Posted inଜାତୀୟ

୧୨ରେ ଲଦାଖରୁ ସମ୍ପୂର୍ଣ୍ଣ ସୈନ୍ୟ ପ୍ରତ୍ୟାହାର

ନୂଆଦିଲ୍ଲୀ,୧୦।୯: ପୂର୍ବ ଲଦାଖର ଗୋଗ୍ରା-ହଟ୍‌ ସ୍ପ୍ରିଙ୍ଗ୍‌ ଅଞ୍ଚଳ (ପିପି-୧୫)ରୁ ଭାରତ ଓ ଚାଇନା ସେମାନଙ୍କ ସୈନ୍ୟ ପ୍ରତ୍ୟାହାର ଆରମ୍ଭ କରିଛନ୍ତି। ୧୨ ତାରିଖ ସୁଦ୍ଧା ସେନା ପ୍ରତ୍ୟାହାର ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି, ଉଭୟ ପକ୍ଷ ଦ୍ୱାରା ଉକ୍ତ ଅଞ୍ଚଳରେ ନିର୍ମାଣ ହୋଇଥିବା ଅସ୍ଥାୟୀ ଢାଞ୍ଚାଗୁଡ଼ିକୁ ଭାଙ୍ଗିଦିଆଯିବ ସହ ଯାଞ୍ଚ ହେବ ବୋଲି ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର କୁହାଯାଇଛି। ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ରେ ଶାନ୍ତି ଓ ସ୍ଥିରତା ବଜାୟ ରଖିବା ଲାଗି ଅନ୍ୟାନ୍ୟ ପ୍ରସଙ୍ଗର ସମାଧାନ ପାଇଁ ଉଭୟ ପକ୍ଷ ରାଜି ହୋଇଥିବା ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଚୁକ୍ତିନାମା ଅନୁଯାୟୀ ଏଲ୍‌ଏସି ଅଞ୍ଚଳରେ ଉଭୟ ଦେଶର ସୈନ୍ୟ କଡ଼ାକଡ଼ି ନଜର ରଖିବେ ଓ ଏହାକୁ ସମ୍ମାନ ଦେବେ। ସ୍ଥିତାବସ୍ଥାରେ ଏକପାଖିଆ ପରିବର୍ତ୍ତନ କରାଯାଇପାରିବ ନାହିଁ ବୋଲି ଏଥିରେ କୁହାଯାଇଛି।
୨୦୨୦ ଏପ୍ରିଲ୍‌-ମେ’ରେ ଚାଇନା ସୈନ୍ୟ ପୂର୍ବ ଲଦାଖର ଏକାଧିକ ସ୍ଥାନରେ ଜବରଦସ୍ତ ଅନୁପ୍ରବେଶ କରିବାରୁ ଉଭୟ ସେନା ମଧ୍ୟରେ ମୁହଁାମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ଚାଇନା ସୈନ୍ୟ ଉକ୍ତ ପୂର୍ବ ଲଦାଖର ଫିଙ୍ଗର ଅଞ୍ଚଳ, ଗଲଓ୍ବାନ ଭ୍ୟାଲି, ହଟ୍‌ ସ୍ପ୍ରିଂ ଏବଂ କଙ୍ଗରୁଙ୍ଗ ନାଲା ଅଞ୍ଚଳରେ ପ୍ରବେଶ କରିଥିଲେ। ଦୀର୍ଘଦିନର ମୁହଁାମୁହିଁ ସ୍ଥିତି ପରେ ୨୦୨୦ ଜୁନ୍‌ରେ ଗଲଓ୍ବାନ ଉପତ୍ୟକାରେ ଚାଇନା ଓ ଭାରତୀୟ ସୈନ୍ୟଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ଘଟିଥିଲା। ଏଥିରେ ଭାରତର ୨୦ ସୈନ୍ୟ ନିହତ ହୋଇଥିବାବେଳେ ଚାଇନାର ୪୦ରୁ ଊର୍ଦ୍ଧ୍ୱ ସୈନ୍ୟ ମୃତାହତ ହୋଇଥିଲେ। ଏହା ପରେ ଉଭୟ ସାମରିକ ଓ କୂଟନୈତିକ ସ୍ତରରେ ଏକାଧିକ ପର୍ଯ୍ୟାୟ ଆଲୋଚନା ହୋଇ ପଙ୍ଗଓଙ୍ଗ ସୋ’ର ଉତ୍ତର ଓ ଦକ୍ଷିଣ ପାର୍ଶ୍ୱ ଏବଂ ଗଲଓ୍ବାନର କେତେକ ଅଞ୍ଚଳରୁ ସୈନ୍ୟ ପ୍ରତ୍ୟାହାର ନିଷ୍ପତ୍ତି ହୋଇଥିଲା।
ଚାଇନା ଏହା ପାର୍ଶ୍ୱରେ ଭିତ୍ତିଭୂମିର ଯଥେଷ୍ଟ ଉନ୍ନତି କରିଥିବାବେଳେ ଭାରତ ମଧ୍ୟ ନିଜ ପାର୍ଶ୍ୱରେ ଭିତ୍ତିଭୂମି ସୁଦୃଢ଼ କରିବାକୁ ଯୋଜନା କରିଛି। ଅରୁଣାଚଳପ୍ରଦେଶ ଅନ୍ତର୍ଗତ ଏଲ୍‌ଏସିର ସମସ୍ତ ଫରଓ୍ବାର୍ଡ ପୋଷ୍ଟରେ ବୃହତ୍‌ ହେଲିପ୍ୟାଡ୍‌ ନିର୍ମାଣ ଲାଗି ସରକାର ନିଷ୍ପତ୍ତି ନେଇଥିବା ଜଣେ ବରିଷ୍ଠ ସାମରିକ ଅଧିକାରୀ ବ୍ରିଗେଡିୟର ଟି.ଏମ୍‌. ସିହ୍ନା ସୂଚନା ଦେଇଛନ୍ତି। ଏହାଦ୍ୱାରା ସୀମାନ୍ତକୁ ସୈନ୍ୟ ଓ ଅସ୍ତ୍ରଶସ୍ତ୍ର ପରିବହନ ସହଜ ହୋଇପାରିବ। ପ୍ରତି ଫରଓ୍ବାର୍ଡ ପୋଷ୍ଟ ଏବଂ ସେନା ୟୁନିଟ୍‌କୁ ଅପ୍ଟିକାଲ ଫାଇବର ନେଟ୍‌ଓ୍ବାର୍କରେ ସଂଯୋଗ କରାଯିବ। ସମସ୍ତଙ୍କ ପାଇଁ ଅଲଗା ସାଟେଲାଇଟ୍‌ ଟର୍ମିନାଲ ରହିବ। ପ୍ରକୃତ ନିୟନ୍ତ୍ରଣ ରେଖାରେ ଚାଇନା ସୈନ୍ୟଙ୍କ ଗତିବିଧି ଉପରେ ନଜର ରଖିବା ଲାଗି ଭାରତ ଆଗୁଆ ଘାଟିଗୁଡ଼ିକରେ ସ୍ବଦେଶୀ ନିର୍ମିତ ରିମୋଟ ପାଇଲଟ୍‌ ଏୟାରକ୍ରାଫ୍ଟ ‘ସ୍ବିଚ୍‌’କୁ ନିୟୋଜିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ମାତ୍ର ୩୫ ପଇସାରେ ୧୦ ଲକ୍ଷର ବୀମା କଭର୍‌! କାହାକୁ ମିଳିବ ଏହି ଲାଭ, ଜାଣନ୍ତୁ ରେଳବାଇର ନିୟମ

ନୂଆଦିଲ୍ଲୀ, ୧୨।୧୦: ଯଦି ଆପଣ ନିୟମିତ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଅନଲାଇନରେ ଟିକେଟ ବୁକ କରୁଛନ୍ତି, ତେବେ ଟିକେଟ ବୁକିଂ ସମୟରେ ମିଳୁଥିବା ରେଳ ଯାତ୍ରା…

ସରକାରଙ୍କ ବଡ଼ ଯୋଜନା! ଦୁର୍ଘଟଣାରେ କୃଷକଙ୍କ ମୃତ୍ୟୁ ହେଲେ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୧୨।୧୦: ଚାଷୀ ଦିନରାତି ପରିଶ୍ରମ କରି ନିଜ ପରିବାରର ଗୁଜୁରାଣ ମେଣ୍ଟାଇଥାନ୍ତି। କିନ୍ତୁ ବେଳେବେଳେ ଏକ ଦୁର୍ଘଟଣା ପୂରା ପରିବାରର ଜୀବନକୁ ବଦଳାଇ ଦେଇଥାଏ। ପରିବାରର…

ସରକାରୀ କର୍ମଚାରୀଙ୍କ ଦରମା-ପେନସନ ଉପରେ ବଡ଼ ଖବର: ଏହି ରାଜ୍ୟ ଗଠନ କଲା ଅଷ୍ଟମ ବେତନ ଆୟୋଗ

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ର ସରକାର ୨୦୨୫ ନଭେମ୍ବରରେ ଅଷ୍ଟମ ବେତନ ଆୟୋଗ ଗଠନକୁ ମଞ୍ଜୁରି ଦେଇଥିଲେ। ଏହା ପରେ ଏକ କମିଟି ଗଠନ କରାଯାଇଛି। ଏହି କମିଟି…

କୋହଲିଙ୍କ ଉପରେ ଟଙ୍କା ନେବା ଅଭିଯୋଗ କରିଥିବା ବାବା ଦେଲେ ବଡ଼ ବୟାନ, ଏବେ କହିଲେଣି ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ, ୧୨।୧୦: ମଥୁରାର ବୃନ୍ଦାବନସ୍ଥିତ ରାଧା କୁଟୀ ଆଶ୍ରମରେ ସାଧୁସନ୍ଥମାନେ ଶ୍ରୀକୃଷ୍ଣ ଜନ୍ମଭୂମି ମାମଲାର ପକ୍ଷକାର ଦିନେଶ ଫଳାହାରୀଙ୍କୁ ‘ବ୍ରଜ ରତ୍ନ’ ସମ୍ମାନରେ ସମ୍ମାନିତ କରିଛନ୍ତି। ଭଗବାନ…

ଜ୍ଞାନେଶ କୁମାରଙ୍କ ଆଗରେ ରାହୁଲଙ୍କ ବଡ଼ ସର୍ତ୍ତ: କହିଲେ- ଏମିତି କଲେ ଆମେ ଛାଡ଼ିଦେବୁ…

ନୂଆଦିଲ୍ଲୀ,୧୨।୧୦: ସରକାରଙ୍କୁ ଘେରିଛନ୍ତି କଂଗ୍ରେସ ସମେତ ବିରୋଧୀ ଦଳ। ସୋମବାର (୧୨ ଅକ୍ଟୋବର) ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜ୍ଞାନେଶ କୁମାରଙ୍କୁ ଇସ୍ତଫା ଦେଇ ଏହି…

‘ମୋ ବାପା ସବୁକିଛି ସମ୍ଭାଳି ନେବେ’: ଧନୀ ଯୁବକଙ୍କ ଅହଂକାରୀ ଆଚରଣ; ମା’ ଜନ୍ମଦିନରେ ଉପହାର ଦେଇଥିବା କାର ଚଢାଇ ୩ ଛାତ୍ର ମୃତ

କୋଚି,୧୨।୧୦: କେରଳର ନେଦୁମ୍ବାସେରୀରେ ତିନିଜଣ ଛାତ୍ରୀଛାତ୍ରଙ୍କ ଜୀବନ ନେଇଥିବା ଏକ ଭୟଙ୍କର ସଡ଼କ ଦୁର୍ଘଟଣା ପରେ ଅହଂକାର ଓ ଅବହେଳାର ଏକ ଚାଞ୍ଚଲ୍ୟକର ଚିତ୍ର ସାମ୍ନାକୁ ଆସିଛି।…

ଗୃହ ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି; ଜନ୍ତରମନ୍ତରରେ ହେବନି ବିକ୍ଷୋଭ ପ୍ରଦର୍ଶନ, ଏହି ୩ ନୂଆ ସ୍ଥାନ….

ନୂଆଦିଲ୍ଲୀ,୧୨।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଆନ୍ଦୋଳନ ଜାରି ରହିଥିବା ବେଳେ ଦିଲ୍ଲୀରେ ଧାରଣା ଓ ବିରୋଧ ପ୍ରଦର୍ଶନ ପାଇଁ ନିର୍ଦ୍ଧାରିତ ସ୍ଥାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?