ମେ ଶେଷ ସୁଦ୍ଧା ଅଧିକ ସ୍କୁଲ ରୂପାନ୍ତରଣ କାର୍ଯ୍ୟ ସମ୍ପୂର୍ଣ୍ଣ କର: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଆରମ୍ଭ ହୋଇଥିବା ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ତ୍ୱରାନ୍ବିତ ହୋଇଛି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରୁ ଏହା ଜଣାପଡ଼ିଛି। ଲୋକସେବା ଭବନରୁ ଡିଜିଟାଲ ମୋଡ୍‌ରେ ଅନୁଷ୍ଠିତ ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ କାର୍ଯ୍ୟକ୍ରମର କ୍ଷେତ୍ରସ୍ତରୀୟ କାର୍ଯ୍ୟାନ୍ବୟନ ସମ୍ବନ୍ଧିତ ବୈଷୟିକ ଏବଂ ପ୍ରଶାସନିକ ବିଷୟ ଉପରେ ତଥ୍ୟ ଉପସ୍ଥାପନ କରିଛନ୍ତି। ପ୍ରକଳ୍ପୱାରି ଅଗ୍ରଗତି ସମୀକ୍ଷାକରି ବିଭିନ୍ନ ପର୍ଯ୍ୟାୟ ପୂର୍ଣ୍ଣାଙ୍ଗ ନିମନ୍ତେ ମୁଖ୍ୟ ଶାସନ ସଚିବ ସମୟ ନିର୍ଘଣ୍ଟ ନିର୍ଦ୍ଧାରଣ କରିଛନ୍ତି। ମେ ମାସ ଶେଷ ସୁଦ୍ଧା ଯଥାସମ୍ଭବ ଅଧିକରୁ ଅଧିକ ସଂଖ୍ୟକ ସ୍କୁଲର ରୂପାନ୍ତରଣ କାର୍ଯ୍ୟ ପୂର୍ଣ୍ଣାଙ୍ଗ ଉପରେ ମୁଖ୍ୟ ଶାସନ ସଚିବ ଗୁରୁତ୍ୱାରୋପ କରିଛନ୍ତି।
କାର୍ଯ୍ୟକ୍ରମର କ୍ଷେତ୍ରସ୍ତରୀୟ ପ୍ରଗତି ବିଷୟରେ ବିଦ୍ୟାଳୟୱାରି ନିୟମିତ ସମୀକ୍ଷା କରିବାକୁ ଜିଲାପାଳମାନଙ୍କୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ବିଦ୍ୟାଳୟରେ ଲଗାଯାଉଥିବା ଅଗ୍ନି ନିର୍ବାପକ ଯନ୍ତ୍ରର ଜରୁରିକାଳୀନ ବ୍ୟବହାର ଓ ପୁନଃତ୍ତରଣ ବିଷୟରେ ଶିକ୍ଷୟିତ୍ରୀ, ଶିକ୍ଷକ ଏବଂ ବିଦ୍ୟାଳୟ କର୍ମଚାରୀଙ୍କୁ ଆବଶ୍ୟକ ତାଲିମ ଦେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ରୂପାନ୍ତରଣ କାର୍ଯ୍ୟକ୍ରମରେ ସୃଷ୍ଟି କରାଯାଇଥିବା ସମ୍ପତ୍ତି ଏବଂ ସୁବିଧାର ସର୍ବୋତ୍ତମ ଉପଯୋଗକରି ବିଦ୍ୟାଳୟରେ ଶୈକ୍ଷିକ ପରିବେଶର ଗୁଣାତ୍ମକମାନ ବଢ଼ାଇବା ଉପରେ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା ଗୁରୁତ୍ୱାରୋପ କରିଛନ୍ତି। ସୂଚନା ମୁତାବକ, ବର୍ତ୍ତମାନ ସୁଦ୍ଧା ବିଭିନ୍ନ ପର୍ଯ୍ୟାୟରେ ୪୫୩୬ ବିଦ୍ୟାଳୟ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ପ୍ରମୁଖ ଶାସନ ସଚିବ କହିଛନ୍ତି, ଇତିମଧ୍ୟରେ ପ୍ରଥମ ପର୍ଯ୍ୟାୟରେ ଆରମ୍ଭ ହୋଇଥିବା ୧୦୭୬ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟ ସରିଛି। ପରବର୍ତ୍ତୀ ପର୍ଯ୍ୟାୟରେ ଆରମ୍ଭ ହୋଇଥିବା ୩୫୬୦ ବିଦ୍ୟାଳୟରେ ପ୍ରକଳ୍ପ ଅନ୍ତର୍ଗତ ବିଭିନ୍ନ ବିଭାବର ପ୍ରାୟ ୭୫% କାର୍ଯ୍ୟ ପୂର୍ଣ୍ଣାଙ୍ଗ ହୋଇଛି। ବର୍ତ୍ତମାନ ଅବଶିଷ୍ଟ କାର୍ଯ୍ୟ ଦ୍ରୁତଗତିରେ କରାଯାଉଛି। ଏଥିରେ ବହୁ ଅଧିକାରୀ ଯୋଗଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri