ପ୍ରସୂତି କକ୍ଷରୁ ନବଜାତ ଶିଶୁ ଗାଏବ ଅଭିଯୋଗ

ମାଥିଲି, ୨୧ା୩ (ଡି.ଏନ.ଏ.):ମାଲକାନଗିରି ଜିଲା ମାଥିଲି ବ୍ଲକ ସଦର ସବ୍‌ଡିଭିଜନ ହସ୍ପିଟାଲର ପ୍ରସୂତି କକ୍ଷରୁ ନବଜାତ ଶିଶୁ ଗାଏବ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, କିଆଙ୍ଗ ପଞ୍ଚାୟତ ବୀରନପାଲି ଗ୍ରାମର ବନ୍ଧୁ ପଟିଙ୍କ ସ୍ତ୍ରୀ କୌଶଲ୍ୟା ଗର୍ଭବତୀ ଥିବା ଜାଣିବା ପରେ ସବୁ ମାସରେ ନିଜ ଚିକିତ୍ସା ଓ ଡାକ୍ତରଙ୍କ ପରାମର୍ଶକ୍ରମେ ଔଷଧପତ୍ର ଖାଉଥିଲେ। ରବିବାର ତାଙ୍କ ଗର୍ଭ ଯନ୍ତ୍ରଣା ହୋଇଥିଲା। ପରିବାର ଲୋକେ ତାଙ୍କୁ ମାଥିଲି ସବ୍‌ଡିଭିଜନ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ରାତିରେ ଯନ୍ତ୍ରଣାରେ ଛଟପଟ ହେଉଥିବା କୌଶଲ୍ୟାଙ୍କୁ ପ୍ରସୂତି କକ୍ଷକୁ ନିଆଯାଇଥିଲା। ଏକ ଘଣ୍ଟା ପରେ ସେଠାରୁ ତାଙ୍କୁ ବାହାର କରାଯାଇଥିଲା। ପରେ ଡାକ୍ତର ଆସି କୌଶଲ୍ୟାଙ୍କ ପେଟରେ କୌଣସି ଶିଶୁ ନ ଥିବା କହିଥିଲେ। କୌଶଲ୍ୟାଙ୍କ ପେଟରେ ଶିଶୁ ନ ରହିବା ଘଟଣା ପରିବାର ଲୋକଙ୍କୁ ସନ୍ଦେହରେ ପକାଇଥିଲା। ସେମାନେ ତାଙ୍କ ଶିଶୁକୁ ବିକ୍ରି କରିଦେଇଥିବା ଅଭିଯୋଗ ଉଠାଇଛନ୍ତି। ଅନ୍ୟପକ୍ଷରେ ତାଙ୍କୁ ପ୍ରସବ କରାଇଥିବା ଡାକ୍ତର ଡା. ଅମୀୟ ସ୍ବାଇଁ ଏହି ଅଭିଯୋଗକୁ ଖଣ୍ଡନ କରିଛନ୍ତି। ସେ କହିଛନ୍ତି, କୌଶଲ୍ୟା ଜଣେ ମାନସିକ ରୋଗୀ। ପୂର୍ବରୁ ସେ ୨ ଥରେ ବିବାହ କରିନ୍ତି। ପ୍ରଥମ ବିବାହ ପରେ କୌଶଲ୍ୟା ୨ ଶିଶୁ ଜନ୍ମ ଦେଇଛନ୍ତି। ପରେ ତାଙ୍କର ଫାମିଲି ପ୍ଲାନିଂ ଅପରେଶନ ହୋଇଛି। ଦ୍ବିତୀୟ ବିବାହ କରିବା ପରେ ତାଙ୍କର କୌଣସି କାରଣରୁ ମାନସିକ ଅବସ୍ଥା ଭଲ ନ ଥିଲା। ତାଙ୍କ ପେଟ କୌଣସି କାରଣରୁ ବଢ଼ିଯାଇଥିଲା। ଏହାକୁ ସେ ଗର୍ଭବତୀ ଥିବା ମନେକରି ନେଇଛନ୍ତି ବୋଲି ଡାକ୍ତର ସ୍ବାଇଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୩।୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଆମ ପୋଲିସ-ଆମ ସାଥୀ ଅଭିଯାନ: ସାଇବର ସୁରକ୍ଷା ନେଇ ସଚେତନତା

ରାଇକିଆ,୧୩।୮: କନ୍ଧମାଳ ଜିଲା ପୋଲିସର ‘ଆମ ପୋଲିସ-ଆମ ସାଥୀ’ ଅଭିଯାନ ପକ୍ଷରୁ ରାଇକିଆ ବ୍ଲକ ସୁଗଡ଼ାବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ହୋଇଛି। ଥାନା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri