ଜାମିନରେ ଆସିବା ପରେ ପୋଲିସ ନାଁରେ ଅଭିଯୋଗ

ସମ୍ବଲପୁର,୪ା୧(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ପୋଲିସ ବିରୋଧରେ ସାଙ୍ଘାତିକ ଅଭିଯୋଗ ଆସିଛି। ଥାନା ପରିସରରେ ଜଣେ ଅଭିଯୁକ୍ତଙ୍କୁ ପୋଲିସ ମାରପିଟ କରିଛି। ଏକ ମାମଲାରେ ଜେଲ ଯାଇ ଜାମିନରେ ଆସିବା ପରେ ଧର୍ମେନ୍ଦ୍ର ଗିିରି ନାମକ ଯୁବକ ବୁର୍ଲା ଥାନା ଅଧିକାରୀଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି।

ଅଭିଯୋଗ ଅନୁଯାୟୀ, ଡିସେମ୍ବର ୨୮ରେ ବୁର୍ଲା ଥାନାର ଜଣେ ଏସ୍‌ଆଇ ତାଙ୍କୁ ଥାନାକୁ ଡକାଇ ଏକ ମାମଲାରେ ପଚରାଉଚୁରା କରିଥିଲେ। ଏହି ସମୟରେ ସେ ପକ୍ଷପାତିତା କରି ଗାଳିଗୁଲଜ ସହ ମାରପିଟ କରିଥିଲେ। ଏକ ବାଉଁଶ ବାଡିରେ ବାମ ଗୋଡକୁ ପିଟିବାରୁ ଅଙ୍ଗୁଳି ଫାଟି ରକ୍ତ ବାହାରିଥିଲା। ପାଟି କରିବାରୁ ଅନ୍ୟ ଜଣେ ଏସ୍‌ଆଇ ପାଖକୁ ଆସି ଗୋଇଠା ମାରିଥିଲେ। ଏ ସମ୍ପର୍କରେ ଡାକ୍ତର କିମ୍ବା ମାଜିଷ୍ଟ୍ରେଟଙ୍କ ପାଖରେ ଅଭିଯୋଗ କଲେ ମିଥ୍ୟା ମାମଲାରେ ଜେଲ ପଠାଇଦେବେ ବୋଲି ଧମକ ଦେଇଥିଲେ। ତେଣୁ ସେ ସମୟରେ ସେ କାହାରି ପାଖରେ ଅଭିଯୋଗ କରି ନ ଥିଲେ। ଏବେ ପରିବାର ଓ ସମ୍ପର୍କିୟ ସାହସ ଦେବାରୁ ସେ ଅଭିଯୋଗ କରିଥିବା କହିଛନ୍ତି।

ଏ ସମ୍ପର୍କରେ ବୁର୍ଲା ଥାନା ଅଧିକାରୀ କମଳ ଲୋଚନ ପଣ୍ଡା କହିଛନ୍ତି, ଧର୍ମେନ୍ଦ୍ରଙ୍କ ନାମରେ ପୂର୍ବରୁ ମାମଲା ରହିଛି। ଘଟଣା ଦିନ ଏକ ମାମଲାରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ତାଙ୍କୁ ମାରପିଟ ହୋଇଥିବା ନେଇ ଅଭିଯୋଗ କରିଛନ୍ତି। ହେଲେ ଘଟଣା ଦିନ ଆମ ପାଖରେ ଅଭିଯୋଗ କରିବା କଥା, ନ ହେଲେ ଡାକ୍ତର କିମ୍ବା ମାଜିଷ୍ଟ୍ରେଟଙ୍କ ପାଖରେ ଅଭିଯୋଗ କରି ପାରିଥାନ୍ତେ। ତଥାପି ଅଭିଯୋଗ ହୋଇଥିବାରୁ ସତ୍ୟାସତ୍ୟକୁ ନେଇ ତଦନ୍ତ କରାଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

ଥୁଆମୂଳ ରାମପୁର ବ୍ଲକ୍‌ରେ ଘରେ ଘରେ ତ୍ରିରଙ୍ଗା ପଦଯାତ୍ରା; ୧୦୦ ଫୁଟ୍‌ର ତ୍ରିରଙ୍ଗା ପାଲଟିଲା ମୁଖ୍ୟ ଆକର୍ଷଣ

ଥୁଆମୂଳ ରାମପୁର,୧୩।୮(ଦୁର୍ଗା କୀର୍ତ୍ତି): ୮୦ ତମ ସ୍ୱାଧୀନତା ଦିବସ ପାଳନ ଅବସରରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ପକ୍ଷରୁ ଗୁରୁବାର ‘ଘରେ ଘରେ ତ୍ରିରଙ୍ଗା’…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, କାଲିମେଳାରୁ ମହାରାଷ୍ଟ୍ରର ଯାଉଥିବା ବେଳେ ମାଡ଼ି ବସିଲା ପୋଲିସ

କାଲିମେଳା,୧୩।୮: ରୋଗୀ ବୁହା ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ଖବର ସାମ୍ନାକୁ ଆସିଛି। କାଲିମେଳା ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଗଞ୍ଜେଇ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri