ରାସ୍ତାକାର୍ଯ୍ୟ ନିମ୍ନମାନର ଅଭିଯୋଗ: ପ୍ରତିବାଦ କଲେ ଗ୍ରାମବାସୀ

କୋକସରା,୧୪।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗ୍ରାମାଞ୍ଚଳକୁ ଗମନାଗମନରେ ସୁବିଧା ପାଇଁ କେନ୍ଦ୍ର ଏବଂ ରାଜ୍ୟ ସରକାର ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ଅନୁଦାନ ଦେଉଛନ୍ତି । ହେଲେ କିଛି ବିଭାଗୀୟ ଅଧିକାରୀ ଏବଂ ଦୁର୍ନୀତିଗ୍ରସ୍ତ ଠିକାଦାର ମିଶି ‘ତୋର ଅଧେକୁ ମୋର ଅଧେ’ ନୀତିରେ ନିମ୍ନମାନର କାର୍ଯ୍ୟକରି ସରକାରୀ ଅନୁଦାନ ହଡ଼ପ କରୁଥିବା କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ସ୍ବାମୀ ବିବେକାନନ୍ଦ ଯୁବକ ସଙ୍ଘ, ବରାଡଙ୍ଗା ଓ ପାତ୍ରବସା ଗ୍ରାମବାସୀ ଅଭିଯୋଗ କରିଛନ୍ତି ।

ସୂଚନା ଯୋଗ୍ୟ, ଧର୍ମଗଡ଼ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଜୈନେକ ଠିକାସଂସ୍ଥାକୁ ଆମପାଣିରୁ ବେହେରନଶୀଳ ରାସ୍ତା ମରାମତି କାର୍ଯ୍ୟ ପାଇଁ ବିଭାଗୀୟ ଅଟକଳ ୩୫ ଲକ୍ଷ ୭୧ହଜାର ୭୫୮ ଟଙ୍କାରେ କାର୍ଯ୍ୟାଦେଶ ହୋଇଛି। ଏନେଇ ଠିକାସଂସ୍ଥା ପକ୍ଷରୁ ରାସ୍ତା ନିର୍ମାଣ କାମ ଜାରି ରହିଛି। ତେବେ ରାସ୍ତା କାର୍ଯ୍ୟ ନିମ୍ନମାନର ହେଉଥିବା ନେଇ ଗୁରୁବାର ସ୍ଥାନୀୟ ଯୁବକ ସଙ୍ଘର ନୃପରାଜ ମାଝି, ସୀମାଞ୍ଚଳ ମାଝି, ଚନ୍ଦ୍ରଭାନୁ ମାଝି, ଦାମୋଦର ମାଝି, ନେତ୍ରମଣି ନାଗ, ବିଶ୍ବମ୍ବର ନାଏକ, ଭୂବନେ ନାଗ, ଦୁର୍ଲ୍ଲଭ ମାଝି, ମହେନ୍ଦ୍ର ନାଏକ, ଘନଶ୍ୟାମ ମାଝିଙ୍କ ସହ ଗ୍ରାମବାସୀ ପ୍ରତିବାଦ କରିଛନ୍ତି।

ଅଭିଯୋଗ ମୁତାବକ, ଠିକାସଂସ୍ଥା ଏଷ୍ଟିମେଟ୍‌ ଅନୁଯାୟୀ ପିଚୁ ନ ପକାଇ ନିଜକୁ ସୁହାଇଲା ଭଳି ରାସ୍ତା କାମ୍‌ କରୁଥିବା ବେଳେ ବିଭାଗୀୟ ଅଧିକାରୀ ଏହାକୁ ପ୍ରଶୟ ଦେଉଥିବା ଅଭିଯୋଗ ହୋଇଛି। ଏନେଇ କୋକସରା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ସୁରେଶ ବାରିହାଙ୍କୁ ପଚାରିବାରୁ ଏଷ୍ଟିମେଟ୍‌ ଅନୁସାରେ କାର୍ଯ୍ୟ ହେଉଛି। କାମରେ କୌଣସି ଅନିୟମିତତା ହେଉ ନ ଥିବା ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?