ମାର୍ଚ୍ଚ ୨୦୨୩ ସୁଦ୍ଧା ଆଇଏସ୍‌ବିଟି କାମ ଶେଷ କର: ପାଣ୍ଡିଆନ

ଭୁବନେଶ୍ବର,୧୯ା୯(ବ୍ୟୁରୋ):ଭୁବନେଶ୍ୱର ସ୍ଥିତ ବରମୁଣ୍ଡା ଇଣ୍ଟର ଷ୍ଟେଟ୍‌ ବସ୍‌ ଟର୍ମିନାଲ ରାଜ୍ୟର ସବୁଠାରୁ ବ୍ୟସ୍ତ ବସ୍‌ ଟର୍ମିନାଲ। ପ୍ରତିଦିନ ଏଠାରୁ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଶହ ଶହ ବସ୍‌ ଚଳାଚଳ କରିଥାଏ। ଯାତ୍ରୀଙ୍କ ସୁବିଧା, ନିରାପତ୍ତା ତଥା ଆବଶ୍ୟକତାକୁ ଦୃଷ୍ଟିରେ ରଖି ୫-ଟି ଉପକ୍ରମରେ ଏହି ବସ୍‌ ଟର୍ମିନାଲର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଅନୁଯାୟୀ କାମ ଚାଲିଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ(୫-ଟି) ଭି.କେ. ପାଣ୍ଡିଆନ ରବିବାର ଅପରାହ୍ନରେ ବିଡିଏ ଉପାଧ୍ୟକ୍ଷ ସଞ୍ଜୟ ସିଂହଙ୍କ ସହ ବରମୁଣ୍ଡା ଯାଇ ଆଇଏସ୍‌ବିଟି ଓ ବସ୍‌ ଡିପୋ କାମର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି। ୨୦୨୩ ମାର୍ଚ୍ଚ ସୁଦ୍ଧା ଆଇଏସ୍‌ବିଟି କାମ ଶେଷ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଡିପୋ କାମ ସମ୍ପୂର୍ଣ୍ଣ ହୋଇଥିବା ବେଳେ ଆଇଏସ୍‌ବିଟି କାମର ଅଗ୍ରଗତି ସନ୍ତୋଷଜନକ ରହିଛି। ଯାତ୍ରୀଙ୍କ ସୁବିଧାକୁ ଦୃଷ୍ଟିରେ ରଖି ୧୮୦ କୋଟି ଟଙ୍କା ବ୍ୟୟରେ ୧୧.୪୮ ଏକର ଜମି ଉପରେ ନିର୍ମିତ ଆଇଏସ୍‌ବିଟି ବରମୁଣ୍ଡାରେ ପାର୍କିଂ ଏଟିଏମ୍‌, ଫୁଡ୍‌ କୋର୍ଟ, ସପ୍‌ ରେଷ୍ଟୁରାଣ୍ଟ, କମର୍ସିଆଲ ସ୍ପେଶ୍‌ ଅତ୍ୟାଧୁନିକ ବ୍ୟବସ୍ଥା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri