୧୦୮ ଆମ୍ବୁଲାନ୍ସ ମହାସଙ୍ଘର ଚେତାବନୀ: ଦାବି ପୂରଣ ନ ହେଲେ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ

ଭବାନୀପାଟଣା,୨୮।୧୦(ଉତ୍ତମ କୁମାର ଦାଶ): ଅଲ୍‌ ଓଡ଼ିଶା ୧୦୮ କର୍ମଚାରୀ ମହାସଙ୍ଘ କଳାହାଣ୍ଡି ଶାଖା ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ ଏବଂ ସିଡିଏମ୍‌ଓଙ୍କୁ ଏକ ୧୧ ଦଫା ଦାବିପତ୍ର ପ୍ରଦାନ କରାଯାଇଛି। ଜିଲାପାଳ ଉପସ୍ଥିତ ନ ଥିବାରୁ ଏହାକୁ ଅତିରିକ୍ତ ଜିଲାପାଳ ବୈତାରୁ ଦୀପ ଗ୍ରହଣ କରିଥିଲେ। ସେହିପରି ସିଡ଼ିଏମ୍‌ଓଙ୍କ ଅନୁପସ୍ଥିତିରେ ଭାରପ୍ତାପ୍ତ ଡିପିଏମ୍‌ ଭବାନୀ ଶଙ୍କର ସାହୁ ଗ୍ରହଣ କରିଥିଲେ।

ଆସନ୍ତା ୨୯ ତାରିଖ ସୁଦ୍ଧା ଦାବିଗୁଡିକର ସମାଧାନ କରା ନ ଗଲେ ୩୦ ତାରିଖରୁ ଜିପିଏସ୍‌ ବନ୍ଦ କରି ରୋଗୀ ସେବା କରାଯିବ ବୋଲି ଦାବିପତ୍ରରେ ଉଲ୍ଲେଖ କରାଯାଇଛି।

ଅନ୍ୟପକ୍ଷେ ସରକାର ଦାବିପୂରଣ ନ କରନ୍ତି ତାହା ହେଲେ ନଭେମ୍ବର ୧ ତାରିଖରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯିବା ସହ ରାଜରାସ୍ତାକୁ ଓହ୍ଲାଇବ ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି।

୧୦୮ ଆମ୍ବୁଲାନ୍ସ କର୍ମଚାରୀଙ୍କ ଦାବିଗୁଡିକ ହେଲା କାର୍ଯ୍ୟରତ ଥିବା ସମସ୍ତ କର୍ମଚାରୀଙ୍କୁ ନୂତନ କମ୍ପାନୀରେ ନିଯୁକ୍ତ, କାର୍ଯ୍ୟ କରିବାର ଠିକ ସମୟ ଓ ପାରିଶ୍ରମିକ ନିର୍ଦ୍ଧାରଣ, ୧୨ ଘଣ୍ଟାର କାର୍ଯ୍ୟକୁ ୧୨ ଘଣ୍ଟାର ପ୍ରାପ୍ୟ, ୧୦୮ ଆମ୍ବୁଲାନ୍ସ କର୍ମଚାରୀଙ୍କୁ ଠିକାସଂସ୍ଥାରୁ ମୁକ୍ତ କରି ନିୟମିତ କରାଯାଉ, ୧୦୮ ଆମ୍ବୁଲାନ୍ସ କର୍ମୀଙ୍କ ମୃତ୍ୟୁ ହେଲେ ଅନୁକମ୍ପା ରାଶି ୨୦ ଲକ୍ଷ ଓ ଅକର୍ମଣ୍ୟ ହେଲେ
୧୦ ଲକ୍ଷ ଟଙ୍କା ରାଶି ପ୍ରଦାନ ଆଦି ରହିଛି। ଜିଲା ସଭାପତି ଶୁଭେନ୍ଧୁ ମେହେର, ସମ୍ପାଦକ ସନ୍ଥ କୁମାର ସାହୁଙ୍କ ନେତୃତ୍ୱରେ ଦାବି ପତ୍ର ପ୍ରଦାନ କରାଯାଇଥିଲା। ଏହି ଅବସରରେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?