ଅଭିଯୋଗ ଅଧିକ, ଫଇସଲା କମ୍‌

ଜଗତ୍‌ସିଂହପୁର ଅଫିସ,୨୦ା୧୨:ଜଗତ୍‌ସିଂହପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ବ୍ଲକ ଅଞ୍ଚଳର ଲୋକଙ୍କ ସମସ୍ୟାଗୁଡିକର ସମାଧାନ ନିମନ୍ତେ ପ୍ରତିମାସରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କରାଯାଉଛି। ଏହାର ଉଦ୍ଦେଶ୍ୟ ହେଉଛି ଶିବିର ମାଧ୍ୟମରେ ସହଜରେ ଏବଂ କମ୍‌ ସମୟ ମଧ୍ୟରେ ଲୋକଙ୍କ ଅଭିଯୋଗଗୁଡିକର ଫଇସଲା କରାଯାଇ ସେମାନଙ୍କୁ ଆଶ୍ୱସ୍ତ କରିବା। କିନ୍ତୁ ଶିବିରଗୁଡିକରେ ଅଭିଯୋଗ ଉପରେ ଶୁଣାଣି ହେଉଥିଲେ ସୁଦ୍ଧା ଆଶାଜନକ ଫଇସଲା ହୋଇପାରୁନାହିଁ । ଏହାର ଦୃଷ୍ଟାନ୍ତ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍‌ଭାବନା ସଭାଗୃହରେ ଜିଲା ପ୍ରାଶାସନ ପକ୍ଷରୁ ଅନୁଷ୍ଠିତ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିରରେ ଦେଖିବାକୁ ମିଳିଛି । ଏଥିରେ ଜିଲାପାଳ ପାରୁଲ ପଟୁୱାରୀଙ୍କ ସମେତ ଅତିରିକ୍ତ ଜିଲାପାଳ ସଚ୍ଚିଦାନନ୍ଦ ସାହୁ, ଉପଜିଲାପାଳ ଧର୍ମେନ୍ଦ୍ର ମଲ୍ଲିକ, ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ ରମେଶ ଚନ୍ଦ୍ର ସିଂହ, ତହସିଲଦାର ଅଞ୍ଜଳି ତରାଇ, ଜିଲାସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ ଓ ବ୍ଲକସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଆପତ୍ତି ଓ ଅଭିଯୋଗର ଶୁଣାଣି କରିଥିଲେ। ଶିବିରରେ ମୋଟ ୭୯ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଗୁଡିକ ମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କିତ ୭୪, ଗୋଷ୍ଠୀଗତ ତଥା ଗ୍ରାମ ସମସ୍ୟା ସମ୍ପର୍କିତ ୫ଟି ଥିଲା। ବ୍ୟକ୍ତିଗତ ଅଭିଯୋଗଗୁଡିକ ମଧ୍ୟରୁ ଆବାସ ଯୋଜନା ନିମନ୍ତେ ୨୮, ରାଶନ କାର୍ଡ ୫, ଜମିଜମା ସମସ୍ୟା ୯, ରେଡକ୍ରସ୍‌ ପାଣ୍ଠିରୁ ସହାୟତା ପାଇଁ ୨, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୧, ଭତ୍ତା ୬, ପୋଲିସ ସହାୟତା ୨ ଓ ଅନ୍ୟାନ୍ୟ ୧୨ଟି ଅଭିଯୋଗ ସମ୍ପର୍କରେ ଶୁଣାଣି ହୋଇଥିଲା । କିନ୍ତୁ ସେଥିରୁ ମାତ୍ର ୯ଟିର ତତ୍କାଳ ଫଇସଲା ସମ୍ଭବ ହୋଇଥିଲା। ଏ ସମ୍ପର୍କରେ ସ୍ଥାନୀୟ ଅଞ୍ଚଳର କେତେଜଣ ବୁଦ୍ଧିଜୀବୀ ପ୍ରତିକ୍ରିୟାରେ କହିଛନ୍ତି, ରାଜ୍ୟ ସରକାର ଏହି ଶିବିର ମାଧ୍ୟମରେ ଜନସାଧାରଣଙ୍କ ଆପତ୍ତି ଓ ଅଭିଯୋଗର ଫଇସଲା କରି ଆସ୍ଥାଭାଜଗ ପାଇଁ ମହତ ଲକ୍ଷ୍ୟ ରଖିଛନ୍ତି। କିନ୍ତୁ ଅନେକ ସମୟରେ ଦେଖାଯାଉଛି ଏହା କେବଳ ଔପଚାରିକତା ପୂରଣ ପାଇଁ କରାଯାଉଛି । ଅର୍ଥାତ୍‌ କେବଳ ବିଭାଗୀୟ ଅଧିକାରୀଙ୍କୁ ସମାଧାନ ପାଇଁ ନିର୍ଦ୍ଦେଶରେ ସୀମିତ ରହୁଛି । ବିଭାଗୀୟ ଅଧିକାରୀମାନେ ସମାଧାନ କଲେ କି ନାହିଁ ତା’ଉପରେ ଅନୁଧ୍ୟାନ ହେଉନାହିଁ । ଏହାଦ୍ୱାରା ଅଭିଯୋଗକାରୀମାନେ ଫଳ ନ ପାଇ ବାରମ୍ବାର ଅଭିଯୋଗ କରିବାକୁ ବାଧ୍ୟ ହେଉଛନ୍ତି । ଏ ସମ୍ପର୍କରେ ଜିଲାପାଳ ପାରୁଲ ପଟୁୱାରୀଙ୍କ ସହ ଯୋଗାଯୋଗ ପାଇଁ ଚେଷ୍ଟା କରାଯାଇଥିଲେ ସୁଦ୍ଧା ସମ୍ଭବ ହୋଇ ନ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ପାଟପୁର ଥାନା ପକ୍ଷରୁ ନିଆରା ପ୍ରୟାସ, ନିଶା ଦ୍ରବ୍ୟ ସେବନ ବିରୋଧରେ ନେଲେ ଶପଥ 

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଆମ ପୋଲିସ ସମିତି ପକ୍ଷରୁ ବୁଧବାର ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୁଲ୍ୟରେ ସଚେତନତା ସଭା…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri