Posted inକଟକ

ଅଭିଯୋଗ ପରେ ଲାଗିଲା ଫଳକ

ବାଙ୍କୀ,୨ା୬(ସ୍ବ.ପ୍ର.): ବାଙ୍କୀ ଡମପଡ଼ା ବ୍ଲକ ଅନ୍ତର୍ଗତ ରଗଡ଼ି ପଞ୍ଚାୟତର ସିଟି ସ୍କୁଲଠାରୁ ମହିଳା କଲେଜ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କରାଯାଇଛି। ଏଥିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହେବାପରେ ସୂଚନା ଫଳକ ଲଗାଯାଇଥିଲା। ମାତ୍ର ୨୪ ଘଣ୍ଟା ନ ପୂରୁଣୁ ସୂଚନା ଫଳକ ଭଙ୍ଗା ଯାଇଥିବା ଦେଖିବାକୁ ମିଳିଛି।
ରାସ୍ତାପାଇଁ ୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ୨ଟି ଯୋଜନାରେ ବ୍ୟୟବରାଦ ହୋଇଛି। ମାତ୍ର କାମଟି ୮ ଇଞ୍ଚର ସ୍ଥାନରେ ୪ ଇଞ୍ଚର ହୋଇଥିବା ଅଭିଯୋଗ ଆସିଥିଲା। ଏଥିସହିତ ରାସ୍ତା ନିର୍ମାଣସ୍ଥଳରେ ୫ ଲକ୍ଷର ସୂଚନା ଫଳକ ଲଗାଯାଇଥିବା ଦେଖିବାକୁ ମିଳିଥିଲା। ଯାହାକୁ ନେଇ ଗତ ମାସ ୨୯ ତାରିଖରେ ଡମପଡ଼ା ବ୍ଲକ କାର୍ଯ୍ୟାଳୟରେ ଅନୁଷ୍ଠିତ ଜିଲାପାଳଙ୍କ ଜନଶୁଣାଣିରେ ଗ୍ରାମର ଆଶିଷ ମହାପାତ୍ରଙ୍କ ସହିତ ଅନ୍ୟକେତେଜଣ ଯୁବକ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗରେ ବିଭାଗୀୟ ଯନ୍ତ୍ରୀ ନିମ୍ନମାନର କାର୍ଯ୍ୟକରି ଅର୍ଥ ହଡ଼ପ କରିଥିବା ଉଲ୍ଲେଖ ଥିଲା। ଏଥିସହିତ ୭ ଲକ୍ଷ ଟଙ୍କା ବଦଳରେ ୫ ଲକ୍ଷର ସୂଚନା ଫଳକ କେଉଁଥି ପାଇଁ ଲଗାଗଲା ବୋଲି ଦାବିପତ୍ରରେ ପ୍ରଶ୍ନ କରାଯାଇଥିଲା। ମାତ୍ର ଅଭିଯୋଗର ପରଦିନ ଅର୍ଥାତ ଗତ ମାସ ୩୦ ତାରିଖରେ ହଠାତ୍‌ ତରବରିଆ ଭାବେ ରାତିଅଧିଆ ଫଳକ ଲେଖାଯାଇଥିବା ଦେଖିବାକୁ ମିଳିଥିଲା। ଯେଉଁଥିରେ ଅଟକଳ ମୂଲ୍ୟ ୨, ୦୨, ୩୫୨ ଟଙ୍କା ବୋଲି ଉଲ୍ଲେଖ କରାଯିବା ସହ ବିଭାଗୀୟ ଅଧିକାରୀ କାର୍ଯ୍ୟ କରିଥିବା ଦର୍ଶାଯାଇଥିଲା। ଏ ସମ୍ପର୍କରେ ଖବର ପାଇ ଅଭିଯୋଗକାରୀ ଫଟୋ ଉତ୍ତୋଳନ କରିଥିଲେ। ଏହାପରେ ୩୧ ତାରିଖ ସକାଳୁ ସୂଚନା ଫଳକ ଭାଙ୍ଗି ପଡ଼ିଥିବା ଦେଖିବାକୁ ମିଳିଥିଲା, ଯାହାକୁ ନେଇ ନାନା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଦୁର୍ନୀତି ହୋଇଥିବାରୁ ଦୋଷ ଲୁଚାଇବା ପାଇଁ ତରବରିଆ ଭାବେ ସୂଚନା ଫଳକ ଲଗାଯାଇଥିଲା। ପରବର୍ତ୍ତୀ ସମୟରେ ତଦନ୍ତକୁ ବାଟବଣା କରିବା ପାଇଁ ଫଳକ ଭଙ୍ଗାଯାଇଛି ବୋଲି ଅଭିଯୋଗକାରୀ ଦର୍ଶାଇଛନ୍ତି। ତେଣୁ ଦୁର୍ନୀତିରେ ସମ୍ପୃକ୍ତ ବ୍ୟକ୍ତି ବିଶେଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଗ୍ରାମର ସଚେତନ ଯୁବକମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri