କୋଠା କାର୍ଯ୍ୟ ନିମ୍ନମାନର ଅଭିଯୋଗ

କୁଡୁମୁଲୁଗୁମ୍ମା,୧୬ା୬(ହୃଷୀକେଶ ସେଠୀ): କୁଡୁମୁଲୁଗୁମ୍ମା ଭେଟେରିନାରି ଅଫିସ କୋଠା ନିର୍ମାଣ କାର୍ଯ୍ୟ ନିମ୍ନମାନର ହେଉଥିବା ଅଭିଯୋଗ ହେଉଛି। ଏହି କାର୍ଯ୍ୟକୁ ଟେଣ୍ଡର ମାଧ୍ୟମରେ ଠିକାଦାର ନେଇଛନ୍ତି। ସେ କାମ ଠିକ୍‌ ଭାବେ ତଦାରଖ କରୁ ନ ଥିବା ବେଳେ ଯନ୍ତ୍ରୀ କିମ୍ବା ଉପରସ୍ଥ ଅଧିକାରୀ ମଧ୍ୟ କାର୍ଯ୍ୟର ମାନ ନିରୂପଣ ନିମନ୍ତେ ଏଠାକୁ ଆସୁନାହାନ୍ତି। ଫଳରେ କୋଠା ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।
ବାହାର ଜିଲାର ଜଣେ ସୁପରଭାଇଜର, କେତେଜଣ ଠିକା ମିସ୍ତ୍ରି ଓ ଶ୍ରମିକଙ୍କ ଉପରେ କାମ ଛାଡ଼ିଦିଆଯାଇଛି। ଏଠାରେ ବ୍ୟବହାର ହେଉଥିବା ସାମଗ୍ରୀ ଅତି ନିମ୍ନମାନର ହେଉଥିବା ବେଳେ ଚଞ୍ଚକତାକରି ସିମେଣ୍ଟର ଭାଗ ମାପ ଅନୁଯାୟୀ ବ୍ୟବହାର କରାଯାଉ ନ ଥିବା ଦେଖିବାକୁ ମିଳିଛି। ସମ୍ପୃକ୍ତ କାର୍ଯ୍ୟର ଫାଉଣ୍ଡେଶନ ମଧ୍ୟ ଠିକ୍‌ ଭାବରେ କରା ନ ଯାଇ, ତରବରିଆ ଭାବେ ମାଟି ଢାଙ୍କି ଦିଆଯାଇ ତା’ଉପରେ ଇଟା ଯୋଡ଼େଇ କରାଯାଇଛି। ଯେମିତିକି ନିମ୍ନମାନର ନିର୍ମାଣ କାର୍ଯ୍ୟର ସୁରାକ କେହି ପାଇପାରିବେନାହିଁ। ସ୍ଥାନୀୟ ଲୋକେ ଉକ୍ତ କାର୍ଯ୍ୟକୁ ଠିକ୍‌ ଭାବେ କରିବା ପାଇଁ ତାଗିଦା କରିବା ସତ୍ତ୍ୱେ ସୁପରଭାଇଜର କର୍ଣ୍ଣପାତ କରୁ ନ ଥିବା ବେଳେ କାର୍ଯ୍ୟଟି ଅଳ୍ପ ଦିନ ମଧ୍ୟରେ ଭୁଶୁଡି ପଡିବା ଅଭିଯୋଗ ହେଉଛି। ଏଣୁ ଜିଲା ପ୍ରଶାସନ ତୁରନ୍ତ ଉକ୍ତ କୋଠା ନିର୍ମାଣ କାର୍ଯ୍ୟର ତଦାରଖ କରିବା ସହ ଏଥିରେ ହୋଇଥିବା ଅନିୟମିତତା ନେଇ ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିମନ୍ତେ ଜନସାଧାରଣ ଦାବି କରିଛନ୍ତି। ଏ ସମ୍ପର୍କରେ କୁଡୁମୁଲୁଗୁମ୍ମା ଭିଏଏସ୍‌ ସୁଜିତ ପ୍ରସାଦ ଦାସଙ୍କୁ ପଚାରିବାରୁ କାମ ନିମ୍ନମାନର ହେଉଥିଲେ ମଧ୍ୟ ଠିକାଦାର କୌଣସି କଥା ଶୁଣୁ ନାହାନ୍ତି ବୋଲି କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri