୁ ଜଣେ ଜିଆରଏସ୍‌ଙ୍କୁ ମାଡ଼ ମାରିବା ଅଭିଯୋଗରେ ତାଙ୍କ ନାମରେ ମାମଲା ରୁଜୁ ହେବା ସହ ସେ ନିଲମ୍ବିତ ହୋଇଥିଲେ। ପରେ ଓଡ଼ିଶା ହାଇକୋର୍ଟ ଏହି ନିଲମ୍ବନ ଉପରେ ସ୍ଥଗିତାଦେଶ ଜାରି କରିଥିଲେ। ପିଇଓ ରମେଶ ମାଝି ଏବଂ ଜିଆରଏସ୍‌ ବିନୟ ମଲିକ କହିଛନ୍ତି, ସରକାରୀ ଅନୁଦାନ ଆତ୍ମସାତ ହୋଇନି। ପୂର୍ବତନ ସରପଞ୍ଚ ଜଣକ ଏପରି ମିଥ୍ୟା ଅଭିଯୋଗ ଆଣି ଅଯଥା ହଇରାଣ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଦିବ୍ୟାଙ୍ଗ ସାର୍ଟିଫିକେଟ୍ ନାଁରେ ଚାଲିଛି ମୋଟା ଅଙ୍କର ଠକେଇ! ଶିବିରରେ ଉତ୍ତେଜନା

ହାଟଡ଼ିହୀ/ଛେନାପଦୀ,୧୩।୯(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଆୟୋଜିତ ହୋଇଥିବା ଭୀମଭୋଇ ଭିନ୍ନକ୍ଷମ ଶିବିରରେ ଦଲାଲଙ୍କ ପ୍ରାଦୁର୍ଭାବ ଦେଖାଯାଇଥିଲା। ଅଧିକ ପ୍ରତିଶତର…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?