‘୨୦୨୩ ସୁଦ୍ଧା କାନପୁର ଜଳସେଚନ ପ୍ରକଳ୍ପ ଶେଷ କର’

କେନ୍ଦୁଝର, ୧୪ ।୮ (ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲାକୁ ୨ ଦିନିଆ ଗସ୍ତରେ ଆସି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କାନପୁର ଜଳସେଚନ ପ୍ରକଳ୍ପର କ୍ଷେତ୍ରସ୍ତରୀୟ ଅଗ୍ରଗତି ସମୀକ୍ଷା କରିଥିଲେ। ଜିଲାପାଳ ଆଶିଷ ଠାକ୍‌ରେ ଜଳସେଚନ ବିଭାଗ ବରିଷ୍ଠ ଯନ୍ତ୍ରୀ ଏବଂ କ୍ଷେତ୍ରସ୍ତରରେ କାର୍ଯ୍ୟରତ ଯନ୍ତ୍ରୀମାନଙ୍କ ସହ ଆଲୋଚନା କରି କାମର ପ୍ରକୃତ ସ୍ଥିତି ଅନୁଧ୍ୟାନ କରିଥିଲେ ା କାନପୁର ଡ୍ୟାମ୍‌ ସ୍ପିଲ୍‌ୱେର ପ୍ରାୟ ୧୦୦ମିଟର ପାଖାପାଖି ଜାତୀୟ ରାଜପଥ ଯାଇଥିବାରୁ ନଦୀରୁ ପାଣି ନିମ୍ନଗାମୀ ପାଇଁ ହାଇ ଲେଭଲ୍‌ ପୋଲ ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ଜାତୀୟ ରାଜପଥ କର୍ତ୍ତୃପକ୍ଷ ଯନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଚଳିତ ବର୍ଷ ଅକ୍ଟୋବର ଶେଷ ସୁଦ୍ଧା ଏହା ପୂର୍ଣ୍ଣାଙ୍ଗ କରିବା ନିମନ୍ତେ ଧାର୍ଯ୍ୟ ହୋଇଥିଲା।
୨୦୨୩ ମସିହା ଶେଷ ସୁଦ୍ଧା ଡ୍ୟାମ୍‌ ଓ କେନାଲ କାର୍ଯ୍ୟ ଶେଷ କରି ଚାଷ ପାଇଁ ପାଣି ଯୋଗାଇବାକୁ ମୁଖ୍ୟ ଶାସନ ସଚିବ ମହାପାତ୍ର ଜଳସମ୍ପଦ ବିଭାଗ ଯନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। କେନ୍ଦୁଝର ଜିଲାର ବାସୁଦେବପୁରଠାରେ ବୈତରଣୀ ନଦୀ ଉପରେ ନିର୍ମାଣାଧୀନ କାନପୁର ବହୁମୁଖୀ ଜଳସେଚନ ପ୍ରକଳ୍ପ ଦ୍ୱାରା ଚମ୍ପୁଆ, ଝୁମ୍ପୁରା, ପାଟଣା, କେନ୍ଦୁଝର ସଦର ଓ ଯୋଡା ବ୍ଲକ୍‌ ଅନ୍ତର୍ଗତ ୨୪୪ ଗ୍ରାମର ୨୯,୫୭୮ ହେକ୍ଟର ଜମି ଜଳସେଚିତ ହେବ। ଏହାଦ୍ୱାରା ଏହିସବୁ ଗ୍ରାମର ପ୍ରାୟ ୧,୪୪,୮୮୮ ଲୋକ ଉପକୃତ ହେବେ। ମୁଖ୍ୟ ଡ୍ୟାମ୍‌ ୭୮.୨୧ କି.ମି. ମୁଖ୍ୟ କେନାଲ୍‌, ୭୩.୭୩ କି.ମି. ଶାଖା କେନାଲ୍‌ ଏବଂ ୨୯୧.୫୫ କି.ମି. ମାଇନର, ସବ୍‌ମାଇନର କେନାଲ୍‌ ଆଦି ପ୍ରକଳ୍ପର ମୁଖ୍ୟାଂଶ। ଏହି ପ୍ରକଳ୍ପରୁ ୪.୨ ମେଗାୱାଟ୍‌ ଜଳ ବିଦ୍ୟୁତ୍‌ ଉତ୍ପାଦନ ହେବ। ପ୍ରକଳ୍ପରେ ସମୁଦାୟ ୨୪୩୮.୨୯ କୋଟି ଟଙ୍କା ବିନିଯୋଗ ହେବ। ତନ୍ମଧ୍ୟରୁ ରାଜ୍ୟ ସରକାର ୧୫୫୫.୨୬ କୋଟି ଏବଂ କେନ୍ଦ୍ର ସରକାର ୮୮୩.୦୩ କୋଟି ଯୋଗାଇବାର ବ୍ୟବସ୍ଥା ଥିବାର ଜଣାପଡିଛି। ବର୍ତ୍ତମାନ ସୁଦ୍ଧା ୩୪୬୦ ମିଟର ଲମ୍ବ ଡ୍ୟାମ୍‌ର ପ୍ରାୟ ୮୬% ନିର୍ମାଣ ସରିଛି ଏବଂ ଅବଶିଷ୍ଟ ୧୪% ଅଂଶର ନିର୍ମାଣ ଦ୍ରୂତଗତିରେ ଚାଲିଛି ା ସେହିପରି ସ୍ପିଲ୍‌ୱେର ୮୬ ଶତକଡା ଏବଂ କେନାଲ୍‌ର ୭୬ ଶତକଡା କାମ ସରିଛି ା ନିର୍ଦ୍ଧାରିତ ସମୟ ମଧ୍ୟରେ କାର୍ଯ୍ୟ ପୂର୍ଣ୍ଣାଙ୍ଗ ପାଇଁ ସାପ୍ତାହିକ ଓ ମାସିକ କାର୍ଯ୍ୟସାରଣୀ ପ୍ରସ୍ତୁତ କରି ତାର ନିୟମିତ ଅନୁଧ୍ୟାନ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ। ପରେ ସେ କାଞ୍ଜିପାଣି ଘାଟି ଓ ହଦଗଡ ଅଞ୍ଚଳ ପରିଦର୍ଶନ କରି ସେଠାରେ ଇକୋ-ପର୍ଯ୍ୟଟନ ସୁବିଧାର ଅଧିକ ବିକାଶ ସମ୍ଭାବନା ଅନୁଧ୍ୟାନ କରିଥିଲେ। ସ୍ଥାନୀୟ ବାସିନ୍ଦାଙ୍କୁ ସାମିଲ୍‌ କରି ସେଠାରେ ଇକୋ ଟୁରିଜିମ ସୁବିଧା ସୃଷ୍ଟି ନିମନ୍ତେ ନିର୍ଦ୍ଦିଷ୍ଟ ପ୍ରକଳ୍ପ ପ୍ରସ୍ତୁତି ପାଇଁ ଜିଲାପାଳ ଠାକ୍‌ରେ, ବନଖଣ୍ଡ ଅଧିକାରୀ ଧନରାଜ୍‌ ଏଚ୍‌.ଡି.ଙ୍କୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ...

ପ୍ଲାଷ୍ଟିକ ପଲିଥିନ ମୁକ୍ତ ହେବ ହୁମା ବଜାର: ଆହ୍ବାନ ଦେଲେ ବିଧାୟକ

ଗଞ୍ଜାମ,୨।୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ କାର୍ଯ୍ୟାଳୟଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ...

ସହକାରୀ ପିପି ଭାବେ ନିଯୁକ୍ତି ହେଲେ ହୀରାଧର

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ଆଇନଜୀବୀ ହୀରାଧର ମାଳିଙ୍କୁ ଓଡ଼ିଶା ରାଜ୍ୟ ସରକାରର ଆଇନ ବିଭାଗର ବିଜ୍ଞପ୍ତି ଅନୁସାରେ ଚନ୍ଦାହାଣ୍ଡି ଜେମଏଫସି...

ଯିବାକୁ ପଡିବନି RTO: ଏଣିକି ଘରେ ବସି ରିନ୍ୟୁ ହେବ ଡ୍ରାଇଭିଂ ଲାଇସେନ୍ସ, ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨।୧: ଯଦି ଆପଣଙ୍କର ଡ୍ରାଇଭିଂ ଲାଇସେନ୍ସ (DL) ୨୦୨୬ରେ ଶେଷ ହେବାକୁ ଯାଉଛି, ତେବେ ଚିନ୍ତା କରିବାର କୌଣସି ଆବଶ୍ୟକତା ନାହିଁ। ଭାରତରେ ଆପଣଙ୍କର ଡ୍ରାଇଭିଂ...

ନାଟ୍ୟ ନର୍ତ୍ତନ ଡ୍ୟାନ୍ସ ଫେଷ୍ଟିଭାଲ: ସଫଳତା ଆଣିଲେ….

ଖଡ଼ିଆଳ,୨ା୧ (ସୁଜିତ କୁମାର ପ୍ରଧାନ):  ନୂଆପଡ଼ା ଜିଲା ଖଡିଆଳ ସହରର ଲାଲ ସାହେବ ପଡ଼ାରେ ଥିବା ଧର୍ମେଶ ଡ୍ୟାନ୍ସ ଏକାଡେମୀ ପୁଣି ଏକ ସଫଳତା ହାସଲ...

ଇତିହାସ ରଚିଲା Dhurandhar: ଟିକସ ଛାଡ଼ ଘୋଷଣା କଲେ…

ମୁମ୍ବାଇ,୨।୧: ଫିଲ୍ମ “ଧୁରନ୍ଧର” ଡିସେମ୍ବର ୫, ୨୦୨୫ରେ ମୁକ୍ତିଲାଭ କରିଥିଲା। ଏହି ଫିଲ୍ମଟି ସାରା ବିଶ୍ୱରେ ହିଟ ହୋଇଥିଲା ଏବଂ ବକ୍ସ ଅଫିସରେ ଉଲ୍ଲେଖନୀୟ ପ୍ରଦର୍ଶନ...

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...

ବିସିସିଆଇରୁ ଏତେ ଟଙ୍କା ପେନସନ ପାଆନ୍ତି ଏମଏସ ଧୋନୀ, ପ୍ରତି ମାସରେ ଆସୁଛି…

ନୂଆଦିଲ୍ଲୀ,୨।୧: ଭାରତକୁ ଦୁଇଟି ବିଶ୍ୱକପ ବିଜୟୀ କରାଇଥିବା ମହେନ୍ଦ୍ର ସିଂ ଧୋନୀ ହୁଏତ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଛନ୍ତି, କିନ୍ତୁ ଭାରତୀୟ କ୍ରିକେଟ ସହିତ ତାଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri