ବରିଷ୍ଠ କୃଷି ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୧୮।୮(ବ୍ୟୁରୋ): ଦୁର୍ନୀତି ଏବଂ ଅସଦାଚରଣ ଭଳି କାର୍ଯ୍ୟ ପାଇଁ ରାଜ୍ୟ ସରକାର ଶୂନ ସହନଶୀଳତା ନୀତି ଅବଲମ୍ବନ କରିଛନ୍ତି। ଜଣେ ମହିଳା କର୍ମଚାରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ପୂର୍ବତନ ଆୟୁଷ ନିର୍ଦ୍ଦେଶକ ବିଭୁପ୍ରସାଦ ଷଡଙ୍ଗୀଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଥିଲେ। ସେହିପରି ଦୁର୍ନୀତି ଅଭିଯୋଗରେ ପୂର୍ବତନ କୋରାପୁଟ ଜିଲା ମୁଖ୍ୟ କୃଷି ଅଧିକାରୀ ପ୍ରଦୀପ କୁମାର ମହାନ୍ତିଙ୍କୁ ରାଜ୍ୟ ସରକାର ସୋମବାର ଚାକିରିରୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଦୁର୍ନୀତି ଅଭିଯୋଗରେ ଜୁଲାଇ ୨ ତାରିଖରେ ତାଙ୍କୁ ଭିଜିଲାନ୍ସ ଗିରଫ କରିଥିଲା। ଭୁବନେଶ୍ୱର ଯିବା ବାଟରେ ତାଙ୍କଠାରୁ ଭିଜିଲାନ୍ସ ୧୧ ଲକ୍ଷ ଟଙ୍କା ଜବତ କରିଥିଲା। ସେ ତାହାର ହିସାବ ଦେଇ ପାରି ନ ଥିଲେ। ସେହିଦିନ ଭିଜିଲାନ୍ସ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଏହାପରେ ତାଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଥିଲା। ଭିଜିଲାନ୍ସ ଚଢଉ ବେଳେ ତାଙ୍କର ୩.୫ କୋଟି ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଠାବ କରାଯାଇଥିଲା। ଦୁର୍ନୀତି କ୍ଷେତ୍ରରେ ଶୂନ ସହନଶୀଳତା ନୀତି ବଳରେ ପି.କେ. ମହାନ୍ତିଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ସରକାରଙ୍କ ପକ୍ଷରୁ ପ୍ରକାଶିତ ପ୍ରେସ୍‌ ବିଜ୍ଞପ୍ତିରେ କୁୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଶିଙ୍କ ପାଇଁ ଚନ୍ଦ୍ର ଗ୍ରହଣ ଶୁଭ! କାଲିଠୁ ଅଚାନକ ବଢିବ ଇନକମ, ଅଜଣା ଲୋକ ଦେବେ ସରପ୍ରାଇଜ

୨୮ ଅଗଷ୍ଟ ୨୦୨୬ରେ କୁମ୍ଭ ରାଶିରେ ଚନ୍ଦ୍ରଗ୍ରହଣ ଘଟିବ। ଏହାର ପ୍ରଭାବ ତିନୋଟି ରାଶି ପାଇଁ ଲାଭଦାୟକ ହୋଇପାରେ, ଯାହା ସେମାନଙ୍କ କ୍ୟାରିଅର, ଆର୍ଥିକ ଓ ଅଟକି…

ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଜ୍ୟ ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପଠାଇଲେ…

ଭୁବନେଶ୍ୱର,୨୭।୮: ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ୩୭ ବର୍ଷୀୟ ଜଗମୋହନଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇଛନ୍ତି ରାଜ୍ୟ ସରକାର। ସୂଚନାଯୋଗ୍ୟ,…

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା।…

ସୂର୍ଯ୍ୟ-ବୁଧଙ୍କ ଶୁଭ ଯୁତି: ଖୋଲିବ ୪ ରାଶିର ଭାଗ୍ୟ, ହେବ ପ୍ରଚୁର ଧନଲାଭ!

ଆଜି ଅଗଷ୍ଟ ୨୭ ତାରିଖ ରାତି ୧୦ଟା ୩୧ ମିନିଟରେ ସୂର୍ଯ୍ୟ ଏବଂ ବୁଧ ଗ୍ରହ ଦୁହେଁ ୦ ଡିଗ୍ରୀକୁ ଆସିବେ। ଏହି ସମୟରେ ଯୁତି ଦୃଷ୍ଟି…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୭।୮: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଆସୁଛି। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପାର୍ଶବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ଥିବା ଜଣାପଡ଼ିଛି। ଏହାର ପ୍ରଭାବରେ…

ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର

ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ…

ପୁଣି ବନ୍ଦ ହେଲା ୪ ସ୍ଲୁଇସ ଗେଟ: ହୀରାକୁଦ ଜଳଭଣ୍ଡାରରେ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରବାର ୍ଯଯଯାହ୍ନରେ ପୁଣି ୪ଟି ସ୍ଲୁଇସ ଗେଟକୁ ବନ୍ଦ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri