Posted inଜାତୀୟ

ପରମବୀରଙ୍କ ବିରୋଧରେ ଅଭିଯୋଗ ପ୍ରତ୍ୟାହାର

ମୁମ୍ବାଇ, ୧୩ା୫ (ଆଇଏଏନ୍‌ଏସ୍‌): ମୁମ୍ବାଇ ପୋଲିସର ପୂର୍ବତନ କମିଶନର ପରମବୀର ସିଂଙ୍କ ବିରୋଧରେ ଥିବା ସମସ୍ତ ଅଭିଯୋଗକୁ ମହାରାଷ୍ଟ୍ର ସରକାର ପ୍ରତ୍ୟାହାର କରିନେଇଛନ୍ତି। ଏଥିସହ ଶୁକ୍ରବାର ତାଙ୍କ ଉପରୁ ନିଲମ୍ବନ ଆଦେଶକୁ ଉଠାଇଦିଆଯାଇଛି। ଦୁଇବର୍ଷ ପୂର୍ବେ ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ବିରୋଧରେ ପରମବୀର ଲେଖିଥିବା ଚିଠି ରାଜ୍ୟ ରାଜନୀତିରେ ହଇଚଇ ସୃଷ୍ଟି କରିଥିଲା। ତତ୍କାଳୀନ ମହାବିକାଶ ଅଘାଡ଼ି ସରକାର ତାଙ୍କୁ ୨୦୨୧ ଡିସେମ୍ବର ୨ରୁ ଅବସର ତାରିଖ ୨୦୨୨ ଜୁନ୍‌ ୩୦ ପର୍ଯ୍ୟନ୍ତ ଚାକିରିରୁ ନିଲମ୍ବନ କରିଥିଲେ। ମେ’ ୧୦ରେ ଗୃହ ବିଭାଗ ଜାରି କରିଥିବା ନିର୍ଦ୍ଦେଶନାମା ଅନୁଯାୟୀ ସେହି ସମୟରେ ପରମବୀର ଡ୍ୟୁଟିରେ ଥିଲେ ବୋଲି ଧରାଯିବ। ସେ ଅବସର ନେଇସାରିଥିବାରୁ ବର୍ତ୍ତମାନର ନିର୍ଦ୍ଦେଶନାମା ଅନୁଯାୟୀ ସେ ଅନେକ ଅବସରକାଳୀନ ସୁବିଧା ପାଇବାକୁ ହକ୍‌ଦାର ହେବେ। ଏହା ଉପରେ ପ୍ରତିକ୍ରିୟା ପ୍ରକାଶ କରି ଏନ୍‌ସିପି ମୁଖପାତ୍ର କ୍ଲାଇଡ୍‌ କ୍ରାଷ୍ଟୋ କହିଛନ୍ତି, ଯେଉଁମାନେ ମହାବିକାଶ ଅଘାଡ଼ି ସରକାରକୁ ବଦନାମ କରିଥିଲେ, ସେମାନଙ୍କୁ ଏବେ ଓ୍ବାଶିଂ ମେଶିନ୍‌ରେ ଧୋଇ ସଫା କରାଯାଉଛି। ପରମବୀରଙ୍କ ପରେ କିଏ ବୋଲି ସେ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri