Posted inUncategorized

ମାର୍ଚ୍ଚ ସୁଦ୍ଧା ପାନୀୟ ଜଳ ପ୍ରକଳ୍ପ, ରାସ୍ତା କାର୍ଯ୍ୟ ଶେଷ କର

ଫୁଲବାଣୀ,୯ା୯(ରାକେଶ କୁମାର ରାଉତ): ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଶୁକ୍ରବାର ଜିଲା ଉନ୍ନୟନ ସମନ୍ବୟ ଏବଂ ମନିଟରିଂ କମିଟି (ଦିଶା) ବୈଠକ ଅନୁଷ୍ଠିତ ହୋଇଯାଇଛି ା କନ୍ଧମାଳ ଏମ୍‌ପି ଅଚ୍ୟୁତାନନ୍ଦ ସାମନ୍ତ ଏଥିରେ ଅଧ୍ୟକ୍ଷତା କରିଥିଲେ। ବୈଠକରେ ପାନୀୟ ଜଳ ଯୋଗାଣ ଏବଂ ରାସ୍ତା ନିର୍ମାଣ ଉପରେ ଏମ୍‌ପି ଅଧିକ ଗୁରୁତ୍ୱ ଦେଇଥିଲେ । ଆସନ୍ତା ମାର୍ଚ୍ଚ ସୁଦ୍ଧା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ଶେଷ କରି ଲୋକଙ୍କୁ ଜଳ ଯୋଗାଣ କରିବାକୁ ଆରଡବ୍ଲୁୃ୍ୟଏସ୍‌ଏସ୍‌ ନିର୍ବାହୀ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଆବଶ୍ୟକ ପଡିଲେ ଜିଲାପାଳ ଏବଂ ମୋ ସହ ଆଲୋଚନା କରି କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ। ସେହିପରିି ଗ୍ରାମାଞ୍ଚଳରେ ଯୋଗାଯୋଗ କରୁଥିବା ଅସଂପୂର୍ଣ୍ଣ ରାସ୍ତା କାର୍ଯ୍ୟ ଯଥାଶୀଘ୍ର ଶେଷ କରିବାକୁ ବାଲିଗୁଡା ଏବଂ ଫୁଲବାଣୀ ଆରଡି ନିର୍ବାହୀ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ସେହିପରି ବିଧାୟକ ତଥା ଜନ ପ୍ରତିନିଧିମାନେ ଯେଉଁ ସବୁ ଅଭିଯୋଗ କରୁଛନ୍ତି, ସେଗୁଡ଼ିକୁ ଗୁରୁତ୍ୱ ଦିଆଯିବା ସହିତ ସମସ୍ୟା ସମାଧାନ ଦିଗରେ ତ୍ୱରିତ ପଦକ୍ଷେପ ନେବାକୁ ଏମ୍‌ପି ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ଫୁଲବାଣୀ ବିଧାୟକ ଅଙ୍ଗଦ କହଁର, ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ, ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର, ଜିଲା ପରିଷଦର ଅଧ୍ୟକ୍ଷା ନନ୍ଦିନୀ ମଲ୍ଲିକଙ୍କ ସମେତ ଉପସ୍ଥିତ ଜନ ପ୍ରତିନିଧିମାନେ ସେମାନଙ୍କ ଅଞ୍ଚଳର ବିଭିନ୍ନ ସମସ୍ୟା ଯଥା ଜଳଯୋଗାଣ, ରାସ୍ତା, ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା, ବିଦ୍ୟୁତିକରଣ ଓ ଅନାନ୍ୟ ବିଭାଗର ସମସ୍ୟା ଉପରେ ପ୍ରଶ୍ନ ଉଠାଇଥିଲେ । ଜିଲାରେ ପାନୀୟ ଜଳ ପାଇଁ ୫ ଟି ମେଗା ପ୍ରକଳ୍ପର କାର୍ଯ୍ୟ ଚାଲୁରହିଛି । ଜିଲାର ୮୪୩ଟି ଗ୍ରାମକୁ ପାଇପ୍‌ ଯୋଗେ ଜଳ ଯୋଗାଣ ହୋଇପାରିବ। ସେଥିମଧ୍ୟରୁ ବାଲିଗୁଡ଼ା ବ୍ଲକରେ ହେଉଥିବା ପ୍ରକଳ୍ପ ଦ୍ୱାରା ୧୪ଟି ପଞ୍ଚାୟତର ୧୭୭ଟି ଗ୍ରାମ, ଟିକାବାଲି ବ୍ଲକରେ ୧୧ଟି ପଞ୍ଚାୟତର ୧୦୧ଟି ଗ୍ରାମ, କ. ନୂଆଗାଁ ପ୍ରକଳ୍ପ ଦ୍ୱାରା ୬ଟି ପଞ୍ଚାୟତର ୮୨ଟି ଗ୍ରାମ, ଖଜୁରୀପଡ଼ା ବ୍ଲକର ୧୩ଟି ପଞ୍ଚାୟତ, ଫୁଲବାଣୀ ବ୍ଲକର ୧୧ଟି ପଞ୍ଚାୟତ, ଫିରିଙ୍ଗିଆ ବ୍ଲକର ୧୨ଟି ପଞ୍ଚାୟତ ଓ ଚକାପାଦ ବ୍ଲକର ୫ଟି ପଞ୍ଚାୟତର ୪୭୨ଟି ଗ୍ରାମର ଲୋକେ ଏହି ପ୍ରକଳ୍ପ ଦ୍ୱାରା ପାନୀୟ ଜଳ ପାଇବେ । ସେହିପରି ୫ମ ମେଗା ପ୍ରକଳ୍ପଟି ଗଜପତି ଜିଲା ଅନ୍ତର୍ଗତ ମୋହନା ଓ କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକର ୨ ଟି ପଞ୍ଚାୟତର ୧୧ଟି ଗ୍ରାମବାସୀ ଏହା ଦ୍ୱାରା ଉପକୃତ ହେବେ। ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ୨୦୨୩-୨୪ ଆର୍ଥିକ ବର୍ଷରେ ୧୩୭ କୋଟି ୯୨ ଲକ୍ଷ ଟଙ୍କା ବିନିମୟରେ କାର୍ଯ୍ୟ ଯୋଗାଇ ୫୩ ଲକ୍ଷ ୨୦ ହଜାର ୯୮୮ଟି ଶ୍ରମ ଦିବସ ସୃଷ୍ଟି କରାଯାଇଛି ବୋଲି ବୈଠକରେ ସୂଚନା ଦିଆଯାଇଥିଲା। ସେହିପରି ଦୀନଦୟାଲ ଉପାଧ୍ୟାୟ ଗ୍ରାମ ଜ୍ୟୋତି ଯୋଜନା ଓ ଉଦୟରେ ଚଳିତ ବର୍ଷ ଶେଷ ସୁଦ୍ଧା ଜିଲାର ସବୁ ଅଞ୍ଚଳକୁ ବିଦ୍ୟୁତୀକରଣ କରାଯିବ ବୋଲି ବିଭାଗୀୟ ଅଧିକାରୀ ସୂଚନା ଦେଇଥିଲେ । ଜିଲାପାଳ ଆଶିଷ ଈଶ୍ୱର ପାଟିଲ ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ଅସମ୍ପୂର୍ଣ୍ଣ କାର୍ଯ୍ୟ ଶେଷ କରିବାକୁ କହିଥିଲେ । ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ରାଜେନ୍ଦ୍ର କୁମାର ରଞ୍ଜିତ୍‌ ସ୍ବାଗତ ଭାଷଣ, ଅତିରିକ୍ତ ନିର୍ବାହୀ ଅଧିକାରୀ ହରପ୍ରସାଦ ଭୋଇ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ନିଆରା ଢଙ୍ଗରେ ଦେବଶିଳ୍ପୀଙ୍କ ପୂଜା, ଲୋକଙ୍କୁ ସୌର ଆଲୋକ ଓ ଯୋଜନା ସମ୍ପର୍କରେ…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଏକାଧିକ ସ୍ଥାନରେ ବିଶ୍ୱକର୍ମା ପୂଜା ବଡ଼ ଧୂମ୍‌ଧାମରେ ଅନୁଷ୍ଠିତ ହୋଇଯାଇଛି। ଦାରିଙ୍ଗବାଡ଼ିର ସରକାରୀ ଆଇଟିଆଇ ପରିସରରେ ଅଧ୍ୟକ୍ଷ ସୁଶାନ୍ତ କୁମାର…

ମା’ ପାଟ୍ଟଖଣ୍ଡା ମନ୍ଦିରରେ ଦୀପ ଜାଳିଲେ ଶତାଧିକ ମହିଳା, ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରି…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସ ପାଳନ ଅବସରରେ ଆଶୀର୍ବାଦ ପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଆଶୀର୍ବାଦର ଦୀପଟିଏ କାର୍ଯ୍ୟକ୍ରମ ବ୍ଲକ ନୋଡାଲ…

ଭାରତରେ iPhone 18 Pro, 18 Pro Max ବିକ୍ରି ଆରମ୍ଭ, ଅଧରାତିରୁ ଷ୍ଟୋର୍‌ ବାହାରେ ଲମ୍ବା ଲାଇନ୍‌

ନୂଆଦିଲ୍ଲୀ,୧୮ା୯: ଭାରତରେ ଆପଲ୍‌ iPhone 18 Pro ଓ iPhone 18 Pro Maxର ଅଫିସିଆଲ୍‌ ବିକ୍ରି ଶୁକ୍ରବାରଠାରୁ ଆରମ୍ଭ ହୋଇଛି । ନୂଆ iPhone କିଣିବା…

ମୁଜାଗଡ଼ରେ ବୁଲୁଛି ମଣିଷମରା ହାତୀ, ଗାଈକୁ ଦଳି ମାରିଲା

ଭଞ୍ଜନଗର,୧୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଖଣ୍ଡିକୋଟି, ବେଲାଟୁନି ଓ ଗୁଣ୍ଡିରିବାଡ଼ି ଅଞ୍ଚଳରେ ଅଲଗା ହୋଇ ବୁଲୁଥିବା ୩ଟି…

F-16 ଫାଇଟର ଜେଟ୍‌ ଦୁର୍ଘଟଣା, ହୁତୁହୁତୁ ହୋଇ…

ଓ୍ବାଶିଂଟନ,୧୮।୯: ଆମେରିକାର ମିଚିଗାନରେ ନିୟମିତ ପ୍ରଶିକ୍ଷଣ ଉଡ଼ାଣ ସମୟରେ ଟେକ୍ସାସ ଏୟାର ନ୍ୟାସନାଲ ଗାର୍ଡର ଏକ F-16 ଫାଇଟର ଜେଟ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଗ୍ରାଣ୍ଡ ଟ୍ରାଭର୍ସ…

ଏଇ ଭାରତରେ

ତାମିଲନାଡୁର ସତ୍ୟମଙ୍ଗଳମ୍‌ ବ୍ୟାଘ୍ର ସଂରକ୍ଷିତ ଜଙ୍ଗଲରେ ଲାଟାନା ଘାସ ଏବେ ଆଦିବାସୀଙ୍କ ପାଇଁ ଜୀବିକାର ସାହାରା ପାଲଟିଛି। କେବଳ ଏତିକି ନୁହେଁ ଜଙ୍ଗଳ ଅର୍ଥନୀତିକୁ ମଧ୍ୟ ସଶକ୍ତ…

ବିକାଶ ବେଦିରେ ବଳି

ଓଡ଼ିଶାର ଆଦିବାସୀମାନଙ୍କ ଅସ୍ତିତ୍ୱ ଦିନକୁ ଦିନ ଅଧିକ ବିପନ୍ନ ହେଉଥିବା ଦେଖିବାକୁ ମିଳୁଛି। ସେମାନଙ୍କର ମାଟି, ପାଣି, ଜଙ୍ଗଲ, ଝରଣା, ପାହାଡ଼ ଧୀରେ ଧୀରେ ସେମାନଙ୍କ କବଳରୁ…

ନିଜକୁ ଚିହ୍ନିବା

ଓଡ଼ିଆରେ ଗୋଟିଏ ଢଗ ଅଛି, ”ନିଜ ବୁଦ୍ଧିରେ ଶୃଗାଳ ହେବ ପଛେ, ପର ବୁଦ୍ଧିରେ ସିଂହ ହେବନାହିଁ।“ ଏହି ଢଗଟି ପରୋକ୍ଷରେ ପ୍ରସଙ୍ଗ ‘ନିଜକୁ ନିଜେ ଚିହ୍ନିବା’ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?