ମେ ଶେଷ ସୁଦ୍ଧା ଅଧିକ ସ୍କୁଲ ରୂପାନ୍ତରଣ କାର୍ଯ୍ୟ ସମ୍ପୂର୍ଣ୍ଣ କର: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଆରମ୍ଭ ହୋଇଥିବା ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ତ୍ୱରାନ୍ବିତ ହୋଇଛି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରୁ ଏହା ଜଣାପଡ଼ିଛି। ଲୋକସେବା ଭବନରୁ ଡିଜିଟାଲ ମୋଡ୍‌ରେ ଅନୁଷ୍ଠିତ ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ କାର୍ଯ୍ୟକ୍ରମର କ୍ଷେତ୍ରସ୍ତରୀୟ କାର୍ଯ୍ୟାନ୍ବୟନ ସମ୍ବନ୍ଧିତ ବୈଷୟିକ ଏବଂ ପ୍ରଶାସନିକ ବିଷୟ ଉପରେ ତଥ୍ୟ ଉପସ୍ଥାପନ କରିଛନ୍ତି। ପ୍ରକଳ୍ପୱାରି ଅଗ୍ରଗତି ସମୀକ୍ଷାକରି ବିଭିନ୍ନ ପର୍ଯ୍ୟାୟ ପୂର୍ଣ୍ଣାଙ୍ଗ ନିମନ୍ତେ ମୁଖ୍ୟ ଶାସନ ସଚିବ ସମୟ ନିର୍ଘଣ୍ଟ ନିର୍ଦ୍ଧାରଣ କରିଛନ୍ତି। ମେ ମାସ ଶେଷ ସୁଦ୍ଧା ଯଥାସମ୍ଭବ ଅଧିକରୁ ଅଧିକ ସଂଖ୍ୟକ ସ୍କୁଲର ରୂପାନ୍ତରଣ କାର୍ଯ୍ୟ ପୂର୍ଣ୍ଣାଙ୍ଗ ଉପରେ ମୁଖ୍ୟ ଶାସନ ସଚିବ ଗୁରୁତ୍ୱାରୋପ କରିଛନ୍ତି।
କାର୍ଯ୍ୟକ୍ରମର କ୍ଷେତ୍ରସ୍ତରୀୟ ପ୍ରଗତି ବିଷୟରେ ବିଦ୍ୟାଳୟୱାରି ନିୟମିତ ସମୀକ୍ଷା କରିବାକୁ ଜିଲାପାଳମାନଙ୍କୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ବିଦ୍ୟାଳୟରେ ଲଗାଯାଉଥିବା ଅଗ୍ନି ନିର୍ବାପକ ଯନ୍ତ୍ରର ଜରୁରିକାଳୀନ ବ୍ୟବହାର ଓ ପୁନଃତ୍ତରଣ ବିଷୟରେ ଶିକ୍ଷୟିତ୍ରୀ, ଶିକ୍ଷକ ଏବଂ ବିଦ୍ୟାଳୟ କର୍ମଚାରୀଙ୍କୁ ଆବଶ୍ୟକ ତାଲିମ ଦେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ରୂପାନ୍ତରଣ କାର୍ଯ୍ୟକ୍ରମରେ ସୃଷ୍ଟି କରାଯାଇଥିବା ସମ୍ପତ୍ତି ଏବଂ ସୁବିଧାର ସର୍ବୋତ୍ତମ ଉପଯୋଗକରି ବିଦ୍ୟାଳୟରେ ଶୈକ୍ଷିକ ପରିବେଶର ଗୁଣାତ୍ମକମାନ ବଢ଼ାଇବା ଉପରେ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା ଗୁରୁତ୍ୱାରୋପ କରିଛନ୍ତି। ସୂଚନା ମୁତାବକ, ବର୍ତ୍ତମାନ ସୁଦ୍ଧା ବିଭିନ୍ନ ପର୍ଯ୍ୟାୟରେ ୪୫୩୬ ବିଦ୍ୟାଳୟ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ପ୍ରମୁଖ ଶାସନ ସଚିବ କହିଛନ୍ତି, ଇତିମଧ୍ୟରେ ପ୍ରଥମ ପର୍ଯ୍ୟାୟରେ ଆରମ୍ଭ ହୋଇଥିବା ୧୦୭୬ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟ ସରିଛି। ପରବର୍ତ୍ତୀ ପର୍ଯ୍ୟାୟରେ ଆରମ୍ଭ ହୋଇଥିବା ୩୫୬୦ ବିଦ୍ୟାଳୟରେ ପ୍ରକଳ୍ପ ଅନ୍ତର୍ଗତ ବିଭିନ୍ନ ବିଭାବର ପ୍ରାୟ ୭୫% କାର୍ଯ୍ୟ ପୂର୍ଣ୍ଣାଙ୍ଗ ହୋଇଛି। ବର୍ତ୍ତମାନ ଅବଶିଷ୍ଟ କାର୍ଯ୍ୟ ଦ୍ରୁତଗତିରେ କରାଯାଉଛି। ଏଥିରେ ବହୁ ଅଧିକାରୀ ଯୋଗଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?