ଦରମା ବଦଳରେ ବାଧ୍ୟତାମୂଳକ ଅବସର

ପାରଳାଖେମୁଣ୍ଡି,୧୨ା୧୨(ଡି.ଏନ୍‌.ଏ.): ଗଜପତି ଜିଲାର ପୂର୍ବତନ ଜିଲା କ୍ରୀଡ଼ା ଅଧିକାରୀ ପ୍ରଭାକର ତ୍ରିପାଠୀଙ୍କ ସମେତ ଅନ୍ୟ ୩ ଜଣ ଭଲିବଲ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର ମିଳିଛି। ନିଜ ପ୍ରାପ୍ୟ ଦରମା ନ ପାଇବାରୁ ନ୍ୟାୟାଳୟରେ ଆଶ୍ରୟ ନେବାରୁ ସରକାରଙ୍କ ଆକ୍ରୋଶର ଶିକାର ହୋଇଛନ୍ତି କ୍ରୀଡ଼ା ଅଧିକାରୀ। ସରକାରଙ୍କ ଏକାଧିକ ବିଭାଗର କାମ ଏକାକୀ କରିଥିଲେ କିନ୍ତୁ ସରକାର ଦରମା ବଦଳରେ ବାଧ୍ୟତାମୂଳକ ଅବସର ଦେଲେ। ଏହାକୁ କିନ୍ତୁ ସହଜରେ ଗ୍ରହଣ କରିପାରିନାହାନ୍ତି ପ୍ରଭାକରଙ୍କ ସହକର୍ମୀ ଏବଂ ଜିଲାବାସୀ ଓ କ୍ରୀଡ଼ାପ୍ରେମୀ । ପୂର୍ବରୁ ସେ ସରକାରଙ୍କ ବିରୋଧରେ ନ୍ୟାୟାଳୟର ଦ୍ବାରସ୍ଥ ହୋଇଥିଲେ, ତେଣୁ ଆକ୍ରୋଶମୂଳକ ଭାବେ ସରକାର ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ବୋଲି ବହିଷ୍କୃତ ହୋଇଥିବା କ୍ରୀଡ଼ା ଅଧିକାରୀ କହିଛନ୍ତି। ପ୍ରଭାକରଙ୍କ ସହ ଦୀର୍ଘଦିନ ଧରି କାମ କରିଥିବା ଅବସରପ୍ରାପ୍ତ ଜିଲା ପର୍ଯ୍ୟଟନ ଅଧିକାରୀ ରାମ ଚନ୍ଦ୍ର ପାଢ଼ୀ ପ୍ରତିକ୍ରିୟାରେ କହିଛନ୍ତି, ପ୍ରଭାର ତ୍ରିପାଠୀ ଜଣେ ଭଲିବଲ କୋଚ୍‌ । ତାଙ୍କ କାର୍ଯ୍ୟ ସନ୍ତୋଷଜନକ ରହିଥିବାରୁ ଜିଲା ସଂସ୍କୃତି ଅଧିକାରୀ, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଏବଂ ଜିଲା ପର୍ଯ୍ୟଟନ ଅଧିକାରୀ ଆଦି ବିଭିନ୍ନ ଅତିରିକ୍ତ ଦାୟିତ୍ୱ ମଧ୍ୟ ଦିଆଯାଇଥିଲା। ସେହିଭଳି ଜିଲାର ଜଣେ କ୍ରୀଡ଼ାପ୍ରେମୀ ସଂସ୍କୃତି ସଂଗଠକ ନୃସିଂହ ଚରଣ ପଟ୍ଟନାୟକ ବିଭିନ୍ନ ଦାୟିତ୍ୱରେ ରହି ସମସ୍ତ କାର୍ଯ୍ୟକୁ ସୂଚାରୁ ରୂପେ ତୁଲାଇଥିବା ବେଳେ ସେ କିଭଳି ଅଯୋଗ୍ୟ ହେଲେ ଏବଂ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଗଲା ତାହା ତାଙ୍କୁ ଆଶ୍ଚର୍ଯ୍ୟ କରିଥିବା କହିଛନ୍ତି। ବାଧ୍ୟତାମୂଳକ ଅବସର ଘୋଷଣା ପରେ ମୁହଁ ଖୋଲିଛନ୍ତି ପ୍ରଭାକର। ଏହାର ପ୍ରତିବାଦରେ ବି ସେ ନ୍ୟାୟାଳୟକୁ ଯିବେ ଏବଂ ନ୍ୟାୟାଳୟରେ ତାଙ୍କୁ ନ୍ୟାୟ ମିଳିବା ନେଇ ସେ ଆଶାବାଦୀ ରହିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri