ସ୍ବାୟତ୍ତ ଶାସନ ଦିବସରେ କୋଭିଡ୍‌-୧୯ ନିୟମ ଉଲ୍ଲଂଘନ: ଜିଲାପାଳଙ୍କ ନାଁରେ ଏନ୍‌ଏଚ୍‌ଆର୍‌ସିରେ ଅଭିଯୋଗ

ଜଗତ୍‌ସିଂହପୁର ଅଫିସ,୭।୯: ଜଗତ୍‌ସିଂହପୁର ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଓ ଜଗତ୍‌ସିଂହପୁର ପୌର ପରିଷଦ ନିର୍ବାହୀ ଅଧିକାରୀ ବିମଳ ଲେଙ୍କାଙ୍କ ନାଁରେରେ ଏନ୍‌ଏଚ୍‌ଆର୍‌ସି (ଜାତୀୟ ମାନବ ଅଧିକାର କମିଶନ)ରେ କୋଭିଡ୍‌-୧୯ ନିୟମ ଉଲ୍ଲଂଘନ କରାଯାଇଥିବା ଅଭିଯୋଗ ହୋଇଛି। ଭୁବନେଶ୍ୱର କଳିଙ୍ଗନଗର ବାସିନ୍ଦା ତଥା ସାମାଜିକ କର୍ମୀ ରାଜୀବ ଲୋଚନ ପ୍ରଧାନଙ୍କ ଏହି ଅଭିଯୋଗ ଉପରେ ଏନ୍‌ଏଚ୍‌ଆର୍‌ସି ପକ୍ଷରୁ ଡାଏରୀ ନମ୍ବର ୧୫୦୦୦/ଆଇଏନ୍‌/୨୦୨୦ ରୁଜୁ ହୋଇଛି।
ଅଭିଯୋଗ ଅନୁଯାୟୀ, ଅଗଷ୍ଟ ୩୧ ସ୍ବାୟତ୍ତ ଶାସନ ଦିବସରେ ଜଗତ୍‌ସିଂହପୁର ପୌର ପରିଷଦ ପକ୍ଷରୁ ସ୍ବତନ୍ତ୍ର ଉତ୍ସବର ଆୟୋଜନ ହୋଇଥିଲା। ଏଥିରେ ୭୦୦ରୁ ଅଧିକ ଲୋକଙ୍କ ସମାଗମ ହୋଇଥିଲା। ଫଳରେ ଜଗତ୍‌ସିଂହପୁରର ବହୁ ସଂଖ୍ୟକ ଲୋକ କରୋନା ସଂକ୍ରମିତ ହେବା ପାଇଁ ସୁଯୋଗ ସୃଷ୍ଟି କରିଥିଲା। ସାରା ବିଶ୍ୱ କରୋନା ମହାମାରୀ ଯୋଗୁ ପୀଡିତ। ଏ ପରିସ୍ଥିତିରେ ଉତ୍ସବରେ ଏତେ ସଂଖ୍ୟକ ଲୋକଙ୍କୁ ଏକାଠି କରାଯିବା ବେଆଇନ। କରୋନା ଭୂତାଣୁ ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର କୌଣସି ଉତ୍ସବରେ ୧୦୦ରୁ ଅଧିକ ଲୋକ ରହିପାରିବେ ନାହିଁ ବୋଲି କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି। କିନ୍ତୁ ବାଡ଼ ଖେତ ଖାଇଲା ପରି ନିର୍ଦ୍ଦେଶ କାର୍ଯ୍ୟକାରୀ ଦାୟିତ୍ୱରେ ଥିବା ଜିଲାପାଳ କୋଭିଡ୍‌-୧୯ ନିୟମ ଉଲ୍ଲଂଘନ କରିଛନ୍ତି। ତେଣୁ ଜିଲାପାଳ ଓ ନିର୍ବାହୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଏପରି କି ଏତଲା ଦେବା ପାଇଁ ଓଡ଼ିଶା ମୁଖ୍ୟ ଶାସନ ସଚିବ ଓ ଡିଜିପି (ପୋଲିସ ମହାନିର୍ଦ୍ଦେଶକ)ଙ୍କୁ କମିଶନ ନିର୍ଦ୍ଦେଶ ଦେବାକୁ ଅଭିଯୋଗକାରୀ ପ୍ରଧାନ ପ୍ରାର୍ଥନା କରିଛନ୍ତି। ଏ ସମ୍ପର୍କରେ ଜିଲାପାଳ ମହାପାତ୍ର ଓ ପୌର ନିର୍ବାହୀ ଅଧିକାରୀ ଲେଙ୍କାଙ୍କୁ ମୋବାଇଲ ଫୋନ୍‌ ଯୋଗେ ଯୋଗାଯୋଗ ପାଇଁ ଚେଷ୍ଟା କରାଯାଇଥିଲେ ମଧ୍ୟ ସମ୍ଭବ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟୁଟେଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି

ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି…

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…

ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି।…

ନେପାଳ ବନ୍ୟାରେ ଜୀବନ ରକ୍ଷା କଲା ହାଇଡ୍ରୋପାୱାର ସୁଡ଼ଙ୍ଗ, ବଞ୍ଚିଗଲେ ୩୫୦

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ମଧ୍ୟରେ ଅପର ତ୍ରିଶୂଳୀ ହାଇଡ୍ରୋପାୱାର ପ୍ରକଳ୍ପର ଏକ ସୁଡ଼ଙ୍ଗ ଶତାଧିକ ଲୋକଙ୍କ ପାଇଁ ଜୀବନରକ୍ଷକ ପାଲଟିଛି। ବନ୍ୟାଜଳ ସହ ମାଟି, ପଥର…

ନେପାଳ ବନ୍ୟା ବିଭୀଷିକା: ବରଗଡ଼ର ମା’-ଝିଅ ନିଖୋଜ, ସ୍ବାମୀ ସୁରକ୍ଷିତ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ବରଗଡ଼ ଜିଲାର ମା’ ଓ ଝିଅ ନିଖୋଜ ହୋଇ ଯାଇଥିବା ସୂଚନ ମିଳିଛି। ସେମାନେ ହେଲେ, ବରଗଡ଼ ବ୍ଲକ ଜାମପାଲି…

ଭୋଟର ତାଲିକାରୁ ଶତାଧିକ ଯୋଗ୍ୟ ନାଗରିକଙ୍କ ନାଁ କାଟିବାକୁ ଷଡ଼ଯନ୍ତ୍ର, ଅଭିଯୋଗ ଆଣି ବିଜେଡି କହିଲା…

ଧାମନଗର,୨୮ା୮(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଏନଏସି ଅଞ୍ଚଳରେ ଶତାଧିକ ଯୋଗ୍ୟ ଭୋଟରଙ୍କ ନାମ ଭୋଟର ତାଲିକାରୁ ବାଦ୍‌ ଦେବା ପାଇଁ ଜାଲିଆତି ଓ ଷଡ଼ଯନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri