ଜବରଦଖଲ ଉଚ୍ଛେଦରେ ପାତରଅନ୍ତର ଅଭିଯୋଗ:ପ୍ରଶାସନ ନିର୍ଦ୍ଦେଶକୁ ଫୁ

ବାଉଁଶୁଣୀ,୧୩ା୩(ଡି.ଏନ.ଏ.):ବୌଦ୍ଧ ଜିଲା ବାଉଁଶୁଣୀ ଅଞ୍ଚଳରେ ଜବରଦଖଲ ଉଚ୍ଛେଦ କ୍ଷେତ୍ରରେ ପାତରଅନ୍ତର କରାଯିବା ନେଇ ଅଭିଯୋଗ ହେଉଛି। ଗରିବ ଲୋକେ ପ୍ରଶାସନର ନିର୍ଦ୍ଦେଶକୁ ମାନୁଥିବା ବେଳେ ବଡବଡିଆ ଓ ପ୍ରଭାବଶାଳୀ ଲୋକେ ଏହାକୁ ଫୁ କଲା ଭଳି ଦେଖିବାକୁ ମିଳୁଛି ା
ପ୍ରକାଶ ଯେ, ବୌଦ୍ଧ ଜିଲାପାଳ ସତ୍ୟରଞ୍ଜନ ସାହୁ ଗତ ଅକ୍ଟୋବର ୧୭ ତାରିଖରେ ଗୋଟିଏ ସପ୍ତାହ ମଧ୍ୟରେ ବାଉଁଶୁଣୀରେ ଜବରଦଖଲ ହଟାଇବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ସମୟ ମଧ୍ୟରେ ଛୋଟ ଛୋଟ ଦୋକାନୀ ଏପରି କି ଚା ଆଉ ଫଳ ଦୋକାନ କରି ପରିବାର ଚଳାଉଥିବା ବ୍ୟବସାୟୀମାନେ ଜାଗା ଛାଡି ଦେଇଥିଲେ। କିନ୍ତୁ ପ୍ରଶାସନ ପକ୍ଷରୁ ଦିଆଯାଇଥିବା ସମୟ ଅବଧିର ୪ ମାସରୁ ଊଦ୍ଧର୍‌ବ ବିତିଯାଇଥିଲେ ମଧ୍ୟ ଜାଗା ଛାଡ଼ୁନାହାନ୍ତି ବଡ଼ବଡ଼ିଆ ଲୋକେ। ଗତ ଅକ୍ଟୋବର ୨୦ ତାରିଖରେ ଅତିରିକ୍ତ ତହସିଲଦାର ମନୋରଞ୍ଜନ ସୁନାଙ୍କ ସହ ବାଉଁଶୁଣୀ ରାଜସ୍ବ ନିରୀକ୍ଷକ ସୁଜିତ କୁମାର ସାହୁ, ଗୁନ୍ଦୁଲିଆ ରାଜସ୍ବ ନିରୀକ୍ଷକ ହାମିଦ ମଲ୍ଲିକ ଏବଂ ସ୍ଥାନୀୟ ପୋଲିସର ଉପସ୍ଥିତିରେ ମାପ କରାଯାଇ ସରକାରୀ ଜାଗା ଚିହ୍ନଟ କରାଯାଇଥିଲା। ଏହି ମାପ ସମୟରେ ବେଆଇନ ଭାବେ ନିର୍ମାଣ ହୋଇଥିବା ଘରର କାନ୍ଥରେ ଦିଆଯାଇଥିବା ନାଲିଗାରକୁ କେତେଜଣ ବଡବଡିଆ ଓ ପ୍ରଭାବଶାଳୀ ଲୋକ ସିମେଣ୍ଟ ଘସି ଲିଭେଇ ଦେଇଥିବା ମଧ୍ୟ ଦେଖିବାକୁ ମିଳିଛି। ତେବେ କାହା ଛତ୍ରଛାୟା ତଳେ ରହି ଏବଂ କେଉଁ ଅଦୃଶ୍ୟ ଶକ୍ତି ବଳରେ ଏମାନଙ୍କୁ ଉଠାଯାଉନାହିଁ ତାହା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଅନ୍ୟପକ୍ଷରେ ଜବରଦଖଲ ହଟାଯାଇଥିବା ବେଳେ ଭଙ୍ଗା ସାମଗ୍ରୀଗୁଡ଼ିକ ଉଠାଯାଉ ନ ଥିବାରୁ ଯାତାୟାତରେ ବାଧା ସୃଷ୍ଟି ହେବା ସହିତ ଦୁର୍ଘଟଣାର ଆଶଙ୍କା ରହିଛି। ଏ ସଂପର୍କରେ ଜିଲାପାଳ ସାହୁଙ୍କୁ ପଚାରିବାରେ ତହସିଲଦାରଙ୍କୁ ଯୋଗାଯୋଗ କରି ବିହିତ ପଦକ୍ଷେପ ନିଆଯିବା କଥା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri