ରାସ୍ତା ନିର୍ମାଣର ୩ ମାସ ପୂରିନି, ଉଠିଲାଣି ପିଚୁ

ଚନ୍ଦ୍ରପୁର,୧୩।୬(ଡି.ଏନ୍‌.ଏ.): ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ରାୟଗଡ଼ା ଜିଲା ଉପାନ୍ତ ଅଞ୍ଚଳ ଚନ୍ଦ୍ରପୁର ବ୍ଲକ ଟୁରିଗୁଡ଼ା ପଞ୍ଚୟତର ଢ଼େଲାପଡ଼ାଠାରୁ ଆଲିଗଣ୍ଡା ପର୍ଯ୍ୟନ୍ତ ନୂଆ ପିଚୁ ରାସ୍ତା ନିର୍ମାଣ କରାଯାଇଥିଲା। ରାସ୍ତା ନିର୍ମାଣର ମାତ୍ର ୩ ମାସ ପୂରିନି ହେଲେ ଢ଼େଲାପଡ଼ାଠାରୁ ରାମଣା ଗ୍ରାମ ମଧ୍ୟରେ ଥିବା ରାସ୍ତାରୁ ପିଚୁ ଉଠି ଗୋଡ଼ି ଦେଖାଗଲାଣି। ଫଳରେ ଉକ୍ତ ରାସ୍ତାରେ ଯାନବାହନ ଯାତାୟାତ ବେଳେ ଗୋଡ଼ି ଛିଟକି ବାଇକ୍‌ ଆରୋହୀଙ୍କ ଉପରେ ପଡ଼ୁଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି । ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଇ ରାସ୍ତା ନିର୍ମାଣ କରାଯାଇଥିଲେ ମଧ୍ୟ ବିଭାଗୀୟ କନିଷ୍ଠ ଯନ୍ତ୍ରୀ କାର୍ଯ୍ୟର ତଦାରଖ ନ କରିବାରୁ ଠିକାଦାର ନିମ୍ନମାନର କାମ କରିଥିବା ଅଭିଯୋଗ ହୋଇଛି । ରାସ୍ତା ନିର୍ମାଣର ୩ ମାସ ପରେ ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଆଗକୁ ବର୍ଷା ଦିନରେ ରାସ୍ତାର ଅବସ୍ଥା କିଭଳି ରହିବ ତାହା ସହଜେ ଅନୁମେୟ । ଏଣୁ ବିଭାଗୀୟ ଅଧିକାରୀ ଓ କନିଷ୍ଠ ଯନ୍ତ୍ରୀ ଉକ୍ତ ରାସ୍ତା ନିର୍ମାଣର ତଦନ୍ତ କରିବା ସହ ରାସ୍ତା ପୁନଃ ନିର୍ମାଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି । ଏନେଇ ଗ୍ରାମ୍ୟ ଉନ୍ନୟନ ବିଭାଗ କନିଷ୍ଠ ଯନ୍ତ୍ରୀ ଅନୀଲ କୁମାର ମଲିକଙ୍କୁ ପଚାରିବାରୁ ରାସ୍ତା ନିର୍ମାଣ କାର୍ଯ୍ୟର ଅନୁଧ୍ୟାନ କରି ସମ୍ପୃକ୍ତ ଠିକାଦାରଙ୍କୁ ରାସ୍ତା ମରାମତି ପାଇଁ ନିର୍ଦ୍ଦେଶ ଦେବେ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?