ରାସ୍ତାକାର୍ଯ୍ୟ ନିମ୍ନମାନର ଅଭିଯୋଗ

ପିପିଲି, ୯ା୫(ସ୍ବ.ପ୍ର.): ପିପିଲି ବ୍ଲକ ଅନ୍ତର୍ଗତ ୩୧୬ ନମ୍ବର ଜାତୀୟ ରାଜପଥଠାରୁ ବୀରପୁରୁଷୋତ୍ତମପୁର ଗ୍ରାମ୍ୟ ରାସ୍ତା ଆର୍‌ଡି ବିଭାଗ ଅଧୀନ ୫ କିଲୋମିଟର ନିର୍ମାଣ କରାଯାଉଛି। ଏହି ପ୍ରକଳ୍ପ ପାଇଁ ୧କୋଟି ୬୨ଲକ୍ଷ ଟଙ୍କା ମଞ୍ଜୁର ହୋଇଛି। ତେବେ ଏହି ରାସ୍ତା କାର୍ଯ୍ୟ ନିମ୍ନମାନର କରାଯାଉଛି ବୋଲି ବୀରପୁରୁଷୋତ୍ତମପୁର ଗ୍ରାମବାସୀ ଅଭିଯୋଗ ଆଣିଛନ୍ତି। ଏନେଇ ଗ୍ରାମବାସୀ ସ୍ଥାନୀୟ ସରପଞ୍ଚ, ସମିତିସଭ୍ୟ ଏବଂ ଜିଲା ପରିଷଦ ସଭ୍ୟଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ପରେ ଜିଲା ପରିଷଦ ସଭ୍ୟ ଧରଣୀଧର ସାହୁ ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ବିଭାଗୀୟ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ରବିବାର ଯନ୍ତ୍ରୀ ସୁରେଶ କୁମାର ମହାନ୍ତି ଘଟଣାସ୍ଥଳରେ ପହଞ୍ଚି ନିର୍ମାଣ କାର୍ଯ୍ୟ ପରଖିଥିଲେ। ଉକ୍ତ ରାସ୍ତାର ଅନେକ ଖାଲଖମା ହୋଇ ଫାଟିଥିବା ସ୍ଥାନରେ ବଜୁରି ଢଳେଇ କାର୍ଯ୍ୟକୁ ନେଇ ଯନ୍ତ୍ରୀ ମହାନ୍ତି ଅସନ୍ତୋଷ ପ୍ରକାଶ କରିଥିଲେ। ରାସ୍ତାର ଉଭୟ ପାର୍ଶ୍ୱରେ ମାଟି ଫଲିଂ କରିବାକୁ ଠିକାଦାରଙ୍କୁ କହିଥିଲେ। ଏଥିରେ ସମ୍ପୃକ୍ତ ଠିକାଦାର, ଅଧିକାରୀଙ୍କ ବିରୋଧରେ ଉଚ୍ଚସ୍ତରୀୟ ତଦନ୍ତ କରାଯାଇ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସହିତ ରାସ୍ତାକାର୍ଯ୍ୟ ପୁନଃ କରିବାକୁ ଜିଲା ପରିଷଦ ସଭ୍ୟ ସାହୁ ଦାବି କରିଛନ୍ତି। ଯନ୍ତ୍ରୀଙ୍କ ଗସ୍ତ ବେଳେ ସରପଞ୍ଚ ଧ୍ରୁବଚରଣ ପ୍ରଧାନ, ସମିତିସଭ୍ୟ ଜଗନ୍ନାଥ ତ୍ରିପାଠୀ, ଜିଲା ପରିଷଦ ସାହୁ, ସରୋଜ ନନ୍ଦ, ଦିଲୀପ ମିଶ୍ରଙ୍କ ସମେତ ଗ୍ରାମବାସୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri