ଡିସେମ୍ବର ସୁଦ୍ଧା ପ୍ରକଳ୍ପ ନିର୍ମାଣ ଶେଷ କର

କଟକ ଅଫିସ,୧ା୫: କଟକ ସହରର ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଜାରି ରହିଛି। ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ରବିବାର କଟକ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କରିବା ସହ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଆସନ୍ତା ଡିସେମ୍ବର ସୁଦ୍ଧା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ସାରିବାକୁ ଜିଲାର ବରିଷ୍ଠ ଅଧିକାରୀଙ୍କୁ ଜେନା ନିର୍ଦ୍ଦେଶ ଦେଇଛନ୍ତି।
ଏସ୍‌ସିବି ମେଡିକାଲକୁ ବିଶ୍ୱସ୍ତରୀୟ କରିବାଠାରୁ ଆରମ୍ଭ କରି ପ୍ରାଚୀନ କଟକ ସହରକୁ ନୂଆ ରୂପ ଦେବା ନିମନ୍ତେ ରାଜ୍ୟ ସରକାର ପ୍ରୟାସ ଜାରି ରଖିଛନ୍ତି। ମହାନଦୀର ଯୋବ୍ରା ବ୍ୟାରେଜ୍‌ରୁ ବାହାରିଥିବା ତାଳଦଣ୍ଡା କେନାଲର ସୌନ୍ଦର୍ଯ୍ୟକରଣ ଉନ୍ନୟନର ଏକ ପ୍ରମୁଖ ଅଂଶ। ଫଳରେ ମୁଖ୍ୟ ଶାସନ ସଚିବ ତାଳଦଣ୍ଡା କେନାଲର ଉନ୍ନୟନ ଓ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ ପରିଦର୍ଶନ କରିବାବେଳେ ପ୍ରକଳ୍ପ ଅନ୍ତର୍ଭୁକ୍ତ ନୌବିହାର ବ୍ୟବସ୍ଥା ଉପରେ ଗୁରୁତ୍ୱାରୋପ କରିଥିଲେ। ଓପିଟିସିଏଲ ନିମନ୍ତେ ଟିପିସିଓଡିଏଲ ଦ୍ୱାରା ସଂସ୍ଥାପିତ ହେବାକୁ ଥିବା ଇଲେକ୍ଟ୍ରିକାଲ ଗ୍ରୀଡ୍‌ଷ୍ଟେଶନ, ଏଠାରେ ଥିବା ଖାଲି ଜମିରେ ପ୍ରସ୍ତାବିତ ମାର୍କେଟ କମ୍ପ୍ଲେକ୍ସ ଓ ଭୂତଳ ଯାନ ରହଣିସ୍ଥଳ ନିର୍ମାଣ, ଯୋବ୍ରା ମାଛ ମାର୍କେଟର ଉନ୍ନତୀକରଣ, ଏସ୍‌ସିବି ମେଡିକାଲ କଲେଜର ଉନ୍ନୟନ ପ୍ରକଳ୍ପ ଅନ୍ତର୍ଗତ ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ କେନାଲର ଅପରପାର୍ଶ୍ୱରେ ନିର୍ମିତ ହୋଇଥିବା ଛତ୍ରବଜାର ପରିବା ମାର୍କେଟର ନୂତନ ରୂପରେଖ ଓ ଟ୍ରକ ଟର୍ମିନାଲ ଆଦି ସେ ବୁଲି ଦେଖିଥିଲେ। ପରେ ସ୍ଥାନୀୟ ସର୍କିଟ ହାଉସଠାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଶାସନ ସଚିବ ଜେନା ଯୋଗଦେଇ ଜିଲାର ବରିଷ୍ଠ ଅଧିକାରୀମାନଙ୍କ ସହିତ ଉନ୍ନୟନ ପ୍ରକଳ୍ପଗୁଡ଼ିକ ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରିଥିଲେ। ଏହି ବୈଠକରେ ସିଡିଏ ଅଧ୍ୟକ୍ଷ ଅନିଲ କୁମାର ସାମଲ, ଜିଲାପାଳ ଭବାନୀ ଶଙ୍କର ଚୟନୀ, କଟକ ମହାନଗର ନିଗମ(ସିଏମ୍‌ସି) କମିଶନର ନିଖିଲ ପୱନ କଲ୍ୟାଣ, ପୂର୍ତ୍ତ ବିଭାଗର ମୁଖ୍ୟଯନ୍ତ୍ରୀ ତାରାକାନ୍ତ ମିଶ୍ର, ଅତିରିକ୍ତ ଜିଲାପାଳ ପୂର୍ଣ୍ଣଚନ୍ଦ୍ର ମିଶ୍ର, କଟକ ପୋଲିସ ଅତିରିକ୍ତ ଉପଆୟୁକ୍ତ ଅନିଲ ମିଶ୍ର, ଅଧୀକ୍ଷଣ ଯନ୍ତ୍ରୀ ପ୍ରଭାସ ମାଝୀଙ୍କ ସମେତ ବରିଷ୍ଠ ବିଭାଗୀୟ ଅଧିକାରୀ ଓ ଯନ୍ତ୍ରୀମାନେ ଯୋଗଦେଇ ମୁଖ୍ୟ ଶାସନ ସଚିବଙ୍କ ସହ ଆଲୋଚନା କରିଥିଲେ। ଜିଲାପାଳ ଚୟନୀ ସହରରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ସମ୍ବନ୍ଧରେ ମୁଖ୍ୟ ଶାସନ ସଚିବଙ୍କୁ ଅବଗତ କରାଇଥିଲେ। ଏହି ଅବସରରେ ମୁଖ୍ୟ ଶାସନ ସଚିବ ଜେନା କହିଥିଲେ, ପୁରାତନ ସହର କଟକର କଳେବରକୁ ପ୍ରସାରିତ କରି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ମାଧ୍ୟମରେ ଜନସାଧାରଣଙ୍କ ଆଶା ଓ ଆକାଂକ୍ଷାକୁ ମୁଖ୍ୟମନ୍ତ୍ରୀ ପୂରଣ କରିଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri