‘ଅଭିଯୋଗ ସମାଧାନ ବ୍ୟବସ୍ଥା ସୁଦୃଢ଼ ହୋଇଛି’

ଭୁବନେଶ୍ୱର, ୫।୧୨(ବ୍ୟୁରୋ): ପ୍ରଶାସନିକ ବ୍ୟବସ୍ଥାରେ ସୁଧାର ଆଣିବା ଲାଗି ଭାରତ ସରକାରଙ୍କ ସ୍ତରରେ ଅଣାଯାଇଥିବା ପରିବର୍ତ୍ତନ ରାଜ୍ୟ ଓ ଜିଲାସ୍ତରରେ ପ୍ରତିଫଳିତ ହେବା ଦରକାର। ଏକ ଦୁର୍ନୀତିମୁକ୍ତ ତଥା ସ୍ବଚ୍ଛ ପ୍ରଶାସନ ଯୋଗାଇ ଦେବା ହେଉଛି ଏହାର ମୂଳ ଲକ୍ଷ୍ୟ। ପ୍ରଶାସନିକ କ୍ଷେତ୍ରରେ ରାଜ୍ୟମାନେ ପରସ୍ପରର ଶ୍ରେଷ୍ଠ ବ୍ୟବସ୍ଥାଗୁଡ଼ିକୁ କାର୍ଯ୍ୟକାରୀ କରିବା ଉଚିତ ବୋଲି କେନ୍ଦ୍ର କାର୍ମିକ ଓ ପ୍ରଶିକ୍ଷଣ, ସାଧାରଣ ଅଭିଯୋଗ ଏବଂ ପେନସନ ପ୍ରଶାସନ ରାଷ୍ଟ୍ରମନ୍ତ୍ରୀ ଡ. ଜିତେନ୍ଦ୍ର ସିଂ କହିଛନ୍ତି। ଭୁବନେଶ୍ୱରଠାରେ ‘ଉତ୍ତମ ପ୍ରଶାସନିକ ବ୍ୟବସ୍ଥାର ପ୍ରତିଫଳନ’ ଉପରେ ଆୟୋଜିତ ଦୁଇଦିନିଆ ଆଞ୍ଚଳିକ ସମ୍ମିଳନୀର ଶନିବାର ଉଦ୍‌ଯାପନୀ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ସିଂ କହିଛନ୍ତି, ଗତ କିଛିବର୍ଷ ହେବ ଅଭିଯୋଗ ସମାଧାନ ବ୍ୟବସ୍ଥା ସୁଦୃଢ଼ ହୋଇଛି। ସମ୍ମିଳନୀରେ ଅଂଶଗ୍ରହଣ କରିଥିବା ସମସ୍ତ ଅଂଶୀଦାରମାନେ ଉତ୍ତମ ପ୍ରଶାସନିକ ବ୍ୟବସ୍ଥାର ପ୍ରତିଫଳନ ପ୍ରତି ଧ୍ୟାନ ଦେବା ଉଚିତ୍‌। ଏହି ଅବସରରେ ସେ ଓଡ଼ିଶା ସରକାରଙ୍କ ଓସ୍ବାସ, ମୋ ସରକାର ଏବଂ ଭୁବନେଶ୍ୱର ଭୂମି ବ୍ୟବହାର ସୂଚନା ପ୍ରଣାଳୀ ଭଳି ଡିଜିଟାଲ୍‌ ପଦକ୍ଷେପକୁ ପ୍ରଶଂସା କରିବା ସହ ଅନ୍ୟ ଅଞ୍ଚଳରେ ଏହାର ଉପଯୋଗ ପାଇଁ ଓଡ଼ିଶା ସରକାରଙ୍କୁ ସହଯୋଗ କରିବେ ବୋଲି କହିଥିଲେ। ମୁଖ୍ୟନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚ୍ଚୁଆଲରେ ଯୋଗଦେଇ କହିଥିଲେ, ଉତ୍ତମ ପ୍ରଶାସନ ହେଉଛି ବିକାଶମୂଳକ ପରିବର୍ତ୍ତନର ସର୍ବଶ୍ରେଷ୍ଠ ଉପକରଣ। ସାମର୍ଥ୍ୟ ବିକାଶ, ଉତ୍ତରଦାୟୀ ହେବା, ଉଚ୍ଚସ୍ତରୀୟ ନୈତିକତା ଓ ବିଶ୍ବସନୀୟତା ବଜାୟ ରଖିବା, ସମସ୍ତ ସରକାରୀ ପଦକ୍ଷେପରେ ଲୋକାଭିମୁଖୀ ଦୃଷ୍ଟିକୋଣ ଆପଣାଇବା ଆଦି ଉତ୍ତମ ପ୍ରଶାସନର ମେରୁଦଣ୍ଡ। ଆମ ସମସ୍ତଙ୍କର ଲୋକଙ୍କ ପ୍ରତି ଏକ ଉତ୍ତରଦାୟିତ୍ୱ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଓଡ଼ିଶା ସରକାରଙ୍କ ପକ୍ଷରୁ ଗ୍ରହଣ କରାଯାଇଥିବା କେତେକ ଶ୍ରେଷ୍ଠ ବ୍ୟବସ୍ଥା ଉପରେ ଆଲୋକପାତ କରିଥିଲେ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏହି ସମ୍ମିଳନୀ ପ୍ରଶାସନିକ କ୍ଷେତ୍ରରେ ପରସ୍ପରର ବିଚାର ବିନିମୟ ଲାଗି ଏକ ମଞ୍ଚ ଯୋଗାଇ ଦେବ ବୋଲି କହିଥିଲେ। ରାଜ୍ୟ ଯୋଜନା ଏବଂ ସଂଯୋଜନ ବିଭାଗ ମନ୍ତ୍ରୀ ପଦ୍ମନାଭ ବେହେରା ପ୍ରଶାସନିକ କ୍ଷେତ୍ରରେ ଅଧିକ ପେସାଦାର ଆଭିମୁଖ୍ୟ ଏବଂ ଦକ୍ଷତା ଆଣିବା ପାଇଁ ଓଡ଼ିଶା ସରକାରଙ୍କ ପକ୍ଷରୁ ଗ୍ରହଣ କରାଯାଇଥିବା ପଦକ୍ଷେପ ବିଷୟରେ ଆଲୋକପାତ କରିଥିଲେ। ପ୍ରଶାସନିକ ସଂସ୍କାର ଏବଂ ସାଧାରଣ ଅଭିଯୋଗ ବିଭାଗ ସଚିବ ସଞ୍ଜୟ ସିଂ ଓ ଅତିରିକ୍ତ ସଚିବ ଭି. ଶ୍ରୀନିବାସ ନିଜ ମତ ରଖିଥିଲେ। ପ୍ରଥମ ଅଧିବେଶନରେ ଓଡ଼ିଶାର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସଞ୍ଜୀବ ଚୋପ୍ରା ଓ ଦ୍ବିତୀୟ ଅଧିବେଶନରେ ନୀତି ଆୟୋଗ ଆକାଂକ୍ଷୀ ଜିଲା କାର୍ଯ୍ୟକ୍ରମର ସ୍ବତନ୍ତ୍ର ସଚିବ କେ. ରାଜେଶ୍ବର ରାଓ ଅଧ୍ୟକ୍ଷତା କରିଥିଲେ।

ଭାରତ ସରକାରଙ୍କ ପ୍ରଶାସନିକ ସଂସ୍କାର ଓ ସାଧାରଣ ଅଭିଯୋଗ ବିଭାଗ ଏବଂ ଓଡ଼ିଶା ସରକାରଙ୍କ ମିଳିତ ଆୟୋଜନରେ ଅନୁଷ୍ଠିତ ଏହି ସମ୍ମିଳନୀରେ ପୂର୍ବ ଏବଂ ଉତ୍ତର-ପୂର୍ବାଞ୍ଚଳର ୧୫ ରାଜ୍ୟରୁ ୫୦୦ରୁ ଅଧିକ ପ୍ରତିନିଧି ଅଂଶଗ୍ରହଣ କରିଥିଲେ। ଇ-ପ୍ରଶାସନ, ଜଳ ଏବଂ ମୃତ୍ତିକା ସଂରକ୍ଷଣ, ଆକାଂକ୍ଷୀ ଜିଲା ଏବଂ ଅଭିନବ ପ୍ରଶାସନିକ ପଦକ୍ଷେପ ଆଦି ବିଭିନ୍ନ ବିଷୟବସ୍ତୁ ଉପରେ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଆସନ ପାଣ୍ଡିଆନ୍‌ଙ୍କ ପାଇଁ ଛାଡ଼ିବେ ମୁଖ୍ୟମନ୍ତ୍ରୀ: ଭାଜପା

ଭୁବନେଶ୍ୱର, ୨୭।୪(ସୁନିତ୍‌ ମିଶ୍ର): କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ନାଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଅଛି। ଏଥିରୁ ପ୍ରମାଣିତ ହେଲା ଯେ, ସେ ହେଉଛନ୍ତି ବିଜେଡିର ୨...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

ଖୁବ୍‌ଶୀଘ୍ର ନୋ ପାର୍କିଂ ଜୋନ୍‌ ଚିହ୍ନଟ କରିବ ବିଏମ୍‌ସି

ଭୁବନେଶ୍ୱର, ୨୭।୪ (ବନ୍ଦନା ସେଠୀ): ସହରସାରା ଏବେ ବେଆଇନ ପାର୍କିଂ। ଗଳିକନ୍ଦିଠାରୁ ଆରମ୍ଭ କରି ରାଜରାସ୍ତା ପର୍ଯ୍ୟନ୍ତ ଯିଏ ଯେଉଁଠି ପାରୁଛି ଗାଡ଼ି ରଖି ଦେଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri