ଏସ୍‌ପି ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୨୧।୨(ବ୍ୟୁରୋ): ଅତିରିକ୍ତ ଏସ୍‌ପି ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର। କଟକ ତୁଳସୀପୁର ସ୍ଥିତ ଅତିରିକ୍ତ ଏସ୍‌ପି ତ୍ରିନାଥ ମିଶ୍ରଙ୍କୁ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାକିରୀରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ନିକଟରେ ଏସ୍‌ପି ତ୍ରିନାଥ ମିଶ୍ରଙ୍କୁ ଗରଫ କରିଥିଲା ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଗିରଫ ମଧ୍ୟ କରିଥିଲା। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୫୨ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି।