ନବରଙ୍ଗପୁର ଅତିରିକ୍ତ ଉପଜିଲାପାଳଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୨୮।୬(ସତ୍ୟଜିତ୍‌ ରାଉତ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇ ଜେଲ ଯାଇଥିବା ନବରଙ୍ଗପୁରର କୋଟିପତି ଅତିରିକ୍ତ ଉପଜିଲାପାଳ ପ୍ରଶାନ୍ତ ରାଉତଙ୍କୁ ରାଜ୍ୟ ସରକାର ମଙ୍ଗଳବାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଅପାରଗତା ଓ ଦୁର୍ନୀତି ପାଇଁ ପ୍ରଶାନ୍ତଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୋଧରେ ଶୂନ୍ୟ ସହିଷ୍ଣୁତା ନୀତି ଅବଲମ୍ବନ ସ୍ବରୂପ ରାଜ୍ୟ ସରକାରୀ ୨୦୧୯ରୁ ୧୮୮ ଜଣ ଅଧିକାରୀଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବା ସୂଚନା ମିଳିଛି।
ସୂଚନା ଅନୁଯାୟୀ, ଭିଜିଲାନ୍ସ ଟିମ୍‌ ଶୁକ୍ରବାର ପ୍ରଶାନ୍ତଙ୍କ ଘର ସମେତ ନବରଙ୍ଗପୁର, ଭୁବନେଶ୍ୱର ଓ ଭଦ୍ରକର ୯ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରି ବିପୁଳ ସମ୍ପତ୍ତି ଠାବ କରିଥିଲା। ଏପରିକି ଘରୁ ନଗଦ ୩.୦୨ କୋଟି ଟଙ୍କା ମିଳିବା ଘଟଣା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିଲା। ଏହି ଚଢ଼ାଉରେ ପ୍ରଶାନ୍ତଙ୍କ ଠାରୁ ୫କୋଟି ୨୧ଲକ୍ଷ ୯ ହଜାର ୬୫୯ ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଠାବ ହୋଇଥିଲା, ଯାହା ତାଙ୍କ ଆୟଠାରୁ ୫୦୬ ପ୍ରତିଶତ ଅଧିକ ବୋଲି ଭିଜିଲାନ୍ସ ପକ୍ଷରୁ କୁହାଯାଇଥିଲା। ଏନେଇ ରାଉରକେଲା ଭିଜିଲାନ୍ସ ଥାନାରେ ଏକ ମାମଲା (ନଂ.୧୫/୨୦୨୩) ରୁଜୁ କରାଯାଇ ପ୍ରଶାନ୍ତଙ୍କୁ ଶନିବାର ଗିରଫ କରାଯାଇ ଜେଲ ପଠାଯାଇଛି। ଏହି ମାମଲାରେ ଭିଜିଲାନ୍ସ ଅଧିକ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା, ପହିଲାରୁ ସ୍କୁଲରେ ଖରାଛୁଟି, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୨୮।୩: ଏପ୍ରିଲ ଆରମ୍ଭ ନ ହେଉଣୁ ତାତି ତାର କରାଳ ରୂପ ଦେଖାଇଲାଣି । ସ୍ଥିତି ଏମିତି ହେଲାଣି ଯେ, ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଲାଣି…

‘ଇରାନର ନୂଆ ସର୍ବୋଚ୍ଚ ନେତା ଆଉ ନାହାନ୍ତି’: ମୋଜତାବା ଖାମେନେଇଙ୍କୁ ନେଇ କିଏ ଏମିତି ଦାବି କଲେ ଜାଣନ୍ତୁ…

ଓ୍ବାଶିଂଟନ,୨୮।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଦାବି କରିଛନ୍ତି ଯେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇଙ୍କ ମୃତ୍ୟୁ ଘଟିଛି। ମିଆମିରେ ‘ଭବିଷ୍ୟତ ନିବେଶ…

ଥୁଆମୂଳ ରାମପୁର ଜେଏମ୍‌ଏଫ୍‌ସି କୋର୍ଟ ବାର୍‌ ଆସୋସିଏଶନ୍‌ର ନୂତନ କର୍ମକର୍ତ୍ତା ଚୟନ

ଥୁଆମୂଳ ରାମପୁର,୨୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟ ପରିସରରେ ଶନିବାର ବାର୍‌ ଆସୋସିଏଶନର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

ଇସ୍ରାଏଲକୁ ସାଂଘାତିକ ଧମକ ଦେଲା ପାକିସ୍ତାନ, ନେତାନ୍ୟାହୁଙ୍କୁ ଖୋଲାଖୋଲି ଚ୍ୟାଲେଞ୍ଜ କରି କହିଲା…

ଇସଲାମବାଦ,୨୮।୩: ଇରାନର ରାଜଧାନୀ ତେହେରାନରେ ପାକିସ୍ତାନୀ ଦୂତାବାସ ନିକଟରେ ଇସ୍ରାଏଲୀ-ଆମେରିକୀୟ ଆକ୍ରମଣର ରିପୋର୍ଟ ପରେ, ଇସଲାମାବାଦ ଇସ୍ରାଏଲକୁ ଏକ କଡ଼ା ଚେତାବନୀ ଦେଇଛି। ପାକିସ୍ତାନ କହିଛି ଯେ…

ଚୋରକୁ ଧରି ହାଜତରେ ପୂରାଇଥିଲା ପୋଲିସ, ଫେରାର ହୋଇଯିବା ପରେ…

ଧର୍ମଶାଳା/ବ୍ରହ୍ମବରଦା,୨୮ା୩(ଶିବପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ପୋଲିସ ଚୋରକୁ ଧରି ହାଜତରେ ରଖିଥିବା ବେଳେ ରାତି ପ୍ରାୟ…

କୋହଲିଙ୍କ ଦକ୍ଷତା ମାନିଲା ଗିନିଜ୍‌ ବୁକ: IPL 2026 ପୂର୍ବରୁ ଏମିତି କିଛି ଶେୟାର କରି ସମସ୍ତଙ୍କୁ କଲା ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୩: IPL 2026 ପୂର୍ବରୁ ଗିନିଜ ବୁକ ସୋସିଆଲ ମିଡିଆ ମାଧ୍ୟମରେ ବିରାଟ କୋହଲିଙ୍କ ପାଞ୍ଚଟି IPL ରେକର୍ଡ ଉପରେ ଆଲୋକପାତ କରି ଏକ ପୋଷ୍ଟ ଶେୟାର…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଳିକେଶ…

ଯୁଦ୍ଧ ମଧ୍ୟରେ ଦେଶବାସୀଙ୍କୁ ବଡ଼ ଭରସା ଦେଲେ ପ୍ରଧାନମନ୍ତ୍ରୀ, କହିଲେ ଆପଣଙ୍କ ଉପରେ ଲଦିବୁ ନାହିଁ…

ନୂଆଦିଲ୍ଲୀ,୨୮।୩: ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ, କେହି ଭାବି ନଥିଲେ ଯେ ଏହା ଏକ ବିଶ୍ୱ ସଙ୍କଟରେ ପରିଣତ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri