ପୌରପରିଷଦରେ ତାଲା ପକାଇବା ଘଟଣା: ଟୁଇଟର ଯୋଗେ ମୁଖ୍ୟମନ୍ତ୍ରୀଙ୍କୁ ଅଭିଯୋଗ

ଆନନ୍ଦପୁର,୩୦ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ କାର୍ଯ୍ୟାଳୟରେ ଲାଗି ରହିଥିବା ତାଲା ପକା ଆନ୍ଦୋଳନକୁ ନେଇ ସାଧାରଣ ଜନତା ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ଗୋଟିଏ ବ୍ୟସ୍ତବହୁଳ ସରକାରୀ କାର୍ଯ୍ୟାଳୟରେ ଦୀର୍ଘ ୪ ଦିନ ଧରି ତାଲା ପଡ଼ିଥିଲେ ବି ଜିଲା ପ୍ରଶାସନର ଉଦାସୀନତା ଖବର ଗଣମାଧ୍ୟମ ଜରିଆରେ ଚର୍ଚ୍ଚାର ପରିସରକୁ ଆସିଛି। ପ୍ରକାଶିତ ଖବରକୁ ଆଧାର କରି ମାନବାଧିକାର କର୍ମୀ ହିମାଂଶୁ ଶେଖର ନାୟକ ଟୁଇଟର୍‌ ଯୋଗେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସହରାଞ୍ଚଳ ବିକାଶ ନିକଟରେ ଅଭିଯୋଗ କରିଛନ୍ତି। ସାଧାରଣ ଲୋକଙ୍କ ଜରୁରୀ ଆବଶ୍ୟକତାକୁ ଦୃଷ୍ଟିରେ ରଖି ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ମାନବାଧିକାର କର୍ମୀ ଦାବି କରିଛନ୍ତି। ଗତ ବୁଧବାର ଅପରାହ୍ନରୁ ପୌରପରିଷଦ କାର୍ଯ୍ୟାଳୟରେ ତାଲା ପକାଇ କାଉନସିଲରମାନେ ଧାରଣାରେ ବସିଛନ୍ତି। କର୍ମଚାରୀ ଅଭାବ ଜନିତ ସମସ୍ୟାକୁ ନେଇ ଚଳିତ ମାସ ୧୨ ତାରିଖରେ କାଉନସିଲରମାନେ ଆନନ୍ଦପୁର ଉପଜଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ। ୧୩ ତାରିଖରେ ଉପଜିଲାପାଳ ଧାରଣାସ୍ଥଳରେ ପହଞ୍ଚି କାଉନସିଲରମାନଙ୍କ ସହିତ ଆଲୋଚନା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ପରବର୍ତ୍ତୀ ସମୟରେ ପୌରପରିଷଦର ସିଓଙ୍କ ବଦଳି ଆଦେଶ ପାଇବା ପରେ କାଉନସିଲରମାନେ ତାଙ୍କ ବଦଳି ବାତିଲ ଦାବି କରି ଧାରଣାରେ ବସିଥିଲେ। ଏହା ସହିତ ପୌରପରିଷଦର ବିଭିନ୍ନ ଦାବି ସମ୍ପର୍କିତ ଦାବିପତ୍ର ମଧ୍ୟ ପ୍ରଶାସନ ନିକଟରେ ପ୍ରଦାନ କରି ଦାବି ପୂରଣ ପର୍ଯ୍ୟନ୍ତ ଆନ୍ଦୋଳନ ବଳବତ୍ତର ରହିବ ବୋଲି ଚେତାବନୀ ଦେଇଥିଲେ। ଏହିକ୍ରମରେ ବୁଧବାରଠାରୁ କ୍ରମାଗତ ଭାବେ ପୌର କାର୍ଯ୍ୟାଳୟରେ ତାଲା ଝୁଲୁଛି। ଆଉ କାଉନସିଲରମାନେ ଧାରଣାରେ ବସୁଛନ୍ତି। ଆନନ୍ଦପୁର ଉପଜିଲାପାଳ ଅନୀଲ କୁମାର ସେଠୀଙ୍କୁ ପଚାରିବାରୁ ଆଲୋଚନା ଚାଲିଛି, ଖୁ୍‌ବ୍‌ଶୀଘ୍ର ଏହାର ସମାଧାନ ହେବ ବୋଲି କହୁଛନ୍ତି। ପୌର ଅଧିକାରୀ ଲଳିତ କୁମାର ନାୟକଙ୍କୁ ପଚାରିବାରୁ ସହର ଉନ୍ନୟନ ବିଭାଗ ଜିଲା ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ଏ ସମ୍ପର୍କରେ ଅବଗତ କରିଛୁ। ସେ ଯାହା ପଦକ୍ଷେପ ନେବେ ବୋଲି କହିଛନ୍ତି। ଅନ୍ୟପଟେ ୪ ଦିନ ଧରି ପୌର କାର୍ଯ୍ୟାଳୟ ବନ୍ଦ ହେବା ଦ୍ୱାରା ସାଧାରଣ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri