୩ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୨।୧୨(ବୂ୍ୟରୋ): ଦୁର୍ନୀତି ବିରୋଧରେ କଠୋର ହେଉଛନ୍ତି ରାଜ୍ୟ ସରକାର। ସେଥିପାଇଁ ଆଜି ପୁଣି ୩ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଭାବେ ଅବସର ଦିଆଯାଇଛି। ଏହାଛଡ଼ା ଜଣଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଥିବା ବେଳେ ଦୁଇ କର୍ମଚାରୀଙ୍କ ପେନ୍‌ସନ ବନ୍ଦ କରାଯାଇଛି। ବାଧ୍ୟତାମୂଳକ ଅବସର ଦିଆଯାଇଥିବା ୩ ଅଧିକାରୀଙ୍କ ମଧ୍ୟରେ ଅଛନ୍ତି ସମ୍ବଲପୁର ମହାନଗର ନିଗମର କମ୍ୟୁନିଟି ଅର୍ଗାନାଇଜର (ଜଟଣୀ ମ୍ୟୁନିସିପାଲିଟି ଓ ଛତ୍ରପୁର ଏନଏସିର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ) ଲଳିତା କପୁର। ତାଙ୍କ ନାଁରେ ଦୁଇଟି ଦୁର୍ନୀତି ଅଭିଯୋଗ ରହିଛି। ସରକାରୀ ଅର୍ଥ ଆତ୍ମସାତ ସହିତ ଆହୁରି ଅନେକ ଦୁର୍ନୀତି ଅଭିଯୋଗ ତାଙ୍କ ନାଁରେ ରହିଛି।

ବାଧ୍ୟତାମୂଳକ ଭାବେ ଅବସର ଦିଆଯାଇଥିବା ଆଉ ଜଣେ କର୍ମଚାରୀ ହେଉଛନ୍ତି ବେଲପାହାଡ ମ୍ୟୁନିସିପାଲିଟିର କାର୍ଯ୍ୟ ନିର୍ବାହୀ ଅଧିକାରୀ ଲୋକନାଥ ତିୱାରୀ। ଅପାରଗତା ଓ ଅସାଧୁତା ଯୋଗୁ ତାଙ୍କୁ ଅବସର ଦିଆଯାଇଛି। ଠିକ ସେହିପରି ଝାରସୁଗୁଡା ମ୍ୟୁନିସିପାଲିଟିର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ରାମଚନ୍ଦ୍ର ପ୍ରଧାନଙ୍କୁ ମଧ୍ୟ ବାଧ୍ୟତାମୂଳକ ଭାବେ ଅବସର ଦିଆଯାଇଛି। ଅପାରଗତା, ଅସାଧୁତା ଓ ଆର୍ଥିକ ଅନିୟମିତତା ପରି ଅଭିଯୋଗ ତାଙ୍କ ନାଁରେ ରହିଛି।

ସେପଟେ ରାଜ୍ୟ ସରକାର ଗୁରୁବାର ପୁରୀ ଜିଲା ବେତାଲ ଆର୍‌ଆଇ ସର୍କଲର ରାଜସ୍ବ ନିରୀକ୍ଷକ ମନୋଜ କୁମାର ପରିଡାଙ୍କୁ ବହିଷ୍କୃତ କରିଛନ୍ତି। ଦୁର୍ବ୍ୟବହାର, ବିଶୃଙ୍ଖଳିତ ଅଚରଣ ଓ କର୍ତ୍ତବ୍ୟରେ ଅବହେଳା ଏବଂ ଉଚ୍ଚ ପଦାଧିକାରୀଙ୍କ ନିର୍ଦ୍ଦେଶ ଅବମାନନା ପରି ଅଭିଯୋଗରେ ତାଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି। ଏହାସହିତ ଓ ପୋଲିସ ସେବା ଅଧିକାରୀ ବଲାଙ୍ଗୀରର ପୂର୍ବତନ ଅତିରିକ୍ତ ଏସ୍‌ପି ତଥା ହୋମଗାର୍ଡର ପୂର୍ବତନ ଡିଏସ୍‌ପି ଶ୍ରୀକାନ୍ତ ମିଶ୍ର ଓ ଗଞ୍ଜାମ ବେଲଗୁଣ୍ଠା ବ୍ଲକର ପୂର୍ବତନ ଏଏଫଓ ଏପିଲି ଉଦୟନାଥଙ୍କର ପେନ୍‌ସନ୍‌କୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି। ସେମାନଙ୍କ ନାଁରେ ଥିବା ଦୁର୍ନୀତି ଅଭିଯୋଗ ପ୍ରମାଣିତ ହେବା ଯୋଗୁ ଏହି ପଦକ୍ଷେପ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ…

ରାହୁଲ ଗାନ୍ଧୀଙ୍କ ସମେତ ୨୫ କଂଗ୍ରେସ ଏମ୍‌ପିଙ୍କୁ ଗୁଳି କରିବାକୁ ଧମକ

ନୂଆଦିଲ୍ଲୀ,୧୯।୨: ରାଜସ୍ଥାନ ପୋଲିସ କୋଟାର ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ଯିଏ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ୨୫ ଜଣ କଂଗ୍ରେସ ଏମପିଙ୍କୁ ଗୁଳି କରିବାକୁ…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri