‘ଅଭିଯୋଗ ସମାଧାନ ବ୍ୟବସ୍ଥା ସୁଦୃଢ଼ ହୋଇଛି’

ଭୁବନେଶ୍ୱର, ୫।୧୨(ବ୍ୟୁରୋ): ପ୍ରଶାସନିକ ବ୍ୟବସ୍ଥାରେ ସୁଧାର ଆଣିବା ଲାଗି ଭାରତ ସରକାରଙ୍କ ସ୍ତରରେ ଅଣାଯାଇଥିବା ପରିବର୍ତ୍ତନ ରାଜ୍ୟ ଓ ଜିଲାସ୍ତରରେ ପ୍ରତିଫଳିତ ହେବା ଦରକାର। ଏକ ଦୁର୍ନୀତିମୁକ୍ତ ତଥା ସ୍ବଚ୍ଛ ପ୍ରଶାସନ ଯୋଗାଇ ଦେବା ହେଉଛି ଏହାର ମୂଳ ଲକ୍ଷ୍ୟ। ପ୍ରଶାସନିକ କ୍ଷେତ୍ରରେ ରାଜ୍ୟମାନେ ପରସ୍ପରର ଶ୍ରେଷ୍ଠ ବ୍ୟବସ୍ଥାଗୁଡ଼ିକୁ କାର୍ଯ୍ୟକାରୀ କରିବା ଉଚିତ ବୋଲି କେନ୍ଦ୍ର କାର୍ମିକ ଓ ପ୍ରଶିକ୍ଷଣ, ସାଧାରଣ ଅଭିଯୋଗ ଏବଂ ପେନସନ ପ୍ରଶାସନ ରାଷ୍ଟ୍ରମନ୍ତ୍ରୀ ଡ. ଜିତେନ୍ଦ୍ର ସିଂ କହିଛନ୍ତି। ଭୁବନେଶ୍ୱରଠାରେ ‘ଉତ୍ତମ ପ୍ରଶାସନିକ ବ୍ୟବସ୍ଥାର ପ୍ରତିଫଳନ’ ଉପରେ ଆୟୋଜିତ ଦୁଇଦିନିଆ ଆଞ୍ଚଳିକ ସମ୍ମିଳନୀର ଶନିବାର ଉଦ୍‌ଯାପନୀ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ସିଂ କହିଛନ୍ତି, ଗତ କିଛିବର୍ଷ ହେବ ଅଭିଯୋଗ ସମାଧାନ ବ୍ୟବସ୍ଥା ସୁଦୃଢ଼ ହୋଇଛି। ସମ୍ମିଳନୀରେ ଅଂଶଗ୍ରହଣ କରିଥିବା ସମସ୍ତ ଅଂଶୀଦାରମାନେ ଉତ୍ତମ ପ୍ରଶାସନିକ ବ୍ୟବସ୍ଥାର ପ୍ରତିଫଳନ ପ୍ରତି ଧ୍ୟାନ ଦେବା ଉଚିତ୍‌। ଏହି ଅବସରରେ ସେ ଓଡ଼ିଶା ସରକାରଙ୍କ ଓସ୍ବାସ, ମୋ ସରକାର ଏବଂ ଭୁବନେଶ୍ୱର ଭୂମି ବ୍ୟବହାର ସୂଚନା ପ୍ରଣାଳୀ ଭଳି ଡିଜିଟାଲ୍‌ ପଦକ୍ଷେପକୁ ପ୍ରଶଂସା କରିବା ସହ ଅନ୍ୟ ଅଞ୍ଚଳରେ ଏହାର ଉପଯୋଗ ପାଇଁ ଓଡ଼ିଶା ସରକାରଙ୍କୁ ସହଯୋଗ କରିବେ ବୋଲି କହିଥିଲେ। ମୁଖ୍ୟନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚ୍ଚୁଆଲରେ ଯୋଗଦେଇ କହିଥିଲେ, ଉତ୍ତମ ପ୍ରଶାସନ ହେଉଛି ବିକାଶମୂଳକ ପରିବର୍ତ୍ତନର ସର୍ବଶ୍ରେଷ୍ଠ ଉପକରଣ। ସାମର୍ଥ୍ୟ ବିକାଶ, ଉତ୍ତରଦାୟୀ ହେବା, ଉଚ୍ଚସ୍ତରୀୟ ନୈତିକତା ଓ ବିଶ୍ବସନୀୟତା ବଜାୟ ରଖିବା, ସମସ୍ତ ସରକାରୀ ପଦକ୍ଷେପରେ ଲୋକାଭିମୁଖୀ ଦୃଷ୍ଟିକୋଣ ଆପଣାଇବା ଆଦି ଉତ୍ତମ ପ୍ରଶାସନର ମେରୁଦଣ୍ଡ। ଆମ ସମସ୍ତଙ୍କର ଲୋକଙ୍କ ପ୍ରତି ଏକ ଉତ୍ତରଦାୟିତ୍ୱ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଓଡ଼ିଶା ସରକାରଙ୍କ ପକ୍ଷରୁ ଗ୍ରହଣ କରାଯାଇଥିବା କେତେକ ଶ୍ରେଷ୍ଠ ବ୍ୟବସ୍ଥା ଉପରେ ଆଲୋକପାତ କରିଥିଲେ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏହି ସମ୍ମିଳନୀ ପ୍ରଶାସନିକ କ୍ଷେତ୍ରରେ ପରସ୍ପରର ବିଚାର ବିନିମୟ ଲାଗି ଏକ ମଞ୍ଚ ଯୋଗାଇ ଦେବ ବୋଲି କହିଥିଲେ। ରାଜ୍ୟ ଯୋଜନା ଏବଂ ସଂଯୋଜନ ବିଭାଗ ମନ୍ତ୍ରୀ ପଦ୍ମନାଭ ବେହେରା ପ୍ରଶାସନିକ କ୍ଷେତ୍ରରେ ଅଧିକ ପେସାଦାର ଆଭିମୁଖ୍ୟ ଏବଂ ଦକ୍ଷତା ଆଣିବା ପାଇଁ ଓଡ଼ିଶା ସରକାରଙ୍କ ପକ୍ଷରୁ ଗ୍ରହଣ କରାଯାଇଥିବା ପଦକ୍ଷେପ ବିଷୟରେ ଆଲୋକପାତ କରିଥିଲେ। ପ୍ରଶାସନିକ ସଂସ୍କାର ଏବଂ ସାଧାରଣ ଅଭିଯୋଗ ବିଭାଗ ସଚିବ ସଞ୍ଜୟ ସିଂ ଓ ଅତିରିକ୍ତ ସଚିବ ଭି. ଶ୍ରୀନିବାସ ନିଜ ମତ ରଖିଥିଲେ। ପ୍ରଥମ ଅଧିବେଶନରେ ଓଡ଼ିଶାର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସଞ୍ଜୀବ ଚୋପ୍ରା ଓ ଦ୍ବିତୀୟ ଅଧିବେଶନରେ ନୀତି ଆୟୋଗ ଆକାଂକ୍ଷୀ ଜିଲା କାର୍ଯ୍ୟକ୍ରମର ସ୍ବତନ୍ତ୍ର ସଚିବ କେ. ରାଜେଶ୍ବର ରାଓ ଅଧ୍ୟକ୍ଷତା କରିଥିଲେ।

ଭାରତ ସରକାରଙ୍କ ପ୍ରଶାସନିକ ସଂସ୍କାର ଓ ସାଧାରଣ ଅଭିଯୋଗ ବିଭାଗ ଏବଂ ଓଡ଼ିଶା ସରକାରଙ୍କ ମିଳିତ ଆୟୋଜନରେ ଅନୁଷ୍ଠିତ ଏହି ସମ୍ମିଳନୀରେ ପୂର୍ବ ଏବଂ ଉତ୍ତର-ପୂର୍ବାଞ୍ଚଳର ୧୫ ରାଜ୍ୟରୁ ୫୦୦ରୁ ଅଧିକ ପ୍ରତିନିଧି ଅଂଶଗ୍ରହଣ କରିଥିଲେ। ଇ-ପ୍ରଶାସନ, ଜଳ ଏବଂ ମୃତ୍ତିକା ସଂରକ୍ଷଣ, ଆକାଂକ୍ଷୀ ଜିଲା ଏବଂ ଅଭିନବ ପ୍ରଶାସନିକ ପଦକ୍ଷେପ ଆଦି ବିଭିନ୍ନ ବିଷୟବସ୍ତୁ ଉପରେ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri