Posted inଜାତୀୟ

କରୋନା ଯୋଗୁ ଶରୀରରେ ଅମ୍ଳଜାନସ୍ତର କମ୍‌ ହେଉଛି କି? ନ ଡ଼ରି ଏଭଳି କରନ୍ତୁ; ମିଳିବ ଲାଭ…

ନୂଆଦିଲ୍ଲୀ: ବର୍ତ୍ତମାନ କରୋନାର ଦ୍ୱିତୀୟ ଲହରର ସାମ୍ନା କରୁଛି ଭାରତ। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଆବଶ୍ୟକୀୟ ଚିକିତ୍ସାକୁ ନେଇ ଅସୁବିଧା ପରିଲକ୍ଷିତ ହେଉଛି। ଦେଶର ବିଭିନ୍ନ ସହରରେ ଥିବା ଡାକ୍ତରଖାନାଗୁଡ଼ିକରେ ଅମ୍ଳଜାନ ସିଲିଣ୍ଡରର ଅଭାବ ଦେଖାଦେଇଛି। ଫଳରେ ନିଃଶ୍ୱାସପ୍ରଶ୍ୱାସ ନ ନେଇପାରିବା ଯୋଗୁ ରୋଗୀଙ୍କ ମୃତ୍ୟୁ ଘଟୁଥିବା ନଜିରକୁ ଆସୁଛି। ତେବେ ଯେଉଁ ରୋଗୀଙ୍କ ଅମ୍ଳଜାନ ସ୍ତର ୮୦ରୁ କମ୍‌, ସେମାନଙ୍କୁ ଅକ୍ସିଜେନର ଆବଶ୍ୟକତା ପଡ଼ିଥାଏ। ହେଲେ ଯଦି ଆପଣଙ୍କ ଅମ୍ଳଜାନସ୍ତର ୯୦ ରୁ ୯୪ ମଧ୍ୟରେ ଥାଏ ତେବେ ଆପଣ ଘରେ କିଛି ବିଶେଷ ବ୍ୟାୟାମ କରି ଅମ୍ଳଜାନସ୍ତରକୁ ନିୟନ୍ତ୍ରଣ କରିପାରିବେ।

ଉପାୟ:
ଡାକ୍ତରଙ୍କ ଅନୁଯାୟୀ ‘ପ୍ରୋନ୍‌ ପୋଜିସନ’ରେ ଜଣେ ବ୍ୟକ୍ତିକୁ ଅମ୍ଳଜାନ ଠିକ୍‌ ଭାବେ ମିଳିଥାଏ। ଏଥିପାଇଁ ତାଙ୍କୁ ପେଟେଇ ଶୋଇବାକୁ ପଡ଼ିଥାଏ। ଏହି ସମୟରେ କପାଳ ପାଖରେ ଗୋଟିଏ ତକିଆ, ଛାତି ତଳେ ଦୁଇଟି ତକିଆ ଏବଂ ଆଣ୍ଠୁ ପାଖରେ ଗୋଟିଏ ତକିଆ ରଖିବାକୁ ପଡ଼ିଥାଏ। ପରେ ଜୋର୍‌ରେ ନିଃଶ୍ୱାସ ନେବା ଉଚିତ।

ଲାଭ: ଏହାଦ୍ୱାରା ପର୍ଯ୍ୟାପ୍ତ ପରିମାଣର ଅମ୍ଳଜାନ ଫୁସ୍‌ଫୁସ୍‌ରେ ପହଞ୍ଚିଥାଏ। ଫଳରେ ଶରୀରରେ ଅମ୍ଳଜାନସ୍ତର ବଜାୟ ରହିଥାଏ। ଏପରି କରିବା ଦ୍ୱାରା କୌଣସି ବ୍ୟକ୍ତିଙ୍କୁ ତୁରନ୍ତ ଅମ୍ଳଜାନ ପାଇଁ ତୁରନ୍ତ ଡାକ୍ତରଖାନା ଅଥବା ସିଲିଣ୍ଡରର ଆବଶ୍ୟକତା ପଡ଼ି ନ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri