୩ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୨।୧୨(ବୂ୍ୟରୋ): ଦୁର୍ନୀତି ବିରୋଧରେ କଠୋର ହେଉଛନ୍ତି ରାଜ୍ୟ ସରକାର। ସେଥିପାଇଁ ଆଜି ପୁଣି ୩ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଭାବେ ଅବସର ଦିଆଯାଇଛି। ଏହାଛଡ଼ା ଜଣଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଥିବା ବେଳେ ଦୁଇ କର୍ମଚାରୀଙ୍କ ପେନ୍‌ସନ ବନ୍ଦ କରାଯାଇଛି। ବାଧ୍ୟତାମୂଳକ ଅବସର ଦିଆଯାଇଥିବା ୩ ଅଧିକାରୀଙ୍କ ମଧ୍ୟରେ ଅଛନ୍ତି ସମ୍ବଲପୁର ମହାନଗର ନିଗମର କମ୍ୟୁନିଟି ଅର୍ଗାନାଇଜର (ଜଟଣୀ ମ୍ୟୁନିସିପାଲିଟି ଓ ଛତ୍ରପୁର ଏନଏସିର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ) ଲଳିତା କପୁର। ତାଙ୍କ ନାଁରେ ଦୁଇଟି ଦୁର୍ନୀତି ଅଭିଯୋଗ ରହିଛି। ସରକାରୀ ଅର୍ଥ ଆତ୍ମସାତ ସହିତ ଆହୁରି ଅନେକ ଦୁର୍ନୀତି ଅଭିଯୋଗ ତାଙ୍କ ନାଁରେ ରହିଛି।

ବାଧ୍ୟତାମୂଳକ ଭାବେ ଅବସର ଦିଆଯାଇଥିବା ଆଉ ଜଣେ କର୍ମଚାରୀ ହେଉଛନ୍ତି ବେଲପାହାଡ ମ୍ୟୁନିସିପାଲିଟିର କାର୍ଯ୍ୟ ନିର୍ବାହୀ ଅଧିକାରୀ ଲୋକନାଥ ତିୱାରୀ। ଅପାରଗତା ଓ ଅସାଧୁତା ଯୋଗୁ ତାଙ୍କୁ ଅବସର ଦିଆଯାଇଛି। ଠିକ ସେହିପରି ଝାରସୁଗୁଡା ମ୍ୟୁନିସିପାଲିଟିର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ରାମଚନ୍ଦ୍ର ପ୍ରଧାନଙ୍କୁ ମଧ୍ୟ ବାଧ୍ୟତାମୂଳକ ଭାବେ ଅବସର ଦିଆଯାଇଛି। ଅପାରଗତା, ଅସାଧୁତା ଓ ଆର୍ଥିକ ଅନିୟମିତତା ପରି ଅଭିଯୋଗ ତାଙ୍କ ନାଁରେ ରହିଛି।

ସେପଟେ ରାଜ୍ୟ ସରକାର ଗୁରୁବାର ପୁରୀ ଜିଲା ବେତାଲ ଆର୍‌ଆଇ ସର୍କଲର ରାଜସ୍ବ ନିରୀକ୍ଷକ ମନୋଜ କୁମାର ପରିଡାଙ୍କୁ ବହିଷ୍କୃତ କରିଛନ୍ତି। ଦୁର୍ବ୍ୟବହାର, ବିଶୃଙ୍ଖଳିତ ଅଚରଣ ଓ କର୍ତ୍ତବ୍ୟରେ ଅବହେଳା ଏବଂ ଉଚ୍ଚ ପଦାଧିକାରୀଙ୍କ ନିର୍ଦ୍ଦେଶ ଅବମାନନା ପରି ଅଭିଯୋଗରେ ତାଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି। ଏହାସହିତ ଓ ପୋଲିସ ସେବା ଅଧିକାରୀ ବଲାଙ୍ଗୀରର ପୂର୍ବତନ ଅତିରିକ୍ତ ଏସ୍‌ପି ତଥା ହୋମଗାର୍ଡର ପୂର୍ବତନ ଡିଏସ୍‌ପି ଶ୍ରୀକାନ୍ତ ମିଶ୍ର ଓ ଗଞ୍ଜାମ ବେଲଗୁଣ୍ଠା ବ୍ଲକର ପୂର୍ବତନ ଏଏଫଓ ଏପିଲି ଉଦୟନାଥଙ୍କର ପେନ୍‌ସନ୍‌କୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି। ସେମାନଙ୍କ ନାଁରେ ଥିବା ଦୁର୍ନୀତି ଅଭିଯୋଗ ପ୍ରମାଣିତ ହେବା ଯୋଗୁ ଏହି ପଦକ୍ଷେପ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

World Richest Indian-Origin: ବିଶ୍ୱର ସବଠାରୁ ଧନୀ ଭାରତୀୟ ମୂଳ ବାସିନ୍ଦା CEO ହେଲେ ଜୟଶ୍ରୀ ଉଲ୍ଲାଲ,ପଛରେ ରହିଗଲେ…

ନୂଆଦିଲ୍ଲୀ,୨୭।୧୨: ବହୁ ବର୍ଷ ଧରି, ଯେତେବେଳେ ବି ବିଶ୍ୱ ଟେକ ଇଣ୍ଡଷ୍ଟ୍ରି ବା ଶିଳ୍ପ ସବୁଠାରୁ ଧନୀ ଭାରତୀୟ ବଂଶୋଦ୍ଭବ ସିଇଓଙ୍କ ବିଷୟରେ ଆଲୋଚନା କରୁଥିଲା,...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri