ଓଏସ୍‌ଏସ୍‌ଟିଇଟି ପରୀକ୍ଷାରେ ତ୍ରୁଟି ଅଭିଯୋଗ

କଟକ ଅଫିସ, ୨।୧୦: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ କରାଯାଇଥିବା ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଟିଚର ଏଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି)ରେ ତ୍ରୁଟି ହୋଇଥିବା ଛାତ୍ରୀଛାତ୍ରମାନେ ଅଭିଯୋଗ କରିଛନ୍ତି। ଏନେଇ ସେମାନେ ଏବିଭିପି ସହଯୋଗରେ ଶୁକ୍ରବାର ବୋର୍ଡ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ସେପ୍ଟେମ୍ବର ୧ ତାରିଖରେ ବୋର୍ଡ ପକ୍ଷରୁ ଓଏସ୍‌ଏସ୍‌ଟିଇଟି ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଏଥିରେ ରାଜ୍ୟର ବିଏଡ୍‌ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରୀଛାତ୍ର ପରୀକ୍ଷା ହେଇଥିଲେ। ହେଲେ ସେମାନେ ଅଭିଯୋଗ କରିଛନ୍ତି, ପାଠ୍ୟକ୍ରମ ଅନୁଯାୟୀ ପ୍ରଶ୍ନପତ୍ର ପ୍ରସ୍ତୁତ ହୋଇ ନ ଥିଲା। ୩୦ ମାର୍କ ଓଡ଼ିଆ ମଧ୍ୟରୁ ୧୫ ମାର୍କ ଓଡ଼ିଆ ଓ ୧୫ ମାର୍କର ଇଂଲିଶ ପ୍ରଶ୍ନ ରହିଥିଲା। ଏଥିଯୋଗୁ ଅନେକ ଛାତ୍ରୀଛାତ୍ର ଠିକ୍‌ରେ ଉତ୍ତର ଦେଇପାରି ନ ଥିଲେ। ଯେପରି ବୋର୍ଡ ତ୍ରୁଟି ପାଇଁ ସେମାନେ କଣ୍ଟ୍ରାକ୍‌ଚୁଆଲ ହାଇସ୍କୁଲ ଟିଚର ପରୀକ୍ଷାରୁ ବଞ୍ଚିତ ନ ହୁଅନ୍ତି ସେଥିପ୍ରତି ବୋର୍ଡ କର୍ତ୍ତୃପକ୍ଷ ପଦକ୍ଷେପ ଗ୍ରହଣ କରନ୍ତୁ ବୋଲି ଛାତ୍ର ସଞ୍ଜୟ କୁମାର ସାହୁ କହିଛନ୍ତି। ତେବେ ଏନେଇ ବୋର୍ଡ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରୀୟା ମିଳିପାରିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ କ୍ରୀଡ଼ାବିତ୍ ଆକାଶଙ୍କୁ ସମ୍ବର୍ଦ୍ଧନା; ମିଳିଲା ୫୧ ହଜାର ଟଙ୍କାର ପୁରସ୍କାର ରାଶି

ଭବାନୀପାଟଣା, ୩।୭(ଉତ୍ତମ କୁମାର ଦାଶ):  ତୁର୍କୀର ମରସିନ ଠାରେ ଅନୁଷ୍ଠିତ ହୋଇଯାଇଥିବା ସେଲିବ୍ରେଟେଡ୍ ‘ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ- ୨୦୨୬’ ରେ ଚମତ୍କାର ପ୍ରଦର୍ଶନ କରି…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri