ଡିସେମ୍ବର ସୁଦ୍ଧା ପ୍ରକଳ୍ପ ନିର୍ମାଣ ଶେଷ କର

କଟକ ଅଫିସ,୧ା୫: କଟକ ସହରର ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଜାରି ରହିଛି। ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ରବିବାର କଟକ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କରିବା ସହ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଆସନ୍ତା ଡିସେମ୍ବର ସୁଦ୍ଧା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ସାରିବାକୁ ଜିଲାର ବରିଷ୍ଠ ଅଧିକାରୀଙ୍କୁ ଜେନା ନିର୍ଦ୍ଦେଶ ଦେଇଛନ୍ତି।
ଏସ୍‌ସିବି ମେଡିକାଲକୁ ବିଶ୍ୱସ୍ତରୀୟ କରିବାଠାରୁ ଆରମ୍ଭ କରି ପ୍ରାଚୀନ କଟକ ସହରକୁ ନୂଆ ରୂପ ଦେବା ନିମନ୍ତେ ରାଜ୍ୟ ସରକାର ପ୍ରୟାସ ଜାରି ରଖିଛନ୍ତି। ମହାନଦୀର ଯୋବ୍ରା ବ୍ୟାରେଜ୍‌ରୁ ବାହାରିଥିବା ତାଳଦଣ୍ଡା କେନାଲର ସୌନ୍ଦର୍ଯ୍ୟକରଣ ଉନ୍ନୟନର ଏକ ପ୍ରମୁଖ ଅଂଶ। ଫଳରେ ମୁଖ୍ୟ ଶାସନ ସଚିବ ତାଳଦଣ୍ଡା କେନାଲର ଉନ୍ନୟନ ଓ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ ପରିଦର୍ଶନ କରିବାବେଳେ ପ୍ରକଳ୍ପ ଅନ୍ତର୍ଭୁକ୍ତ ନୌବିହାର ବ୍ୟବସ୍ଥା ଉପରେ ଗୁରୁତ୍ୱାରୋପ କରିଥିଲେ। ଓପିଟିସିଏଲ ନିମନ୍ତେ ଟିପିସିଓଡିଏଲ ଦ୍ୱାରା ସଂସ୍ଥାପିତ ହେବାକୁ ଥିବା ଇଲେକ୍ଟ୍ରିକାଲ ଗ୍ରୀଡ୍‌ଷ୍ଟେଶନ, ଏଠାରେ ଥିବା ଖାଲି ଜମିରେ ପ୍ରସ୍ତାବିତ ମାର୍କେଟ କମ୍ପ୍ଲେକ୍ସ ଓ ଭୂତଳ ଯାନ ରହଣିସ୍ଥଳ ନିର୍ମାଣ, ଯୋବ୍ରା ମାଛ ମାର୍କେଟର ଉନ୍ନତୀକରଣ, ଏସ୍‌ସିବି ମେଡିକାଲ କଲେଜର ଉନ୍ନୟନ ପ୍ରକଳ୍ପ ଅନ୍ତର୍ଗତ ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ କେନାଲର ଅପରପାର୍ଶ୍ୱରେ ନିର୍ମିତ ହୋଇଥିବା ଛତ୍ରବଜାର ପରିବା ମାର୍କେଟର ନୂତନ ରୂପରେଖ ଓ ଟ୍ରକ ଟର୍ମିନାଲ ଆଦି ସେ ବୁଲି ଦେଖିଥିଲେ। ପରେ ସ୍ଥାନୀୟ ସର୍କିଟ ହାଉସଠାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଶାସନ ସଚିବ ଜେନା ଯୋଗଦେଇ ଜିଲାର ବରିଷ୍ଠ ଅଧିକାରୀମାନଙ୍କ ସହିତ ଉନ୍ନୟନ ପ୍ରକଳ୍ପଗୁଡ଼ିକ ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରିଥିଲେ। ଏହି ବୈଠକରେ ସିଡିଏ ଅଧ୍ୟକ୍ଷ ଅନିଲ କୁମାର ସାମଲ, ଜିଲାପାଳ ଭବାନୀ ଶଙ୍କର ଚୟନୀ, କଟକ ମହାନଗର ନିଗମ(ସିଏମ୍‌ସି) କମିଶନର ନିଖିଲ ପୱନ କଲ୍ୟାଣ, ପୂର୍ତ୍ତ ବିଭାଗର ମୁଖ୍ୟଯନ୍ତ୍ରୀ ତାରାକାନ୍ତ ମିଶ୍ର, ଅତିରିକ୍ତ ଜିଲାପାଳ ପୂର୍ଣ୍ଣଚନ୍ଦ୍ର ମିଶ୍ର, କଟକ ପୋଲିସ ଅତିରିକ୍ତ ଉପଆୟୁକ୍ତ ଅନିଲ ମିଶ୍ର, ଅଧୀକ୍ଷଣ ଯନ୍ତ୍ରୀ ପ୍ରଭାସ ମାଝୀଙ୍କ ସମେତ ବରିଷ୍ଠ ବିଭାଗୀୟ ଅଧିକାରୀ ଓ ଯନ୍ତ୍ରୀମାନେ ଯୋଗଦେଇ ମୁଖ୍ୟ ଶାସନ ସଚିବଙ୍କ ସହ ଆଲୋଚନା କରିଥିଲେ। ଜିଲାପାଳ ଚୟନୀ ସହରରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ସମ୍ବନ୍ଧରେ ମୁଖ୍ୟ ଶାସନ ସଚିବଙ୍କୁ ଅବଗତ କରାଇଥିଲେ। ଏହି ଅବସରରେ ମୁଖ୍ୟ ଶାସନ ସଚିବ ଜେନା କହିଥିଲେ, ପୁରାତନ ସହର କଟକର କଳେବରକୁ ପ୍ରସାରିତ କରି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ମାଧ୍ୟମରେ ଜନସାଧାରଣଙ୍କ ଆଶା ଓ ଆକାଂକ୍ଷାକୁ ମୁଖ୍ୟମନ୍ତ୍ରୀ ପୂରଣ କରିଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?