‘୨୦୨୩ ସୁଦ୍ଧା କାନପୁର ଜଳସେଚନ ପ୍ରକଳ୍ପ ଶେଷ କର’

କେନ୍ଦୁଝର, ୧୪ ।୮ (ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲାକୁ ୨ ଦିନିଆ ଗସ୍ତରେ ଆସି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କାନପୁର ଜଳସେଚନ ପ୍ରକଳ୍ପର କ୍ଷେତ୍ରସ୍ତରୀୟ ଅଗ୍ରଗତି ସମୀକ୍ଷା କରିଥିଲେ। ଜିଲାପାଳ ଆଶିଷ ଠାକ୍‌ରେ ଜଳସେଚନ ବିଭାଗ ବରିଷ୍ଠ ଯନ୍ତ୍ରୀ ଏବଂ କ୍ଷେତ୍ରସ୍ତରରେ କାର୍ଯ୍ୟରତ ଯନ୍ତ୍ରୀମାନଙ୍କ ସହ ଆଲୋଚନା କରି କାମର ପ୍ରକୃତ ସ୍ଥିତି ଅନୁଧ୍ୟାନ କରିଥିଲେ ା କାନପୁର ଡ୍ୟାମ୍‌ ସ୍ପିଲ୍‌ୱେର ପ୍ରାୟ ୧୦୦ମିଟର ପାଖାପାଖି ଜାତୀୟ ରାଜପଥ ଯାଇଥିବାରୁ ନଦୀରୁ ପାଣି ନିମ୍ନଗାମୀ ପାଇଁ ହାଇ ଲେଭଲ୍‌ ପୋଲ ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ଜାତୀୟ ରାଜପଥ କର୍ତ୍ତୃପକ୍ଷ ଯନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଚଳିତ ବର୍ଷ ଅକ୍ଟୋବର ଶେଷ ସୁଦ୍ଧା ଏହା ପୂର୍ଣ୍ଣାଙ୍ଗ କରିବା ନିମନ୍ତେ ଧାର୍ଯ୍ୟ ହୋଇଥିଲା।
୨୦୨୩ ମସିହା ଶେଷ ସୁଦ୍ଧା ଡ୍ୟାମ୍‌ ଓ କେନାଲ କାର୍ଯ୍ୟ ଶେଷ କରି ଚାଷ ପାଇଁ ପାଣି ଯୋଗାଇବାକୁ ମୁଖ୍ୟ ଶାସନ ସଚିବ ମହାପାତ୍ର ଜଳସମ୍ପଦ ବିଭାଗ ଯନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। କେନ୍ଦୁଝର ଜିଲାର ବାସୁଦେବପୁରଠାରେ ବୈତରଣୀ ନଦୀ ଉପରେ ନିର୍ମାଣାଧୀନ କାନପୁର ବହୁମୁଖୀ ଜଳସେଚନ ପ୍ରକଳ୍ପ ଦ୍ୱାରା ଚମ୍ପୁଆ, ଝୁମ୍ପୁରା, ପାଟଣା, କେନ୍ଦୁଝର ସଦର ଓ ଯୋଡା ବ୍ଲକ୍‌ ଅନ୍ତର୍ଗତ ୨୪୪ ଗ୍ରାମର ୨୯,୫୭୮ ହେକ୍ଟର ଜମି ଜଳସେଚିତ ହେବ। ଏହାଦ୍ୱାରା ଏହିସବୁ ଗ୍ରାମର ପ୍ରାୟ ୧,୪୪,୮୮୮ ଲୋକ ଉପକୃତ ହେବେ। ମୁଖ୍ୟ ଡ୍ୟାମ୍‌ ୭୮.୨୧ କି.ମି. ମୁଖ୍ୟ କେନାଲ୍‌, ୭୩.୭୩ କି.ମି. ଶାଖା କେନାଲ୍‌ ଏବଂ ୨୯୧.୫୫ କି.ମି. ମାଇନର, ସବ୍‌ମାଇନର କେନାଲ୍‌ ଆଦି ପ୍ରକଳ୍ପର ମୁଖ୍ୟାଂଶ। ଏହି ପ୍ରକଳ୍ପରୁ ୪.୨ ମେଗାୱାଟ୍‌ ଜଳ ବିଦ୍ୟୁତ୍‌ ଉତ୍ପାଦନ ହେବ। ପ୍ରକଳ୍ପରେ ସମୁଦାୟ ୨୪୩୮.୨୯ କୋଟି ଟଙ୍କା ବିନିଯୋଗ ହେବ। ତନ୍ମଧ୍ୟରୁ ରାଜ୍ୟ ସରକାର ୧୫୫୫.୨୬ କୋଟି ଏବଂ କେନ୍ଦ୍ର ସରକାର ୮୮୩.୦୩ କୋଟି ଯୋଗାଇବାର ବ୍ୟବସ୍ଥା ଥିବାର ଜଣାପଡିଛି। ବର୍ତ୍ତମାନ ସୁଦ୍ଧା ୩୪୬୦ ମିଟର ଲମ୍ବ ଡ୍ୟାମ୍‌ର ପ୍ରାୟ ୮୬% ନିର୍ମାଣ ସରିଛି ଏବଂ ଅବଶିଷ୍ଟ ୧୪% ଅଂଶର ନିର୍ମାଣ ଦ୍ରୂତଗତିରେ ଚାଲିଛି ା ସେହିପରି ସ୍ପିଲ୍‌ୱେର ୮୬ ଶତକଡା ଏବଂ କେନାଲ୍‌ର ୭୬ ଶତକଡା କାମ ସରିଛି ା ନିର୍ଦ୍ଧାରିତ ସମୟ ମଧ୍ୟରେ କାର୍ଯ୍ୟ ପୂର୍ଣ୍ଣାଙ୍ଗ ପାଇଁ ସାପ୍ତାହିକ ଓ ମାସିକ କାର୍ଯ୍ୟସାରଣୀ ପ୍ରସ୍ତୁତ କରି ତାର ନିୟମିତ ଅନୁଧ୍ୟାନ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ। ପରେ ସେ କାଞ୍ଜିପାଣି ଘାଟି ଓ ହଦଗଡ ଅଞ୍ଚଳ ପରିଦର୍ଶନ କରି ସେଠାରେ ଇକୋ-ପର୍ଯ୍ୟଟନ ସୁବିଧାର ଅଧିକ ବିକାଶ ସମ୍ଭାବନା ଅନୁଧ୍ୟାନ କରିଥିଲେ। ସ୍ଥାନୀୟ ବାସିନ୍ଦାଙ୍କୁ ସାମିଲ୍‌ କରି ସେଠାରେ ଇକୋ ଟୁରିଜିମ ସୁବିଧା ସୃଷ୍ଟି ନିମନ୍ତେ ନିର୍ଦ୍ଦିଷ୍ଟ ପ୍ରକଳ୍ପ ପ୍ରସ୍ତୁତି ପାଇଁ ଜିଲାପାଳ ଠାକ୍‌ରେ, ବନଖଣ୍ଡ ଅଧିକାରୀ ଧନରାଜ୍‌ ଏଚ୍‌.ଡି.ଙ୍କୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?