‘୨ ସପ୍ତାହ ମଧ୍ୟରେ ଅସ୍ଥାୟୀ ବାସଗୃହ ନିର୍ମାଣ ଶେଷ କର’

କଟକ ଅଫିସ,୪।୧୧: ରାଜ୍ୟର ବିଭିନ୍ନ କୁଷ୍ଠାଶ୍ରମ ଦୁରବସ୍ଥା ମାମଲାର ଶୁଣାଣି ବୁଧବାର ହାଇକୋର୍ଟରେ ହୋଇଥିଲା। ବାଲେଶ୍ୱରସ୍ଥିତ ବାମପଦା କୁଷ୍ଠାଶ୍ରମରେ ନିର୍ମାଣାଧୀନ ଅସ୍ଥାୟୀ ବାସଗୃହକୁ ଆସନ୍ତା ୨ ସପ୍ତାହ ମଧ୍ୟରେ ଶେଷ କର। ଏନେଇ ଆସନ୍ତା ୨୨ ତାରିଖ ସୁଦ୍ଧା ରିପୋର୍ଟ ଦାଖଲ କରିବାକୁ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ଜଷ୍ଟିସ ବି.ପି. ରାଉତରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ ବାଲେଶ୍ୱର ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପଟେ ଆମିକସ୍‌କ୍ୟୁରୀ ଭାବେ ନିଯୁକ୍ତ ବରିଷ୍ଠ ଆଇନଜୀବୀ ଗୌତମ ମିଶ୍ର, ବିଭୁ ପ୍ରସାଦ ତ୍ରିପାଠୀ ଓ ପମି ରଥ ଅସ୍ଥାୟୀ ବାସଗୃହର ବର୍ତ୍ତମାନ ସ୍ଥିତି ସମ୍ପର୍କରେ ଅବଗତ କରିଥିଲେ। ପରେ ହାଇକୋର୍ଟ ଖୋର୍ଦ୍ଧା ଓ ପୁରୀସ୍ଥିତ କୁଷ୍ଠାଶ୍ରମକୁ ପୁଣି ଥରେ ପରିଦର୍ଶନ କରିବାକୁ ଆମିକସ୍‌କ୍ୟୁରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ରାଜ୍ୟସ୍ତରୀୟ ବୈଷୟିକ କମିଟି ଚାହିଁଲେ କୁଷ୍ଠାଶ୍ରମର ଉନ୍ନତି ନିମନ୍ତେ ଅନ୍ୟରାଜ୍ୟର ବିଶେଷଜ୍ଞଙ୍କଠାରୁ ପରାମର୍ଶ ନେଇପାରିବେ ବୋଲି ହାଇକୋର୍ଟ ସ୍ପଷ୍ଟ କରିଛନ୍ତି। ମାମଲାର ପରବର୍ତ୍ତି ଶୁଣାଣି ନଭେମ୍ବର ୩୦ ତାରିଖରେ ହେବ। ମାମଲାର ବିବରଣୀରୁ ପ୍ରକାଶ, ଆବେଦନକାରୀ ବିପିନ ବିହାରୀ ପ୍ରଧାନ ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା କୁଷ୍ଠାଶ୍ରମର ଅବସ୍ଥା ସମ୍ପର୍କରେ ହାଇକୋର୍ଟରେ ପିଟିଶନ ଦାଖଲ କରିଥିଲେ। ଏହାକୁ ହାଇକୋର୍ଟ ଗୁରୁତ୍ୱର ସହ ବିଚାରକରି ଜୁଲାଇ ୧୪ରେ ୩ ଜଣ ଆମିକସ୍‌କ୍ୟୁରୀ ନିଯୁକ୍ତ କରିଥିଲେ। ପରେ ସେମାନେ ବାମପଦାସ୍ଥିତ କୁଷ୍ଠାଶ୍ରମରେ ତଦନ୍ତ କରି ଗତ ଅଗଷ୍ଟ ୩ ତାରିଖରେ ହାଇକୋର୍ଟଙ୍କ ନିକଟରେ ରିପୋର୍ଟ ଦାଖଲ କରିଥିଲେ। କୁଷ୍ଠାଶ୍ରମର ଅବସ୍ଥାରେ ସୁଧାର ଆଣିବା ଓ ସେଠାକାର ରୋଗୀଙ୍କୁ ଠିକ୍‌ ଚିକିତ୍ସା ଯୋଗାଇ ଦେବା ପାଇଁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେବା ଲାଗି ଏହି ରିପୋର୍ଟରେ ଉଲ୍ଲେଖ କରାଯାଇଥିଲା। ଏହି କାର୍ଯ୍ୟଗୁଡିକ ସମାପନକରି ଅଗଷ୍ଟ ୧୬ ସୁଦ୍ଧା ଏକ ରିପୋର୍ଟ ଦାଖଲ କରିବାକୁ ହାଇକୋର୍ଟ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ପରେ ଆମିକସ୍‌କ୍ୟୁରୀ ପୁରୀର ୨ଟି, ଜଟଣୀର ୨ଟି, ଖୋର୍ଦ୍ଧା ଓ ବାଲେଶ୍ୱରର ଗୋଟିଏ ଲେଖାଏ କୁଷ୍ଠରୋଗ କଲୋନୀ ପରିଦର୍ଶନ କରି ୩୨୦ ପୃଷ୍ଠା ସମ୍ବଳିତ ରିପୋର୍ଟ ଦାଖଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ସୂର୍ଯ୍ୟ-ଶନିଙ୍କ ଷଡାଷ୍ଟକ ଯୋଗରେ ୫ ରାଶି ପାଇଁ ଅଶୁଭ! କ୍ୟାରିୟରରୁ ଟଙ୍କା କମାଇବା ଯାଏ ପଡିବ ଖରାପ ପ୍ରଭାବ

ଆଜି ସେପ୍ଟେମ୍ୱର ୬ ତାରିଖ ଭୋର ୪ଟା ୧୫ ମିନଟରେ ସୂର୍ଯ୍ୟ ଏବଂ ଶନି ଉଭୟ ପରସ୍ପରଠାରୁ ୧୫୦ ଡିଗ୍ରୀ ଦୂରତାରେ ଥିଲେ। ଏହି ଦୁଇ ଗ୍ରହଙ୍କ…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Featured Video Play Icon

ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?

  Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri