୩୦ ସୁଦ୍ଧା ହକି ଷ୍ଟାଡିୟମ, ବିମାନବନ୍ଦର କାର୍ଯ୍ୟ ଶେଷକର

ରାଉରକେଲା ଅଫିସ,୧୮ା୧୧:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗୁରୁବାର ରାଉରକେଲାକୁ ଦିନିକିଆ ଗସ୍ତରେ ଆସି ବିପିୟୁଟି ପରିସରରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ଓ ରାଉରକେଲା ବିମାନବନ୍ଦର ସହିତ ବିଭିନ୍ନ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଥିଲେ। ଏହି ଉଚ୍ଚସ୍ତରୀୟ ଟିମ୍‌ରେ କ୍ରୀଡା ଓ ଯୁବ ସେବା ସଚିବ ଆର. ଭିନିଲକିଷ୍ଣା ଓ ଇଡକୋର ପରିଚାଳନା ନିର୍ଦ୍ଦେଶକ ଭୂପେନ୍ଦ୍ର ସିଂ ପୁନିଆ ଉପସ୍ଥିତ ଥିଲେ। ଏହି ଟିମ୍‌ ଅନ୍ତର୍ଜାତୀୟ ବିର୍ସା ମୁଣ୍ଡା ହକି ଷ୍ଟାଡିୟମକୁ ପରିଦର୍ଶନ କରି ଖେଳାଳିଙ୍କ ଡ୍ରେସିଂ ରୁମ, ଷ୍ଟାଡିୟମ୍‌ର ପ୍ୟାଭିଲିୟନ, ପାନୀୟ ଜଳ ବ୍ୟବସ୍ଥା, ପାର୍କିଂର ବ୍ୟବସ୍ଥା ଆଦି ବୁଲି ଦେଖିଥିଲେ। ଏଥିସହ ଷ୍ଟାଡିୟମ ପରିସରରେ ନିର୍ମାଣ ହେଉଥିବା ଖେଳାଳିଙ୍କ ରହିବା ପାଇଁ ୨୨୫ ବିଶିଷ୍ଟ କକ୍ଷକୁ ମଧ୍ୟ ମୁଖ୍ୟ ଶାସନ ସଚିବ ମହାପାତ୍ର ଯାଞ୍ଚ କରିଥିଲେ। ଏହା ପରେ ମୁଖ୍ୟ ଶାସନ ସଚିବ ରାଉରକେଲା ବିମାନବନ୍ଦରର ଚାଲିଥିବା ସମ୍ପ୍ରସାରଣ କାର୍ଯ୍ୟ ମଧ୍ୟ ସମୀକ୍ଷା କରିଥିଲେ। ନଭେମ୍ବର ୩୦ ତାରିଖ ସୁଦ୍ଧା ହକି ଷ୍ଟାଡିୟମ ଓ ବିମାନବନ୍ଦର କାର୍ଯ୍ୟ ଶେଷ କରିବାକୁ ମୁଖ୍ୟ ଶାସନ ସଚିବ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ରାଉରକେଲା ବିମାନବନ୍ଦର ପ୍ରେକ୍ଷାଳୟ ପରିସରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ମୁଖ୍ୟ ଶାସନ ସଚିବ ମହାପାତ୍ର କହିଥିଲେ, ବିର୍ସା ମୁଣ୍ଡା ହକି ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଅଭ୍ୟାସ ପଡ଼ିଆ ସହିତ ମୁଖ୍ୟ ଷ୍ଟାଡିୟମରେ ଟର୍ଫ ପଡିଯାଇଛି। ଦର୍ଶକ ଗ୍ୟାଲେରି ସହିତ ଖେଳାଳି ଓ ବିଭିନ୍ନ ଅଫିସିଆଲମାନଙ୍କ ପାଇଁ କରାଯାଇଥିବା ରହଣୀସ୍ଥଳ କାମ ମଧ୍ୟ ଖୁବଶୀଘ୍ର ଶେଷ ହେବାକୁ ଯାଉଛି। ଷ୍ଟାଡିୟମ କାମ ଶେଷ ହେବା ପରେ ସେଠାରେ ତୁରନ୍ତ ଅଭ୍ୟାସ ମ୍ୟାଚ କରାଯିବ। ରାଉରକେଲାରେ ପ୍ରଥମ ଥର ପାଇଁ ହକି ବିଶ୍ୱକପ ଆୟୋଜନ ହେଉଥିବାରୁ ରାଜ୍ୟ ତଥା ରାଜ୍ୟ ବାହାରୁ ଆସୁଥିବା ବିଭିନ୍ନ ଦର୍ଶକଙ୍କ ପାଇଁ ଆଧୁନିକ ପାର୍କିଂସ୍ଥଳ, ଶୌଚାଳୟ ବ୍ୟବସ୍ଥା, ପାନୀୟ ଜଳ ବ୍ୟବସ୍ଥା ଭଳି ବିଭିନ୍ନ ଦିଗରେ ବ୍ୟବସ୍ଥା କରାଯାଇଛି। ଏଥିସହ ବାହାରେ ରହି ଖେଳ ଦେଖିବା ପାଇଁ ଦର୍ଶକଙ୍କ ନିମନ୍ତେ ବିଭିନ୍ନ ସ୍ଥାନରେ ଏଲଇଡି ସ୍କ୍ରିନର ବ୍ୟବସ୍ଥା କରାଯିବ ବୋଲି ମହାପାତ୍ର କହିଥିଲେ। ସେହିଭଳି ବିମାନବନ୍ଦର ସମ୍ପପ୍ରସାରଣ କାର୍ଯ୍ୟ ଆଗେଇ ଚାଲିଥିବାବେଳେ ରାଉରକେଲାରେ ଖେଳା ହେବାକୁ ଥିବା ୨୦ଟି ମ୍ୟାଚର ଖେଳାଳିଙ୍କ ପାଇଁ ଭୁବନେଶ୍ୱରରୁ ରାଉରକେଲାକୁ ସିଧାସଳଖ ଚାର୍ଟର ବିମାନ ଚଳାଚଳ କରିବ। ଏଥିସହ ବିମାନ ବନ୍ଦରକୁ ସଂଯୋଗ କରୁଥିବା ବିଭିନ୍ନ ରାସ୍ତାର ଉନ୍ନତୀକରଣ କରାଯାଉଥିବା ମୁଖ୍ୟ ଶାସନ ସଚିବ କହିଥିଲେ। ଏହି ସମ୍ମିଳନୀରେ ସୁନ୍ଦରଗଡ ଜିଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି, ରାଉରକେଲା ଅତିରିକ୍ତ ଜିଲାପାଳ ଡ. ଶୁଭଙ୍କର ମହାପାତ୍ର, ରାଉରକେଲା ଆରକ୍ଷୀ ଅଧୀକ୍ଷକ ମୁକେଶ କୁମାର ଭାମୁ, ରାଉରକେଲା ପୂର୍ତ୍ତ ବିଭାଗର ଅଧିକାରୀ ମନୋଜ ମହାନନ୍ଦଙ୍କ ସହ ଜିଲା ପ୍ରଶାସନ ଓ ଆରଏମ୍‌ସିର ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri