ମାର୍ଚ୍ଚ ୨୦୨୩ ସୁଦ୍ଧା ଆଇଏସ୍‌ବିଟି କାମ ଶେଷ କର: ପାଣ୍ଡିଆନ

ଭୁବନେଶ୍ବର,୧୯ା୯(ବ୍ୟୁରୋ):ଭୁବନେଶ୍ୱର ସ୍ଥିତ ବରମୁଣ୍ଡା ଇଣ୍ଟର ଷ୍ଟେଟ୍‌ ବସ୍‌ ଟର୍ମିନାଲ ରାଜ୍ୟର ସବୁଠାରୁ ବ୍ୟସ୍ତ ବସ୍‌ ଟର୍ମିନାଲ। ପ୍ରତିଦିନ ଏଠାରୁ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଶହ ଶହ ବସ୍‌ ଚଳାଚଳ କରିଥାଏ। ଯାତ୍ରୀଙ୍କ ସୁବିଧା, ନିରାପତ୍ତା ତଥା ଆବଶ୍ୟକତାକୁ ଦୃଷ୍ଟିରେ ରଖି ୫-ଟି ଉପକ୍ରମରେ ଏହି ବସ୍‌ ଟର୍ମିନାଲର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଅନୁଯାୟୀ କାମ ଚାଲିଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ(୫-ଟି) ଭି.କେ. ପାଣ୍ଡିଆନ ରବିବାର ଅପରାହ୍ନରେ ବିଡିଏ ଉପାଧ୍ୟକ୍ଷ ସଞ୍ଜୟ ସିଂହଙ୍କ ସହ ବରମୁଣ୍ଡା ଯାଇ ଆଇଏସ୍‌ବିଟି ଓ ବସ୍‌ ଡିପୋ କାମର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି। ୨୦୨୩ ମାର୍ଚ୍ଚ ସୁଦ୍ଧା ଆଇଏସ୍‌ବିଟି କାମ ଶେଷ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଡିପୋ କାମ ସମ୍ପୂର୍ଣ୍ଣ ହୋଇଥିବା ବେଳେ ଆଇଏସ୍‌ବିଟି କାମର ଅଗ୍ରଗତି ସନ୍ତୋଷଜନକ ରହିଛି। ଯାତ୍ରୀଙ୍କ ସୁବିଧାକୁ ଦୃଷ୍ଟିରେ ରଖି ୧୮୦ କୋଟି ଟଙ୍କା ବ୍ୟୟରେ ୧୧.୪୮ ଏକର ଜମି ଉପରେ ନିର୍ମିତ ଆଇଏସ୍‌ବିଟି ବରମୁଣ୍ଡାରେ ପାର୍କିଂ ଏଟିଏମ୍‌, ଫୁଡ୍‌ କୋର୍ଟ, ସପ୍‌ ରେଷ୍ଟୁରାଣ୍ଟ, କମର୍ସିଆଲ ସ୍ପେଶ୍‌ ଅତ୍ୟାଧୁନିକ ବ୍ୟବସ୍ଥା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri