‘୨ ସପ୍ତାହ ମଧ୍ୟରେ ଅସ୍ଥାୟୀ ବାସଗୃହ ନିର୍ମାଣ ଶେଷ କର’

କଟକ ଅଫିସ,୪।୧୧: ରାଜ୍ୟର ବିଭିନ୍ନ କୁଷ୍ଠାଶ୍ରମ ଦୁରବସ୍ଥା ମାମଲାର ଶୁଣାଣି ବୁଧବାର ହାଇକୋର୍ଟରେ ହୋଇଥିଲା। ବାଲେଶ୍ୱରସ୍ଥିତ ବାମପଦା କୁଷ୍ଠାଶ୍ରମରେ ନିର୍ମାଣାଧୀନ ଅସ୍ଥାୟୀ ବାସଗୃହକୁ ଆସନ୍ତା ୨ ସପ୍ତାହ ମଧ୍ୟରେ ଶେଷ କର। ଏନେଇ ଆସନ୍ତା ୨୨ ତାରିଖ ସୁଦ୍ଧା ରିପୋର୍ଟ ଦାଖଲ କରିବାକୁ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ଜଷ୍ଟିସ ବି.ପି. ରାଉତରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ ବାଲେଶ୍ୱର ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପଟେ ଆମିକସ୍‌କ୍ୟୁରୀ ଭାବେ ନିଯୁକ୍ତ ବରିଷ୍ଠ ଆଇନଜୀବୀ ଗୌତମ ମିଶ୍ର, ବିଭୁ ପ୍ରସାଦ ତ୍ରିପାଠୀ ଓ ପମି ରଥ ଅସ୍ଥାୟୀ ବାସଗୃହର ବର୍ତ୍ତମାନ ସ୍ଥିତି ସମ୍ପର୍କରେ ଅବଗତ କରିଥିଲେ। ପରେ ହାଇକୋର୍ଟ ଖୋର୍ଦ୍ଧା ଓ ପୁରୀସ୍ଥିତ କୁଷ୍ଠାଶ୍ରମକୁ ପୁଣି ଥରେ ପରିଦର୍ଶନ କରିବାକୁ ଆମିକସ୍‌କ୍ୟୁରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ରାଜ୍ୟସ୍ତରୀୟ ବୈଷୟିକ କମିଟି ଚାହିଁଲେ କୁଷ୍ଠାଶ୍ରମର ଉନ୍ନତି ନିମନ୍ତେ ଅନ୍ୟରାଜ୍ୟର ବିଶେଷଜ୍ଞଙ୍କଠାରୁ ପରାମର୍ଶ ନେଇପାରିବେ ବୋଲି ହାଇକୋର୍ଟ ସ୍ପଷ୍ଟ କରିଛନ୍ତି। ମାମଲାର ପରବର୍ତ୍ତି ଶୁଣାଣି ନଭେମ୍ବର ୩୦ ତାରିଖରେ ହେବ। ମାମଲାର ବିବରଣୀରୁ ପ୍ରକାଶ, ଆବେଦନକାରୀ ବିପିନ ବିହାରୀ ପ୍ରଧାନ ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା କୁଷ୍ଠାଶ୍ରମର ଅବସ୍ଥା ସମ୍ପର୍କରେ ହାଇକୋର୍ଟରେ ପିଟିଶନ ଦାଖଲ କରିଥିଲେ। ଏହାକୁ ହାଇକୋର୍ଟ ଗୁରୁତ୍ୱର ସହ ବିଚାରକରି ଜୁଲାଇ ୧୪ରେ ୩ ଜଣ ଆମିକସ୍‌କ୍ୟୁରୀ ନିଯୁକ୍ତ କରିଥିଲେ। ପରେ ସେମାନେ ବାମପଦାସ୍ଥିତ କୁଷ୍ଠାଶ୍ରମରେ ତଦନ୍ତ କରି ଗତ ଅଗଷ୍ଟ ୩ ତାରିଖରେ ହାଇକୋର୍ଟଙ୍କ ନିକଟରେ ରିପୋର୍ଟ ଦାଖଲ କରିଥିଲେ। କୁଷ୍ଠାଶ୍ରମର ଅବସ୍ଥାରେ ସୁଧାର ଆଣିବା ଓ ସେଠାକାର ରୋଗୀଙ୍କୁ ଠିକ୍‌ ଚିକିତ୍ସା ଯୋଗାଇ ଦେବା ପାଇଁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେବା ଲାଗି ଏହି ରିପୋର୍ଟରେ ଉଲ୍ଲେଖ କରାଯାଇଥିଲା। ଏହି କାର୍ଯ୍ୟଗୁଡିକ ସମାପନକରି ଅଗଷ୍ଟ ୧୬ ସୁଦ୍ଧା ଏକ ରିପୋର୍ଟ ଦାଖଲ କରିବାକୁ ହାଇକୋର୍ଟ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ପରେ ଆମିକସ୍‌କ୍ୟୁରୀ ପୁରୀର ୨ଟି, ଜଟଣୀର ୨ଟି, ଖୋର୍ଦ୍ଧା ଓ ବାଲେଶ୍ୱରର ଗୋଟିଏ ଲେଖାଏ କୁଷ୍ଠରୋଗ କଲୋନୀ ପରିଦର୍ଶନ କରି ୩୨୦ ପୃଷ୍ଠା ସମ୍ବଳିତ ରିପୋର୍ଟ ଦାଖଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri