ଧର୍ମଶାଳାରେ ଖଣି ବିଭାଗର ବଡ଼ ରେଡ୍

ଭୁବନେଶ୍ୱର,୧୮ା୭: ଓଡ଼ିଶା ଖଣି ବିଭାଗ ଶୁକ୍ରବାର ଯାଜପୁର ଜିଲାର ଧର୍ମଶାଳା ଅଞ୍ଚଳରେ ଥିବା ଖଣି ଏବଂ ପଥର ଖଣି ଉପରେ ବ୍ୟାପକ ଚଢାଉ କରିଛି। ଲୁଣିବାର, ଚଢେଇଧରା ଏବଂ ଡଙ୍କାରୀ ଖଣି ଅଞ୍ଚଳରେ ଏହି ଚଢ଼ାଉ କରାଯାଇଥିଲା।

ପୂର୍ବ ବିଜେଡି ସରକାର ସମୟରେ ଖଣି କାରବାରରେ ଅନିୟମିତତା ହୋଇଥିବା ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କ ଅଭିଯୋଗ ପରେ ଏହି ଚଢ଼ାଉ କରାଯାଇଛି। ବେଆଇନ କାର୍ଯ୍ୟକଳାପରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଧାୟକ କହିଛନ୍ତି।

“ଏହାପୂର୍ବରୁ ପୂର୍ବ ସରକାରଙ୍କ କାର୍ଯ୍ୟକାଳ ମଧ୍ୟରେ ଅନିୟମିତତା ଅଭିଯୋଗ ଆସିଥିଲା। ବିସ୍ତୃତ ଅନୁସନ୍ଧାନ ପାଇଁ ଆମେ ମାଇନର୍ ମିନେରାଲ୍ସର ନିର୍ଦ୍ଦେଶକ, କଲେକ୍ଟର, ରାଜସ୍ୱ ବିଭାଗକୁ ଲେଖିଥିଲୁ ବୋଲି ସାହୁ କହିଛନ୍ତି।

ଖଣି ବିଭାଗ, ଯୁଗ୍ମ ନିର୍ଦ୍ଦେଶକ ଏନ.ଏନ ସିଂହଦେଓ କହିଛନ୍ତି ଯେ, ବିଧାୟକଙ୍କ ଅଭିଯୋଗ ପରେ ଆମେ ଅଧିକ ଅନୁସନ୍ଧାନ ପାଇଁ ଆସିଛୁ। ଅତ୍ୟଧିକ ଖଣି ଖନନ ହୋଇଛି କି ନାହିଁ ଏବଂ ଆଇନ ପାଳନ କରାଯାଇଛି କି ନାହିଁ ତାହା ଅନୁସନ୍ଧାନ କରାଯିବ। ପରେ ସର୍ଭେ ଏବଂ ଅନ୍ୟାନ୍ୟ ପଦକ୍ଷେପ ନିଆଯିବ। ”


Enter your email to get our daily news in your inbox.

All Right Reserved By Dharitri.Com

ଫ୍ୟାଟ୍‌ଜାତୀୟ ଖାଦ୍ୟ ଅଧିକ ଖାଉଥିଲେ…

ଆମେ ସୁସ୍ଥ ରହିବା ପଛରେ ସୁଷମ ତଥା ଭିଟାମିନଯୁକ୍ତ ଖାଦ୍ୟ ଖାଇବା ଦରକାର। ହେଲେ ଏସବୁ ଖାଦ୍ୟ ସନ୍ତୁଳିତ ରହିବା ନିହାତି ଆବଶ୍ୟକ। ତେବେ ଅସନ୍ତୁଳିତ...

ନିଜ ଫର୍ମକୁ ନେଇ ଏମିତି କହିଦେଲେ ସୂର୍ଯ୍ୟକୁମାର: ରନ୍‌ କରିପାରୁନାହିଁ କିନ୍ତୁ…

ନୂଆଦିଲ୍ଲୀ,୧୫।୧୨: ବହୁତ ଦିନ ଧରି ବଡ଼ ସ୍କୋର କରିବାକୁ ସଂଘର୍ଷ କରୁଥିବା ଭାରତୀୟ ଟି-୨୦ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଟି-୨୦...

ବଂଶଗତ ରୋଗ ଥାଲାସିମିଆ

ଥାଲାସିମିଆ ଏକ ବଂଶଗତ ରକ୍ତ ରୋଗ। ଏହି ରୋଗରେ ଶରୀରରେ ଅକ୍ସିଜେନ୍‌ ପରିବହନକାରୀ ହେମୋଗ୍ଲୋବିନ୍‌ର ଗଠନ ତ୍ରୁଟିପୂର୍ଣ୍ଣ ହୋଇଯାଇଥାଏ। ଏହାଫଳରେ ଦେଖାଦିଏ ‘ଆନିମିଆ’ ବା ରକ୍ତାଳ୍ପତା।...

ମୋକିମଙ୍କ ବିଦା ପରେ ମୁହଁ ଖୋଲିଲେ ନରସିଂହ ମିଶ୍ର, କହିଲେ ନିଷ୍ପତ୍ତି ଉପରେ…

ଭୁବନେଶ୍ୱର,୧୫ା୧୨:  ବାରବାଟୀ କଟକର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କୁ ଆଜି ଦଳରୁ ବିଦା କରିଛି କଂଗ୍ରେସ । ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବହିଷ୍କୃତ...

୫୧ ବର୍ଷ ପରେ କ୍ରିକେଟ୍‌ରେ ଘଟିଲା…ଗୋଟିଏ ଦଳରେ ୩ ଭାଇ

ନୂଆଦିଲ୍ଲୀ,୧୫।୧୨: ICC ପୁରୁଷ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ ନାମ୍ବିଆ ଏବଂ ଜିମ୍ବାୱେରେ ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ଦେଶ ଗୋଟିଏ ପରେ ଗୋଟିଏ...

ଆଳାପ ପଠନାଭ୍ୟାସକୁ ପୁନର୍ଜୀବିତ କରିପାରେ: ତଥାଗତ

ଭୁବନେଶ୍ୱର,୧୫ା୧୨(ଜିତେନ୍ଦ୍ର କୁମାର ନାୟକ): ଆଳାପ ପଠନାଭ୍ୟାସକୁ ପୁନର୍ଜୀବିତ କରିପାରେ ବୋଲି ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟ ସମ୍ପାଦକ ତଥାଗତ ସତପଥୀ କହିଛନ୍ତି। ରବିବାର ଦିବସବ୍ୟାପୀ ଅନୁଷ୍ଠିତ...

ମେସିଙ୍କୁ ସ୍ବାଗତ ପାଇଁ ଦିଲ୍ଲୀରେ ହାଇ ଆଲର୍ଟ! ହ୍ୟାଣ୍ଡସେକ୍‌ କରିବାକୁ ଚାହୁଁଥିଲେ ଦେବାକୁ ପଡ଼ିବ ଏତିକି କୋଟି

ନୂଆଦିଲ୍ଲୀ,୧୫।୧୨: ଫୁଟବଲ ଜଗତର ସବୁଠାରୁ ବଡ ତାରକା ଏବଂ ଆର୍ଜେଣ୍ଟିନାକୁ ବିଶ୍ୱକପ ଗୌରବ ପ୍ରଦାନ କରିଥିବା ଅଧିନାୟକ ଲିଓନେଲ ମେସି ସୋମବାର ଦିଲ୍ଲୀରେ ପହଞ୍ଚିଛନ୍ତି। ତାଙ୍କ...

IND v SA, 3rd T20I: ଦକ୍ଷିଣ ଆଫ୍ରିକାକୁ ମହଙ୍ଗା ପଡିଲାକି ଗମ୍ଭୀରଙ୍କ ଚତୁର ରଣନୀତି, ହଠାତ୍…

ନୂଆଦିଲ୍ଲୀ,୧୫।୧୨: ତୃତୀୟ ଟି-୨୦ ମ୍ୟାଚରେ ଭାରତ ୭ ୱିକେଟରେ ବିଜୟୀ ହୋଇଛି । ଅର୍ଶଦୀପ ସିଂହଙ୍କ ବୋଲିଂ ଭାରତର ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri